ବିଜିୟୁର ନବାଗତଙ୍କୁ ସ୍ବାଗତ ସମ୍ବର୍ଦ୍ଧନା

ଭୁବନେଶ୍ୱର,୩।୮: ବିର୍ଲା ଗ୍ଲୋବାଲ ୟୁନିଭର୍ସିଟି (ବିଜିୟୁ), ଭୁବନେଶ୍ୱରର ବହୁ ପ୍ରତୀକ୍ଷିତ କାର୍ଯ୍ୟକ୍ରମ ନବାଗତ ସ୍ବାଗତ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠାନର ବିବିଏ, ବି.କମ୍‌ ଓ ଏମ୍‌.କମ୍‌ର ନବାଗତ ଛାତ୍ରୀଛାତ୍ରଙ୍କୁ ସ୍ବାଗତ ମଧ୍ୟ କରାଯାଇଛି। ଏହି ପରିପ୍ରେକ୍ଷୀରେ ଦୁଇଟି ଅଧିବେଶନ ଓ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ସେହିଭଳି ସ୍କୁଲ ଅଫ୍‌ ମ୍ୟାନେଜମେଣ୍ଟ କାର୍ଯ୍ୟକ୍ରମରେ ଡ. ସୁଧାଂଶୁ ଷଡ଼ଙ୍ଗୀ (ଆଇପିଏସ୍‌, ଡିଜି ଫାୟାର ଆଣ୍ଡ ଏମର୍ଜେନ୍ସି ସର୍ଭିସେସ୍‌, କମାଣ୍ଡାଣ୍ଟ ଜେନେରାଲ, ହୋମ୍‌ ଗାଡ୍ସ ଆଣ୍ଡ ଡାଇରେକ୍ଟର, ସିଭିଲ ଡିଫେନ୍ସ, ଓଡ଼ିଶା) ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲା ବେଳେ ସୌରଜିତ କର (ଜୋନାଲ ମୁଖ୍ୟ ନାଏରା ଏନର୍ଜି) ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ। ଏହି ଅବସରରେ ଡ. ଷଡ଼ଙ୍ଗୀ ଛାତ୍ରୀଛାତ୍ରମାନଙ୍କୁ ସ୍ବାସ୍ଥ୍ୟ ଓ ଫିଟ୍‌ନେସ୍‌ ଉପରେ ସମ୍ବୋଧିତ କରିଥିଲେ। ସେହିପରି ସ୍କୁଲ ଅଫ୍‌ କମର୍ସ କାର୍ଯ୍ୟକ୍ରମରେ ସିଏ ରାଜୀବ ଶେଖର ସାହୁ (ପ୍ରିନ୍ସିପାଲ ପାର୍ଟନର ଏସ୍‌ଆର୍‌ବି ଆଣ୍ଡ ଆସୋସିଏଟ୍ସ) ମୁଖ୍ୟ ଅତିଥିଭାବେ ଯୋଗଦେଇ ବାଣିଜ୍ୟ,ଆର୍ଥିକ ସାକ୍ଷରତା ଓ ରୋଜଗାର ଅନ୍ତର୍ଗତ ବିପଦ ପରିଚାଳନା ଉପରେ ଗୁରୁତ୍ୱାରୋପ କରିଥିଲେ। ଉଲ୍ଲେଖଯାଗ୍ୟ, ଉଭୟ କାର୍ଯ୍ୟକ୍ରମରେ ବିଜିୟୁ କୁଳପତି ପ୍ରଫେସର ପି.ପି . ମାଥୁର, ବିଜିୟୁ ରେଜିଷ୍ଟ୍ରାର ଡ. ବି.କେ. ଦାସ ଓ ବିର୍ଲା ସ୍କୁଲ ଅଫ୍‌ ମ୍ୟାନେଜମେଣ୍ଟର ଡିନ୍‌ ଡ. ପରମେଶ୍ୱର ନାୟକ ଏବଂ ବିର୍ଲା ସ୍କୁଲ ଅଫ୍‌ କମର୍ସର ଡିନ୍‌ ସାମସନ ମହାରଣା ପ୍ରମୁଖ ଉପସ୍ଥିତ ଥିଲେ। ଅପରପକ୍ଷରେ ବିଜିୟୁର ବିଭିନ୍ନ ବିଭାଗର ଡିନ୍‌, ଫାକଲ୍ଟି ସଦସ୍ୟ, ଅଭିଭାବକ ଏବଂ ବିବିଏ, ବି.କମ୍‌ ଓ ଏମ୍‌.କମ୍‌ ପାଠ୍ୟକ୍ରମରେ ନୂତନ ଭାବେ ନାମ ଲେଖାଇଥିବା ଛାତ୍ରୀଛାତ୍ରମାନେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚିନି ଦରରେ ନିଆଁ: କେନ୍ଦ୍ର ସରକାର ସ୍ପଷ୍ଟ କଲେ ଦରବୃଦ୍ଧିର କାରଣ, କମିଯିବ କି….

ନୂଆଦିଲ୍ଲୀ,୨୪ା୮: ଦେଶରେ ପର୍ବପର୍ବାଣୀ ଋତୁ ଆରମ୍ଭ ହୋଇଥିବା ବେଳେ ଦୈନନ୍ଦିନ ଆବଶ୍ୟକ ସାମଗ୍ରୀ ଚିନିର ଦର ବଢ଼ିବା ନେଇ ଚିନ୍ତା ବଢ଼ିଛି । ଚିନି ମହଙ୍ଗା ହେବା…

ଅନ୍ୟଙ୍କ ରହସ୍ୟ ଜାଣିବାରେ ମାହିର, ନିଜ କଥା ରଖନ୍ତି ଗୁପ୍ତ; ଜାଣନ୍ତୁ ସେହି ୩ ରାଶି କିଏ…

ଆପଣଙ୍କ ଆଖପାଖରେ ଏମିତି କିଛି ଲୋକ ନିଶ୍ଚୟ ଥିବେ, ଯେଉଁମାନେ ଆପଣଙ୍କ ମନର କଥାଠାରୁ ଆରମ୍ଭ କରି ଗଭୀର ରହସ୍ୟ ପର୍ଯ୍ୟନ୍ତ ସହଜରେ ବୁଝିଯାଆନ୍ତି। କିନ୍ତୁ ନିଜ…

‘ରସୁଣ-ପିଆଜ ନପଡ଼ିଲେ ମାଛ ଆମିଷ ନୁହେଁ’, ମନ୍ତ୍ରୀଙ୍କ ଦାବିକୁ ନେଇ ତେଜିଲା ଚର୍ଚ୍ଚା

ଲକ୍ଷ୍ନୌ,୨୪ା୮: ମାଛ ଆମିଷ ନା ନିରାମିଷ? ଏହି ପ୍ରଶ୍ନକୁ ନେଇ ଉତ୍ତରପ୍ରଦେଶରେ ଏବେ ରାଜନୈତିକ ବିବାଦ ଦେଖାଦେଇଛି । ମାଛକୁ ନିରାମିଷ ବୋଲି ମନ୍ତ୍ରୀ ସଞ୍ଜୟ ନିଷାଦଙ୍କ…

‘ପ୍ରଧାନମନ୍ତ୍ରୀ ହେବେ ଥଲାପତି ବିଜୟ’, TVKର ଦାବିରେ କଂଗ୍ରେସର କଟାକ୍ଷ- ‘୨୭୨ ସାଂସଦ…’

ଚେନ୍ନାଇ, ୨୪।୮: ତାମିଲନାଡୁର ରାଜନୀତିରେ ଅଭିନେତାରୁ ନେତା ପାଲଟିଥିବା ସି. ଜୋସେଫ ବିଜୟ ଅର୍ଥାତ୍‌ ଥଲାପତି ବିଜୟଙ୍କୁ ନେଇ ରାଜନୈତିକ ବୟାନବାଜି ତୀବ୍ର ହୋଇଛି। ବିଜୟଙ୍କ ଦଳ…

ମଧ୍ୟବିତ୍ତକୁ ପୁଣି ବଡ଼ ଝଟକା: ଚିନି-ପିଆଜ ପରେ ଏବେ ମହଙ୍ଗା ହେଲା…

ନୂଆଦିଲ୍ଲୀ,୨୪।୮: ଦେଶରେ ଖାଦ୍ୟ ସାମଗ୍ରୀର ଦରବୃଦ୍ଧି ଏବେ ସାଧାରଣ ଲୋକଙ୍କ ଚିନ୍ତା ବଢ଼ାଇଛି। ପିଆଜ ଓ ରୋଷେଇ ତେଲ ପରେ ଏବେ ଡାଲିର ଦର ମଧ୍ୟ ବଢ଼ିବା…

ହସ୍ପିଟାଲରେ ଜନ୍ମ ନେଲା ଅଦ୍ଭୁତ ଶିଶୁ; ସବୁ ଚକିତ, ଦେଖିବାକୁ ହସ୍ପିଟାଲରେ ଭିଡ଼

ଭୋପାଳ,୨୪ା୮: ମଧ୍ୟପ୍ରଦେଶର ଛତରପୁର ଜିଲାରୁ ଏକ ଅତ୍ୟନ୍ତ ବିରଳ ଘଟଣା ସାମ୍ନାକୁ ଆସିଛି । ଲବକୁଶ ନଗର ସ୍ୱାସ୍ଥ୍ୟକେନ୍ଦ୍ରରେ ଜଣେ ମହିଳା ୪ଟି ହାତ ଓ ୪ଟି…

ନିୟମିତ ବ୍ରେକ୍‌ଫାଷ୍ଟ ନ କଲେ…

ବ୍ରେକ୍‌ଫାଷ୍ଟ ହେଉଛି ଦିନର ପ୍ରଥମ ଖାଦ୍ୟ। ବିଶେଷଭାବରେ ଆମେ ବିଛଣା ତ୍ୟାଗ କରିବାର ଦୁଇ ଘଣ୍ଟା ଭିତରେ କିଛି ଖାଇବା ଦରକାର। ନ ହେଲେ ଏହା ଏସିଡିଟି…

ଶୋଇଥିବାବେଳେ ମହିଳାଙ୍କ ଉପରେ ଭୁଶୁଡ଼ି ପଡ଼ିଲା କାନ୍ଥ, ତହସିଲଦାର ପହଞ୍ଚି…

ଗୁଣପୁର,୨୪ା୮(ସୁଜାତା ପାଢ଼ୀ): ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ରାୟଗଡ଼ା ଜିଲା ରାମନାଗୁଡ଼ା ବ୍ଲକ କଣ୍ଡାଜାମ ଗ୍ରାମରେ ଜଣେ ମହିଳାଙ୍କ ଉପରେ କାନ୍ଥ ଭୁଶୁଡ଼ି ପଡ଼ିଥିଲା। ତେବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri