ନୂଆଙ୍କୁ ସ୍ବାଗତ ପୁରୁଣାଙ୍କୁ ବିଦାୟ ସମ୍ବର୍ଦ୍ଧନା: ତହସିଲରେ ନିଆରା କାର୍ଯ୍ୟକ୍ରମ

ଦାରିଙ୍ଗବାଡି, ୨୦।୬ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ତହସିଲ କାର୍ଯ୍ୟାଳୟରେ ଶୁକ୍ରବାର ଅପରାହ୍ନରେ ନୂତନ ତହସିଲଦାର ଧୀରୋଜ ପାତ୍ରଙ୍କୁ ସ୍ବାଗତ କରାଯାଇଥିବାବେଳେ ତତ୍କାଳ ତହସିଲଦାର ଶରତ ଶବରଙ୍କୁ ବିଦାୟ ସମ୍ବର୍ଦ୍ଧନା ଦିଆଯାଇଛି। ଏହି ଅବସରରେ ନୂଆ ଏବଂ ପୁରୁଣା ତହସିଲଦାର ଉପସ୍ଥିତ କର୍ମଚାରୀଙ୍କୁ ଲୋକଙ୍କ କାର୍ଯ୍ୟ କରିବାକୁ ପରାମର୍ଶ ଦେଇଛନ୍ତି। ଦାରିଙ୍ଗବାଡି ଅଞ୍ଚଳ ୨୫ଟି ପଞ୍ଚାୟତକୁ ନେଇ ଗଠିତ। ଏହା ଆଦିବାସୀ ଅଧ୍ୟ୍ୟୁଷିତ ଅଞ୍ଚଳ ଭାବେ ଖ୍ୟାତ। ଦୁର୍ଗମ ଅଞ୍ଚଳ ହୋଇଥିବାରୁ ତହସିଲ କାର୍ଯ୍ୟାଳୟକୁ ଆସୁଥିବା ଲୋକଙ୍କ କିଭଳି ସୁବିଧାରେ କରାଯାଇପାରିବ ସେନେଇ ପରାମର୍ଶ ଦେଇଥିଲେ।

ଅଞ୍ଚଳରେ ବସୁନ୍ଧରା ଯୋଜନାରେ ଜମିପଟ୍ଟା ବଣ୍ଟନ ବହୁତ ଭଲ ଭାବେ କରାଯାଇଛି। ସେହିପରି ଘରବାରୀ ପଟ୍ଟା, ଜଙ୍ଗଲଜମି ପଟ୍ଟା ଆଦି ଲୋକଙ୍କୁ ସୁବିଧାରେ ଯୋଗାଇଦେବାରେ ତହସିଲ କର୍ମଚାରୀଙ୍କ ଭୂମିକା ଅତି ଉତ୍ତମ ଭାବେ ତୁଲାଇଥିବା ତତ୍କାଳ ତହସିଲଦାର ଶରତ ଶବର କହିଥିଲେ। ସମସ୍ତେ ନିୟମିତ ଡ୍ୟୁଟି କରିବା ସହକର୍ମଠ ହେବାକୁ ପରାମର୍ଶ ଦେଇଛନ୍ତି। ଏହି କାର୍ଯ୍ୟକ୍ରମରେ ରାଜସ୍ବ ସୁପରଭାଇଜର ଡାବର ଫ୍ଲୋରିଆ ଯୋଗଦେଇଥିବାବେଳେ ଦାରିଙ୍ଗବାଡି ରାଜସ୍ବ ନିରୀକ୍ଷକ ସୁବ୍ରତ ମଲ୍ଲିକ,ବ୍ରାହ୍ମଣୀଗାଁ ର ରଞ୍ଜିତ କଂହର,ଗଦାପୁରର ଜିତେନ୍ଦ୍ର ସାହୁ, ଗ୍ରୀନବାଡି ର ଦୁର୍ଗା ପ୍ରସାଦ ପ୍ରଧାନ, ଦାଶିଙ୍ଗବାଡିର ଅମୀୟ ଭୂଷଣ ରାମ, କାଟିଙ୍ଗିଆର ଦିଲ୍ଲୀପ ସାହୁ,ବୁଡ଼ାଗୁଡାର ଜସ୍ମିନା ପ୍ରଧାନ,ସିମନବାଡିର ବଣିଆ ପାତ୍ରଙ୍କ ସମେତ ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ।
ସୂଚନାଯୋଗ୍ୟ ଯେ, ତହସିଲଦାର ଧୀରୋଜ ପାତ୍ର ନୂତନ ଭାବେ ତହସିଲଦାର ଦାୟିତ୍ୱ ନେଇଥିବାବେଳେ ସେ ବାଲିଗୁଡା ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ଡେପୁଟି କଲେକ୍ଟର ଭାବେ କାର୍ଯ୍ୟ କରୁଥିଲେ। ସେହିପରି ଶରତ ସବରଙ୍କୁ ଗଜପତି ଜିଲା ଗୁମ୍ମା ତହସିଲଦାର ଭାବେ ବଦଳି ହୋଇଥିଲା ।

 


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri