ଝାରସୁଗୁଡ଼ାରେ ୟୁକ୍ରେନ୍‌ ଫେରନ୍ତା ଛାତ୍ରୀଛାତ୍ରଙ୍କୁ ସ୍ବାଗତ

ଝାରସୁଗୁଡ଼ା ଅଫିସ,୫ା୩: ରୁଷିଆ-ୟୁକ୍ରେନ୍‌ ମଧ୍ୟରେ ଯୁଦ୍ଧ ଲାଗ ରହିଛି। ଏଥିରେ ୟୁକ୍ରେନ୍‌ ଧ୍ୱସ୍ତବିଧ୍ୱସ୍ତ ହେବାରେ ଲାଗିଛି। ୟୁକ୍ରେନ୍‌ରେ ଅଧ୍ୟୟନ କରୁଥିବା ଭାରତର ଡାକ୍ତରୀ ଓ ଇଞ୍ଜିନିୟରିଂ ଛାତ୍ରୀଛାତ୍ର ନିଜ ଦେଶକୁ ଫେରି ନ ପାରି ଫସି ରହିଛନ୍ତି। ଅଭିଭାବକମାନେ ନିଜ ଝିଅପୁଅଙ୍କୁ ଫେରାଇ ଆଣିବା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ନିକଟରେ ନିବେଦନ କରୁଛନ୍ତି। ଏ ନେଇ ଉଭୟ ସରକାର ତତ୍ପରତା ପ୍ରକାଶ କରି ୟୁକ୍ରେନ୍‌ରେ ଫସିଥିବା ଛାତ୍ରୀଛାତ୍ରଙ୍କୁ ପର୍ଯ୍ୟାୟ କ୍ରମେ ଫେରାଇ ଆଣିବାକୁ ପ୍ରୟାସ ଆରମ୍ଭ କରିଛନ୍ତି। ଏଭଳି ସ୍ଥିତିରେ ଓଡ଼ିଶାର ସମୁଦାୟ ୧୩ ଛାତ୍ରୀଛାତ୍ର ନୂଆଦିଲ୍ଲୀ ଦେଇ ଶୁକ୍ରବାର ଝାରସୁଗୁଡ଼ା ଭିଏସ୍‌ଏସ୍‌ ବିମାନ ବନ୍ଦରରେ ପହଞ୍ଚତ୍ ଥିଲେ। ସେମାନେ ହେଲେ ରାଉରକେଲାର ଓଇସିକା ଚକ୍ରବର୍ତ୍ତୀ, ଆଶୁତୋଷ ମିଶ୍ର, ସୁଶାନ୍ତ କୁମାର ପାତ୍ର, ଅର୍ପିତା ସାହୁ, ନୂଆପଡ଼ାର ମୀନକେତନ ମେହେର, ଅଭିଷେକ ସାହୁ, ବଲାଙ୍ଗୀରର ସତ୍ୟାଂଶୀ ସୌମ୍ୟ, ଝାରସୁଗୁଡ଼ା ଜିଲା ବ୍ରଜରାଜନଗରର ନିହାର ରଞ୍ଜନ କୁମ୍ଭାର, ବରଗଡ଼ର ବର୍ଷାରାଣୀ ସାହୁ, ସମ୍ବଲପୁରର ମଧୁସୂଦନ ମିଶ୍ର, ରେଢାଖୋଲର ପ୍ରଶାନ୍ତ କୁମାର ଦାସ, କୁଚିଣ୍ଡାର ୟୁରେକା ଚୌଧୁରୀ, ସୁନ୍ଦରଗଡ଼ର ଯୋଗେଶ ଆଶିଷ ନନ୍ଦ।

ପୂର୍ବରୁ ବିମାନ ବନ୍ଦରରେ ଅପେକ୍ଷା କରିଥିବା ଅଭିଭାବକ ଓ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଏକ ଭାବବିହ୍ବଳ ପରିସ୍ଥିତି ଦେଖିବାକୁ ମିଳିଥିଲା। ଜିଲା ପର୍ଯ୍ୟଟନ ବିଭାଗ ପକ୍ଷରୁ ଛାତ୍ରୀଛାତ୍ରଙ୍କୁ ପୁଷ୍ପଗୁଚ୍ଛ ଦେଇ ସ୍ବାଗତ କରାଯାଇଥିଲା। ଏଥିରେ ଡେପୁଟି କଲେକ୍ଟର ଯୋଗେନ୍ଦ୍ର ମାଝି, ଜିଲା ପର୍ଯ୍ୟଟନ ଅଧିକାରୀ ନିରଞ୍ଜନ ମହାପାତ୍ର, ଆଇଆଇସି ସୁବାସ ଚନ୍ଦ୍ର ଭୋଇଙ୍କ ସମେତ ବିମାନ ବନ୍ଦର କର୍ତ୍ତୃପକ୍ଷ ସାମିଲ ଥିଲେ। ବିମାନ ବନ୍ଦରରେ ପହଞ୍ଚତ୍ବା ପରେ ଛାତ୍ରୀଛାତ୍ର ସେମାନଙ୍କ ସଂଘର୍ଷମୟ ଅନୁଭୂତି ଗଣମାଧ୍ୟମ ଆଗରେ ବଖାଣିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ

ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri