ଏଏସ୍‌ବିଏମ୍‌ ପକ୍ଷରୁ ନବାଗତଙ୍କୁ ସ୍ବାଗତ

ଭୁବନେଶ୍ୱର,୯।୯:ରାଜ୍ୟର ପ୍ରମୁଖ ଶିକ୍ଷାନୁଷ୍ଠାନ ଏଏସ୍‌ବିଏମ୍‌ ବିଶ୍ୱବିଦ୍ୟାଳୟ ପକ୍ଷରୁ ଚଳିତ ବର୍ଷର ଛାତ୍ରୀଛାତ୍ରଙ୍କ ପାଇଁ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ନବାଗତ ସ୍ବାଗତ ଉତ୍ସବ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଏକ ୧୦ ଦିନିଆ ଓରିଏଣ୍ଟେଶନ କାର୍ଯ୍ୟକ୍ରମର ମଧ୍ୟ ଆୟୋଜନ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ବହୁ ଷ୍ଟାର୍ଟଅପ୍‌ ଉଦ୍ୟୋଗୀ, ମାନବ ସମ୍ବଳ ପଦାଧିକାରୀ, ଆଧ୍ୟାତ୍ମିକ ଗୁରୁ ଓ ବିଶିଷ୍ଟ ଶିକ୍ଷାବିତ୍‌ ଯୋଗଦେଇ ଅନୁଷ୍ଠାନର ଛାତ୍ରୀଛାତ୍ରମାନଙ୍କୁ ସଫଳ କ୍ୟାରିୟରର ମୂଳମନ୍ତ୍ର ଦେଇଥିଲେ। ଉକ୍ତ କାର୍ଯ୍ୟକ୍ରମ ସ୍ନାତକ ଓ ସ୍ନାତକୋତ୍ତର ନୂତନ ଛାତ୍ରୀଛାତ୍ରମାନଙ୍କ ପାଇଁ ପୃଥକ୍‌ ଭାବେ ଆୟୋଜିତ ହୋଇଥିଲା। ଆନୁଷ୍ଠାନିକ ଭାବେ ପ୍ରାରମ୍ଭ-୨୦୨୨କୁ ଓଡ଼ିଶା ଲୋକସେବା ଆୟୋଗର ଅଧ୍ୟକ୍ଷ ଡ. ସତ୍ୟଜିତ ମହାନ୍ତି ଉଦ୍‌ଘାଟନ କରିଥିଲେ। ସେହିଭଳି ୟୁନିୟନ ବ୍ୟାଙ୍କ ଅଫ୍‌ ଇଣ୍ଡିଆର ଜେନେରାଲ ମ୍ୟାନେଜର ରମାକାନ୍ତ ପ୍ରଧାନ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ଏହି ପରିପ୍ରେକ୍ଷୀରେ ବିଶ୍ୱବିଦ୍ୟାଳୟର ମୁଖପତ୍ର ଫିନିକ୍ସର ନୂତନ ସଂସ୍କରଣକୁ ଅତିଥିମାନେ ଉନ୍ମୋଚନ କରିଥିଲେ। ସେହିଭଳି ବିଶ୍ବବିଦ୍ୟାଳୟର ପ୍ରତିଷ୍ଠାତା ତଥା କୁଳାଧ୍ୟକ୍ଷ ପ୍ରଫେସର ବିଶ୍ୱଜିତ ପଟ୍ଟନାୟକ ତାଙ୍କ ବକ୍ତବ୍ୟରେ ସମ୍ଭାବ୍ୟ ଚିନ୍ତାଧାରାର ମହତ୍ତ୍ୱ ଉପରେ ଗୁରୁତ୍ୱାରୋପକରି ଛାତ୍ରୀଛାତ୍ରମାନଙ୍କୁ ସକାରାତ୍ମକ ମନୋଭାବ ରଖିବାକୁ ପରାମର୍ଶ ଦେଇଥିଲେ। କୁଳପତି ପ୍ରଫେସର କଲ୍ୟାଣ ଶଙ୍କର ରାୟ ସ୍ବାଗତ ଅଭିଭାଷଣ ଦେଇ ବିଶ୍ୱବିଦ୍ୟାଳୟର ଇତିହାସ ବିଷୟରେ ଆଲୋକପାତ କରିଥିଲେ। ଉପ କୁଳପତି ପ୍ରଫେସର ଫଲ୍ଗୁ ନିରଞ୍ଜନା ନବାଗତ ଛାତ୍ରୀଛାତ୍ରମାନଙ୍କୁ ବିଶ୍ୱବିଦ୍ୟାଳୟର ଶପଥ ପାଠ କରାଇଥିଲେ। ଡିନ୍‌ ଏକାଡେମିସ୍‌ ପ୍ରଫେସର ପଦ୍ମନାଭ ମହାପାତ୍ର ଅତିଥି ପରିଚୟ ପ୍ରଦାନ କରିଥିଲେ ଏବଂ ସହକାରୀ ଡିନ୍‌ ପ୍ରଫେସର ସରୋଜ ବିଷେ ଧନ୍ୟବାଦ ଅର୍ପଣ କରିଥିଲେ। ଉଦ୍‌ଘାଟନୀ ଉତ୍ସବ ପରେ ବରିଷ୍ଠ ଛାତ୍ରୀଛାତ୍ରମାନେ ନୂତନ ଛାତ୍ରୀଛାତ୍ରମାନଙ୍କୁ ସ୍ବାଗତ ଜଣାଇ ସାଂସ୍କୃତିକ କାର୍ଯ୍ୟକ୍ରମ ‘ଆକାଂକ୍ଷା’ ପରିବେଷଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri