ହକି ବିଶ୍ୱକପ୍‌କୁ ଭବ୍ୟ ସ୍ବାଗତ: ଶୋଭାଯାତ୍ରାରେ ୨୦୦ ଫୁଟର ଜାତୀୟ ପତାକା

ଦେବଗଡ଼,୫ା୧(ଡି.ଏନ୍‌.ଏ.) ପୁରୁଷ ହକି ବିଶ୍ୱକପ୍‌ ଟ୍ରଫିକୁ ଗୁରୁବାର ସକାଳେ ଦେବଗଡ଼ ଜିଲା ପ୍ରଶାସନ ପକ୍ଷରୁ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା କରାଯାଇଛି। ଏହି ଅବସରରେ ଇନ୍ଧିରା ଗାନ୍ଧୀ ଷ୍ଟାଡିୟମଠାରୁ ଜିଲାପାଳଙ୍କ କାର୍ଯ୍ୟାଳୟ ପର୍ଯ୍ୟନ୍ତ ହକି ରନ୍‌ କରାଯାଇଥିଲା। ଏପରିକି ସ୍କୁଲ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଜଣାଅଜଣା ଓ ଚିତ୍ରାଙ୍କନ ପ୍ରତିଯୋଗିତା ହୋଇଥିଲା। ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖ ଆଇ ଲଭ ଦେବଗଡ଼ଠାରେ ହକି ବିଶ୍ୱକପକୁ ସ୍ବାଗତ କରାଯାଇଥିଲା।

ସ୍ବାଗତ ସମାରୋହରେ ସବୁବର୍ଗର ଜନସାଧାରଣ ସାମିଲ ହୋଇଥିଲେ। ସରସ୍ବତୀ ଶିଶୁବିଦ୍ୟାମନ୍ଦିର ବ୍ୟାଣ୍ଡ, ଫୋର୍ଥ ଆଇଆର୍‌ବି ବ୍ୟାଣ୍ଡ ଦଳ ଓ ଜିଲା ଡ୍ରାଇଭର ମହାସଂଘ ଓ ସ୍କୁଲ ଛାତ୍ରୀଛାତ୍ର ୨୦୦ ଫୁଟ ଲମ୍ବର ଜାତୀୟ ପତାକାକୁ ଧରି ଏକ ସାଂସ୍କୃତିକ ଶୋଭାଯାତ୍ରାରେ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମଠାରେ ଆୟୋଜିତ ସ୍ବାଗତ ସଭାରେ ପହଞ୍ଚିଥିଲେ। ସଭାରେ ଜିଲାପାଳ ସୋମେଶ କୁମାର ଉପାଧ୍ୟାୟ ଯୋଗଦେଇ ଉଦ୍‌ବୋଧନ ଦେଇଥିଲେ। ଏହି ପରିପ୍ରେକ୍ଷୀରେ ଜିଲାରେ ହକି ଖେଳରେ ଗୌରବ ଆଣି ଥିବା ଆନ୍ତର୍ଜାତିକ ହକି ଖେଳାଳି ରୋଶନ ମିଞ୍ଜ, ଆଶିଷ ଟପ୍ନୋ, ରଶ୍ମିତା ମିଞ୍ଜ, ଆନନ୍ଦ ତିର୍କୀ ଓ ଜୁନିଅର ହକି ଗୋଲ୍ଡ ମେଡାଲଲିଷ୍ଟ ତିଶା ବାରିକ, ନିଶା ବାରିକ, ଜିତ ବାରିକ, ସୁସ୍ମିତା ସିଂହ, ସୁରେନ ଏକା ପ୍ରମୁଖଙ୍କୁ ପୁରସ୍କୃତ କରାଯାଇଥିଲା। ସେହିପରି ଚିତ୍ରାଙ୍କନ ପ୍ରତିଯୋଗିତାରେ କେନ୍ଦ୍ରୀୟ ବିଦ୍ୟାଳୟର ରୁଦ୍ର କାଷି, ସାଇନାଥ ନାଏକ, ଜଣାଅଜଣା ପ୍ରତିଯୋଗିତାରେ ଶୁଭ୍ରଜ୍ୟୋତି ଆବାସିକ ବିଦ୍ୟାଳୟର ସ୍ବାଗତ ପ୍ରଧାନଙ୍କୁ ପୁରସ୍କୃତ କରାଯାଇଥିଲା। ସଭାରେ ବିଧାୟକ ସୁବାସ ଚନ୍ଦ୍ର ପାଣିଗ୍ରାହୀ, ଜିଲା ପରିଷଦ ଅଧ୍ୟକ୍ଷ କୌଶିକ ପ୍ରଧାନ, ପୌର ପରିଷଦ ଅଧ୍ୟକ୍ଷା ଶାନ୍ତିମଞ୍ଜରୀ ଦେଈ, ବନଖଣ୍ଡ ଅଧିକାରୀ ମଗର ଧନାଜି ରାଓସ ଉପସ୍ଥିତ ହୋଇ ଖେଳାଳିମାନଙ୍କୁ ଟ୍ରଫି ପୁରସ୍କୃତ କରିଥିଲେ। ଏହି କାର୍ଯ୍ୟକ୍ରମକୁ ଜିଲା ଶିଶୁ ସୁରକ୍ଷା ଅଧିକାରୀ ରୋମୀୟ ମହାପାତ୍ର ସଂଯୋଜନା କରିଥିଲେ। କାର୍ଯ୍ୟକ୍ରମରେ ଜିଲାର ୭୦ ପଞ୍ଚାୟତରୁ ସରପଞ୍ଚ, ସମିତି ସଭ୍ୟ, ଜିଲା ପରିଷଦ ସଦସ୍ୟ ବିଭିନ୍ନ ସଙ୍ଗଠନର ସଦସ୍ୟ ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

ମାଟି ଖୋଳିଲେ ମିଳୁଛି ସୁନା! ଏହି ଗାଁରେ ପ୍ରବଳ ଭିଡ଼, ଦିନକୁ ପହଞ୍ଚୁଛନ୍ତି ୧୦ ହଜାର ଲୋକ

ନୂଆଦିଲ୍ଲୀ,୨୩।୮: କେବେ ଚିନ୍ତା କରିଛନ୍ତି କି, ମାଟି ଖୋଳୁ ଖୋଳୁ ହଠାତ୍ ସୁନା ମିଳିଯିବ ? ପଶ୍ଚିମ କେନିଆର ଚେପୋରୋର ଗାଁରେ ଏବେ ଏଭଳି ଆଶା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri