ଉଷୁ ଖେଳାଳିଙ୍କୁ ସ୍ବାଗତ ସମ୍ବର୍ଦ୍ଧନା

ବଡ଼ବିଲ,୧୩।୮(ଦେବପ୍ରିୟ ରଣା): ବିହାର ପାଟ୍‌ନାସ୍ଥିତ ପାଟଳିପୁତ୍ର ସ୍ପୋଟର୍‌ସ କମ୍ପ୍ଲେକ୍ସରେ ଅନୁଷ୍ଠିତ ୨୨ତମ କନିଷ୍ଠ ଜାତୀୟ ଉଷୁ ଚାମ୍ପିୟନଶିପ୍‌ରେ ଓଡ଼ିଶାକୁ ୯ ପଦକ ମିଳିଛି। ୨ ସ୍ବର୍ଣ୍ଣ ସହ ୨ ରୌପ୍ୟ ଏବଂ ୫ କାଂଶ୍ୟ ପଦକ ହାସଲ କରିଛନ୍ତି ଓଡ଼ିଶା ଖେଳାଳି। ଖେଳାଳିମାନେ ରବିବାର ଜନଶତାବ୍ଦୀ ଟ୍ରେନ୍‌ ଯୋଗେ ବଡ଼ବିଲରେ ପହଞ୍ଚିବା ପରେ ବିଭିନ୍ନ ମହଲରୁ ତାଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଛି।

ସୂଚନା ଅନୁଯାୟୀ, ଅଗଷ୍ଟ ୬ରୁ ୧୧ ତାରିଖ ପର୍ଯ୍ୟନ୍ତ ବିହାର ପାଟ୍‌ନାସ୍ଥିତ ପାଟଳିପୁତ୍ର ସ୍ପୋଟର୍‌ସ କମ୍ପ୍ଲେକ୍ସରେ ଚାଲିଥିବା ୨୨ତମ କନିଷ୍ଠ ଜାତୀୟ ଉଷୁ ଚାମ୍ପିୟନଶିପ୍‌ ଉଦ୍‌ଯାପିତ ହୋଇଯାଇଛି। ଏଥିରେ ବିଭିନ୍ନ ବର୍ଗରେ ଅନୁଷ୍ଠିତ ପ୍ରତିଯୋଗିତାରେ ଓଡ଼ିଶାକୁ ମୋଟ ୯ଟି ପଦକ ମିଳିଥିବା ନେଇ ଓଡ଼ିଶା ଉଷୁ କୋଚ୍‌ ପଙ୍କଜ ମହାନ୍ତି ସୂଚନା ଦେଇଛନ୍ତି।

ବାବୁଲୁ ମୁଣ୍ଡା ଏବଂ ସ୍ବେତାରାଣୀ ମହାନ୍ତି ସ୍ବର୍ଣ୍ଣ ପଦକ ହାସଲ କରିଥିଲା ବେଳେ ସୁମିତ୍ରା ମୁଣ୍ଡା ଏବଂ ପ୍ରେମ ମୁଣ୍ଡା ରୌପ୍ୟ ପଦକ ହାତେଇଛନ୍ତି। ସେହିପରି ରାଜକୁମାର ମୁଣ୍ଡା, ପ୍ରତୀକ କୁମାର ମହାପାତ୍ର, ପାୟଲ ପଟ୍ଟନାୟକ, ଆଶିଷ ଧିରଦେଓ ସାମନ୍ତ ଓ ନୂପୁର ପଟ୍ଟନାୟକ କାଂଶ୍ୟ ପଦକ ଅର୍ଜନ କରିବାକୁ ସକ୍ଷମ ହୋଇଛନ୍ତି। ରବିବାର ଖେଳାଳିମାନଙ୍କୁ ନେଇ ପଙ୍କଜ ବଡ଼ବିଲ ରେଳଷ୍ଟେଶନରେ ପହଞ୍ଚିବା ପରେ ସ୍ଥାନୀୟ ଜନସାଧାରଣ ଫୁଲତୋଡ଼ା, ଫୁଲମାଳ ଦେଇ ଖେଳାଳିମାନଙ୍କୁ ସ୍ବାଗତ ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୭୦୧୫ ଚାଷୀଙ୍କ ଧାନବିକ୍ରି ଟୋକନ BLOCKED: ସମାଧାନ ନ ହେଲେ ବିଧାୟକ, ଏମ୍‌ପିଙ୍କ ଅଫିସ ଆଗରେ…

ବରଗଡ଼,୨୩।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଏହି ପ୍ରକ୍ରିୟାକୁ ୧୨ଦିନରେ ପହଞ୍ଚିଛି । ତେବେ ଧାନ ବିକ୍ରି ପାଇଁ ଆବେଦନ କରିଥିବା…

ପୋତାଗଡ଼ ଗଡଖାଇରୁ ଆହତ ହରିଣ ଉଦ୍ଧାର, ବନ ବିଭାଗକୁ ହସ୍ତାନ୍ତର କଲେ ସ୍ଥାନୀୟ ଯୁବକ

ଗଞ୍ଜାମ,୨୩।୫(ଅନାଥ ତରାଇ ): ଗଞ୍ଜାମ ସହର ସ୍ଥିତ ଐତିହାସିକ ପୋତାଗଡ଼ ଦୁର୍ଗ ନିକଟରୁ ଏକ ଅସହାୟ ହରିଣକୁ ଆହତ ଅବସ୍ଥାରେ ଉଦ୍ଧାର କରାଯାଇଛି। ସୂଚନା ଅନୁଯାୟୀ, ପୋତାଗଡ଼…

ରାଗରେ ଏମିତି କାମ କରିଦେଲେ କୋହଲି: ଆଚରଣକୁ କଡ଼ା ସମାଲୋଚନା, ଦେଖନ୍ତୁ Video

ନୂଆଦିଲ୍ଲୀ,୨୩।୫: ଆଇପିଏଲ୍‌ର ଏକ ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦ ରୟାଲ ଚ୍ୟାଲେଞ୍ଜର୍ସକୁ ୫୫ ରନରେ ପରାସ୍ତ କରିଥିଲା। ମ୍ୟାଚ ସମୟରେ ବିରାଟ କୋହଲି ଏବଂ ଟ୍ରାଭିସ ହେଡ ମଧ୍ୟରେ…

ସୋସିଆଲ ମିଡିଆରେ ଏମିତି ମନ୍ତବ୍ୟ ଦେଇ ନିଲମ୍ବିତ ହେଲେ ଶିକ୍ଷକ

ନୂଆପଡ଼ା,୨୩ା୫(ମକାରୁ ବେମାଲ):ସାମାଜିକ ଗଣମାଧ୍ୟମ ଫେସ୍‌ବୁକରେ ବିଭ୍ରାନ୍ତିକର ମନ୍ତବ୍ୟ ଦେଇ ନୂଆପଡ଼ା ଜିଲାର ଜଣେ ସହକାରୀ ଶିକ୍ଷକ ନିଲମ୍ବିତ ହୋଇଛନ୍ତି। ସୂଚନା ମୁତାବକ, ନୂଆପଡ଼ା ଜିଲା କୋମନା ବ୍ଲକ…

ସୋରିପଡ଼ା, ଖଲିଆପଡ଼ାରେ ଜଳ ସଙ୍କଟ: ପାଣି ଟୋପେ ପାଇଁ ହନ୍ତସନ୍ତ

ନୂଆପଡ଼ା,୨୩ା୫ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ୍‌ ଜଟଗଡ଼ ପଞ୍ଚାୟତ ସୋରିପଡ଼ା ଓ ଖଲିଆପଡ଼ାରେ ପାନୀୟ ଜଳ ସଙ୍କଟ ଦେଖାଦେଇଛି। ସୂଚନା ଅନୁଯାୟୀ ସୋରିପଡ଼ା ଗଁାରେ ୫୦ରୁ…

ଅଧରାତିରେ ଚାଲାଣ ହେଉଥିଲା ଗୋରୁ, ମାଡ଼ିବସିଲେ ଗ୍ରାମବାସୀ: ଆଉ ତା’ପରେ…

ମହାକାଳପଡ଼ା,୨୩।୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ପିତାପାଟ ଗ୍ରାମ ପାଇଟାଳ କନ୍ଧା ବାଲି ମାଉଣ୍ଟଠାରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଗାଡ଼ିରେ…

ତ୍ରିକୋଣ ପ୍ରେମର କରୁଣ ପରିଣତି: ବିଚ୍‌ ରାସ୍ତାରେ ଦ୍ୱିତୀୟ ପ୍ରେମିକଙ୍କ ମାଆ-ମାମୁଁଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ପ୍ରଥମ ପ୍ରେମିକ

ବାଲେଶ୍ୱର, ୨୩।୫( ବାଞ୍ଛାନିଧି ଦେ) : ରାଜଧାନୀରୁ ଆରମ୍ଭ କରି ସବୁଠି ଏବେ ପ୍ରେମକୁ ନେଇ ଘଟୁଛି ତୁମୁଳକାଣ୍ଡ । ଏଭଳି ଏକ ସାଙ୍ଘାତିକ ଘଟଣା ସାମ୍ନାକୁ…

ଡୋନାଲ୍ଡ ଟ୍ରମ୍ପଙ୍କ ଝିଅକୁ ହତ୍ୟା କରିବାକୁ ଉଦ୍ୟମ! ହେଲା ବଡ଼ ପର୍ଦ୍ଦାଫାଶ, ଷଡ଼ଯନ୍ତ୍ର ରଚିଥିଲା…

ଓ୍‌ବାଶିଂଟନ୍‌,୨୩।୫: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପାଇଁ ଏକ ଆଶ୍ଚର୍ଯ୍ୟଜନକ ଏବଂ ଭୟଙ୍କର ଖବର ଆସିଛି। ପ୍ରକୃତରେ, ତାଙ୍କ ଝିଅ ଇଭାଙ୍କା ଟ୍ରମ୍ପଙ୍କୁ ହତ୍ୟା କରିବାକୁ ଚେଷ୍ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri