ବାପା ହେଲେ ଏହି କ୍ରିକେଟର୍‌

ଅକଲାଣ୍ଡ,୨୩।୫: ସନରାଇଜର୍ସ ହାଇଦ୍ରାବାଦ ଅଧିନାୟକ କେନ ୱିଲିୟମସନ ଦ୍ୱିତୀୟ ଥର ପାଇଁ ପିତା ହୋଇଛନ୍ତି। ତାଙ୍କ ପ୍ରେମିକା ସାରା ରହିମ୍‌ ଏକ ପୁତ୍ର ସନ୍ତାନ ଜନ୍ମ ଦେଇଛନ୍ତି। ୱିଲିୟମସନ ଇନଷ୍ଟାଗ୍ରାମରେ ପ୍ରେମିକା ଏବଂ ପୁଅର ଫଟୋ ଶେୟାର କରି ପ୍ରଶଂସକମାନଙ୍କୁ ଏହି ଖୁସି ଖବର ଦେଇଛନ୍ତି। ପୂର୍ବରୁ ତାଙ୍କର ମାଗି ନାମରେ ଏକ ଝିଅ ଅଛି। ମାଗି ୨୦୧୯ରେ ଜନ୍ମଗ୍ରହଣ କରିଥିଲେ।
ଶିଶୁ ଜନ୍ମ ପାଇଁ ଆଇପିଏଲ ୨୦୨୨ର ଶେଷ ଲିଗ ମ୍ୟାଚ ପୂର୍ବରୁ ୱିଲିୟମସନ ତାଙ୍କ ଦଳ ହାଇଦ୍ରାବାଦ ଛାଡି ଘରକୁ ଫେରିଥିଲେ। ସେ ତାଙ୍କ ପରିବାର ସହିତ ସମୟ ବିତାଇବାକୁ ଚାହୁଁଥିଲେ। ୱିଲିୟମସନଙ୍କ ନେତୃତ୍ୱାଧୀନ ଦଳ ଲିଗରେ ବେଶି କିଛି କରିପାରି ନ ଥିଲା। ଏପରିକି ଶେଷ ଲିଗ ମ୍ୟାଚ ଦଳ ପଞ୍ଜାବ କିଙ୍ଗ୍ସଠାରୁ ୫ ଉଇକେଟରେ ପରାସ୍ତ ହୋଇଥିଲା। ଏହି ପରାଜୟ ପରେ ହାଇଦ୍ରାବାଦ ଆଇପିଏଲ ୨୦୨୨କୁ ବିଦାୟ ଦେଇ ପଏଣ୍ଟ ଟେବୁଲରେ ୮ମ ସ୍ଥାନରେ ରହିଛି। ଏଥି ସହିତ ପଞ୍ଜାବ କିଙ୍ଗସ ଷଷ୍ଠ ସ୍ଥାନରେ ରହି ଲିଗ୍‌ରୁ ବିଦାୟ ନେଇଛି।
ଆଇପିଏଲର ୱିଲିୟମସନଙ୍କ ବ୍ୟାଟ ମଧ୍ୟ ଚାଲି ନ ଥିଲା। ସେ ୧୩ଟି ମ୍ୟାଚରେ ହାରାହାରି ୧୯.୬୪ରେ ମାତ୍ର ୨୧୬ ରନ ସଂଗ୍ରହ କରିଥିଲେ। ସେ ପୁରା ଲିଗରେ ମାତ୍ର ଗୋଟିଏ ଅର୍ଦ୍ଧଶତକ ହାସଲ କରିଥିଲେ। ୱିଲିୟମ୍ସନ କେବଳ ବ୍ୟାଟ ସହିତ ଫ୍ଲପ ହୋଇ ନ ଥିଲେ, ଅଧିନାୟକତ୍ୱ ଦୃଷ୍ଟିରୁ ମଧ୍ୟ ଫ୍ଲପ ହୋଇଥିଲେ। କ୍ରମାଗତ ଦୁଇଟି ମ୍ୟାଚ ହାରି ହାଇଦ୍ରାବାଦ ଟୁର୍ନାମେଣ୍ଟ ଆରମ୍ଭ କରିଥିଲା। ଅବଶ୍ୟ, ଏହା ପରେ ଦଳ ଏକ ଦୃଢ ପ୍ରତ୍ୟାବର୍ତ୍ତନ କରି କ୍ରମାଗତ ୫ଟି ମ୍ୟାଚ ଜିତିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆଇପିଏଲ୍‌ ମଝିରେ ପୁଣି ଥରେ ବାପା ହେଲେ ପାଣ୍ଡ୍ୟା !

ନୂଆଦିଲ୍ଲୀ,୨୬।୪: ପୁଣି ଥରେ ବାପା ହୋଇଛନ୍ତି ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବଡ଼ ଭାଇ ତଥା ଆଇପିଏଲ୍‌ରେ ଲକ୍ଷ୍ନୌ ସୁପର ଜିଆଣ୍ଟସ୍‌ ପାଇଁ ଖେଳୁଥିବା କ୍ରୁଣାଳ ପାଣ୍ଡ୍ୟା। କ୍ରୁଣାଳଙ୍କ...

ଭୋଟ ଦେଲେ କ୍ରିକେଟ୍‌ର ଜେଣ୍ଟଲମ୍ୟାନ୍‌: ମତଦାନ କେନ୍ଦ୍ରରେ ହୃଦୟ ଜିତିଲେ

ବେଙ୍ଗାଲୁରୁ,୨୬।୪: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ବର୍ତ୍ତମାନର କୋଚ ରାହୁଲ ଦ୍ରାବିଡ ଶୁକ୍ରବାର ବେଙ୍ଗାଲୁରୁର ମତଦାନ କେନ୍ଦ୍ରରେ ପହଞ୍ଚି ଭୋଟ ଦେଇଛନ୍ତି। ଭୋଟ...

ମିଚେଲ୍‌ ମାର୍ଶଙ୍କ ରିପ୍ଲେସମେଣ୍ଟ ଘୋଷଣା କଲା ଦିଲ୍ଲୀ କ୍ୟାପିଟାଲ୍ଡ: ଏହି ଖେଳାଳିଙ୍କୁ ଦଳରେ କଲା ସାମିଲ

ନୂଆଦିଲ୍ଲୀ, ୨୬ା୪: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌) ୨୦୨୪ର ଅବଶିଷ୍ଟାଂଶ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ ମିଚେଲ ମାର୍ଶଙ୍କ ସ୍ଥାନରେ ଆଫଗାନିସ୍ତାନ ଅଲରାଉଣ୍ଡର ଗୁଲ୍‌ବଦିନ ନାଇବଙ୍କୁ ଦଳରେ ସାମିଲ...

ଏହି କାରଣ ପାଇଁ ଦୁବେଙ୍କ ବଦଳରେ ହାର୍ଦ୍ଦିକଙ୍କୁ ଟି-୨୦ ବିଶ୍ୱକପ ଦଳରେ ମିଳିବ ସ୍ଥାନ: ରିପୋର୍ଟ

ନୂଆଦିଲ୍ଲୀ,୨୬।୪: ଭାରତ ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଭଲ ଫର୍ମ ନଥାଇ ପାରନ୍ତି କିନ୍ତୁ ତାଙ୍କର ପୂର୍ବ ପ୍ରଦର୍ଶନ ବଳରେ ବା ତାଙ୍କ ପ୍ରତିବଦଳ ଖେଳାଳି...

ସବୁ ମ୍ୟାଚ୍‌ ଜିତିପାରିବୁ ନାହିଁ…କାହିଁକି ଏମିତି କହିଲେ ୨୦.୫ କୋଟି ଟଙ୍କାର ଖେଳାଳି

ହାଇଦ୍ରାବାଦ୍‌,୨୬।୪: ଆଇପିଏଲ ୨୦୨୪ର ୪୧ତମ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦକୁ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ପରାଜୟର ସମ୍ମୁଖୀନ ହେବାକୁ ପଡଛି। ବେଙ୍ଗାଲୁରୁ ନିଜ ଘରେ ହାଇଦ୍ରାବାଦକୁ...

୩.୨ ଓଭର-୦ ରନ୍‌-୭ ଉଇକେଟ୍‌: ଡେବ୍ୟୁ ମ୍ୟାଚ୍‌ରେ ଇତିହାସ ରଚିଲେ ଏହି କ୍ରିକେଟର୍‌

ବାଲି,୨୬।୪: ଇଣ୍ଡୋନେସିଆର ବାଲିରେ ଖେଳାଯାଇଥିବା ଅନ୍ତର୍ଜାତୀୟ ମହିଳା ଟି-୨୦ ମ୍ୟାଚରେ ବିଶ୍ୱ ରେକର୍ଡ ହାସଲ କରିଛନ୍ତି ଇଣ୍ଡୋନେସିଆର ବୋଲର ରୋହମାଲିଆ। ଏହି ୧୭ ବର୍ଷୀୟା ଅଫ...

ଆରସିବିର ବିଜୟ ପରେ ବଦଳିଗଲା ପଏଣ୍ଟ୍‌ ଟେବୁଲ୍‌: ଅରେଞ୍ଜ୍‌-ପର୍ପଲ କ୍ୟାପ୍‌ ରେସ୍‌ ବି ହେଲା ରୋଚକ

ହାଇଦ୍ରାବାଦ,୨୬।୪: ଆଇପିଏଲ ୨୦୨୪ର ୪୧ତମ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ସନରାଇଜର୍ସ ହାଇଦ୍ରାବାଦକୁ ୩୫ ରନରେ ପରାସ୍ତ କରିଛି। ଏହି ସିଜିନ୍‌ରେ ଏହା ଆରସିବିର ଦ୍ୱିତୀୟ...

ଶେଷରେ ରିଙ୍କୁ ସିଂଙ୍କ ମନବାଞ୍ଛା ପୂରଣ କଲେ କୋହଲି

ନୂଆଦିଲ୍ଲୀ,୨୬।୪: ଆଇପିଏଲରେ ଅନେକ ରୋଚକ ଘଟଣା ଦେଖିବାକୁ ମିଳେ। ସେହିଭଳି ବର୍ତ୍ତମାନ କିଛି ଦିନ ଧରି କୋଲକାତା ନାଇଟ ରାଇଡର୍ସର ରିଙ୍କୁ ସିଂ ଏବଂ ବିରାଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri