Posted inଜାତୀୟ

ମୋ କାର୍ଯ୍ୟାଳୟରେ ସିବିଆଇକୁ ସ୍ବାଗତ: ସିସୋଡିଆ…

ନୂଆଦିଲ୍ଲୀ,୧୪।୧ : ଦିଲ୍ଲୀ ସଚିବାଳୟରେ ଅବସ୍ଥିତ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆଙ୍କ କାର୍ଯ୍ୟାଳୟରେ ସିବିଆଇ ଚଢ଼ାଉ କରିଛି। ଏହି ସମୟରେ ସେ ଦାବି କରିଛନ୍ତି ଯେ ସିବିଆଇ ପୂର୍ବରୁ କିଛି ପାଇନାହିଁ ଏବଂ ବର୍ତ୍ତମାନ ବି କିଛି ପାଇବ ନାହିଁ।

ସିସୋଡିଆ ଟୁଇଟ କରି କହିଛନ୍ତି ଶନିବାର ପୁଣି ସିବିଆଇ ମୋ କାର୍ଯ୍ୟାଳୟରେ ପହଞ୍ଚିଛି। ଏହା ସ୍ବାଗତଯୋଗ୍ୟ। ସେମାନେ ମୋ ଘର ଉପରେ ଚଢ଼ାଉ କରିଥିଲେ, ମୋ ଅଫିସରେ ଚଢ଼଼ାଉ କରିଥିଲେ, ମୋ ଲକରକୁ ଖୋଜିଥିଲେ, ମୋ ଗାଁର ଯାଞ୍ଚ କରିଥିଲେ। ମୋ ବିରୁଦ୍ଧରେ କିଛି ମିଳିଲା ନାହିଁ ଏବଂ ମିଳିବ ନାହିଁ କାରଣ ମୁଁ କିଛି ଭୁଲ କରି ନାହିଁ। ମୁଁ ଦିଲ୍ଲୀର ପିଲାମାନଙ୍କ ଶିକ୍ଷା ପାଇଁ ଆନ୍ତରିକତାର ସହିତ କାର୍ଯ୍ୟ କରିଥିଲି। ଏଥି ସହ ସିବିଆଇ ସୂତ୍ରରୁ ପ୍ରକାଶ ଯେ ଆମେ ସିସୋଡିଆଙ୍କ କାର୍ଯ୍ୟାଳୟରେ ଚଢ଼ାଉ କରିନାହୁଁ। ବର୍ତ୍ତମାନ ସୁଦ୍ଧା ସିବିଆଇ ପକ୍ଷରୁ କୌଣସି ସରକାରୀ ସୂଚନା ଆସିନାହିଁ।

ସୂଚନାଯୋଗ୍ୟ, ମଦ ଦୁର୍ନୀତିକୁ ନେଇ ସିବିଆଇ ସିସୋଡିଆଙ୍କ କାର୍ଯ୍ୟାଳୟ ଏବଂ ବାସଭବନରେ ପୂର୍ବରୁ ଚଢ଼ାଉ କରିସାରିଛି। ଏହି ସମୟରେ ତାଙ୍କ ଲକରଗୁଡ଼ିକୁ ମଧ୍ୟ ଖୋଜା ଯାଇଥିଲା। ନିକଟରେ ସିବିଆଇ ଏକ୍ସାଇଜ ପଲିସି ସ୍କାମ ସମ୍ପର୍କରେ କୋର୍ଟରେ ଏକ ଚାର୍ଜଶିଟ ଦାଖଲ କରିଥିଲା। ସିବିଆଇ କୋର୍ଟରେ କହିଛି ଯେ ଏହି ମାମଲାରେ ୭ ଜଣଙ୍କ ବିରୋଧରେ ଚାର୍ଜଶିଟ ଦାଖଲ କରାଯାଇଛି। ସେଥିମଧ୍ୟରୁ ୩ ଜଣ ସରକାରୀ କର୍ମଚାରୀ। ଏହା ମଧ୍ୟ କୁହାଯାଇଥିଲା ଯେ ସିସୋଡିଆଙ୍କ ବିରୋଧରେ ତଦନ୍ତ ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅମିତ ଶାହାଙ୍କ ବଡ଼ ବୟାନ: ବିରୋଧୀଙ୍କୁ ବି ମିଳିଛି ଇଲେକ୍ଟୋରାଲ ବଣ୍ଡ…

ନୂଆଦିଲ୍ଲୀ,୨୦।୪: ଇଲେକ୍ଟୋରାଲ ବଣ୍ଡକୁ ନେଇ ଦେଶରେ ଉତ୍ତେଜନା ଦେଖାଦେଇଛି। ବିରୋଧୀ ଏହି ପ୍ରସଙ୍ଗରେ ସରକାରଙ୍କ ଉପରେ କ୍ରମାଗତ ପ୍ରଶ୍ନ ଉଠାଉଛନ୍ତି। ବର୍ତ୍ତମାନ ବିରୋଧୀଙ୍କ ଅଭିଯୋଗକୁ ବିରୋଧ...

‘୪୦୦ ପାର୍‌ ସଙ୍କଳ୍ପ ମୁସ୍କିଲ’, ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଭାଜପାର ବରିଷ୍ଠ ନେତା

ନୂଆଦିଲ୍ଲୀ,୨୦।୪: ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ଶେଷ ହୋଇଛି। ଚତୁର୍ଥ ପର୍ଯ୍ୟାୟରେ କାନପୁର ଲୋକ ସଭା ଆସନରେ ଭୋଟିଂ ଅନୁଷ୍ଠିତ ହେବ, କିନ୍ତୁ...

ଇନ୍‌ଷ୍ଟାଗ୍ରାମ ରିଲ୍‌ କରିବା କାଳ ହେଲା

ନୂଆଦିଲ୍ଲୀ,୨୦ା୪: ଉତ୍ତରପ୍ରଦେଶର ଏକ ଗ୍ରାମରେ ଜଣେ ୨୧ ବର୍ଷୀୟ ଯୁବକ ଇନ୍‌ଷ୍ଟାଗ୍ରାମ ରିଲ୍‌କୁ ଭାଇରାଲ କରିବାକୁ ଉଦ୍ୟମ କରି ପ୍ରାଣ ହରାଇଛନ୍ତି। ଶିବମ୍‌ କୁମାର ନାମକ...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

୧୦୨ ଆସନରେ ୬୦% ମତଦାନ

ନୂଆଦିଲ୍ଲୀ,୨୦ା୪(ପି.ଟି.): ୨୧ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୧୦୨ଟି ଆସନରେ ପ୍ରଥମ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଭୋଟିଂ ଶେଷ ସୁଦ୍ଧା...

‘ଦୂରଦର୍ଶନର ଗୈରିକୀକରଣ’

ନୂଆଦିଲ୍ଲୀ,୨୦ା୪: ସରକାରୀ ନ୍ୟୁଜ୍‌ ଚ୍ୟାନେଲ୍‌ ‘ଡିଡି ନ୍ୟୁଜ୍‌’ ଏହାର ନୂଆ ଲୋଗୋ ଉନ୍ମୋଚନ କରିବା ପରେ ଏହାକୁ ନେଇ ସୋସିଆଲ ମିଡିଆରେ ଜୋର୍‌ଦାର ପ୍ରତିକ୍ରିୟା ପ୍ରକାଶ...

ପ୍ରଧାନମନ୍ତ୍ରୀ ମୋଦିଙ୍କ ବିପକ୍ଷରେ ପ୍ରାର୍ଥୀ ବଦଳାଇଲା ବିଏସ୍‌ପି

ଲକ୍ଷ୍ନୌ,୧୯।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ବିଏସ୍‌ପି ଏହାର ପ୍ରାର୍ଥୀଙ୍କ ଆଉ ଏକ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ମୋଟ ୧୧ ଜଣ...

କଂଗ୍ରେସ ପ୍ରାର୍ଥୀ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri