ନୂଆଙ୍କୁ ସ୍ବାଗତ ପୁରୁଣାଙ୍କୁ ବିଦାୟ ସମ୍ବର୍ଦ୍ଧନା: ତହସିଲରେ ନିଆରା କାର୍ଯ୍ୟକ୍ରମ

ଦାରିଙ୍ଗବାଡି, ୨୦।୬ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ତହସିଲ କାର୍ଯ୍ୟାଳୟରେ ଶୁକ୍ରବାର ଅପରାହ୍ନରେ ନୂତନ ତହସିଲଦାର ଧୀରୋଜ ପାତ୍ରଙ୍କୁ ସ୍ବାଗତ କରାଯାଇଥିବାବେଳେ ତତ୍କାଳ ତହସିଲଦାର ଶରତ ଶବରଙ୍କୁ ବିଦାୟ ସମ୍ବର୍ଦ୍ଧନା ଦିଆଯାଇଛି। ଏହି ଅବସରରେ ନୂଆ ଏବଂ ପୁରୁଣା ତହସିଲଦାର ଉପସ୍ଥିତ କର୍ମଚାରୀଙ୍କୁ ଲୋକଙ୍କ କାର୍ଯ୍ୟ କରିବାକୁ ପରାମର୍ଶ ଦେଇଛନ୍ତି। ଦାରିଙ୍ଗବାଡି ଅଞ୍ଚଳ ୨୫ଟି ପଞ୍ଚାୟତକୁ ନେଇ ଗଠିତ। ଏହା ଆଦିବାସୀ ଅଧ୍ୟ୍ୟୁଷିତ ଅଞ୍ଚଳ ଭାବେ ଖ୍ୟାତ। ଦୁର୍ଗମ ଅଞ୍ଚଳ ହୋଇଥିବାରୁ ତହସିଲ କାର୍ଯ୍ୟାଳୟକୁ ଆସୁଥିବା ଲୋକଙ୍କ କିଭଳି ସୁବିଧାରେ କରାଯାଇପାରିବ ସେନେଇ ପରାମର୍ଶ ଦେଇଥିଲେ।

ଅଞ୍ଚଳରେ ବସୁନ୍ଧରା ଯୋଜନାରେ ଜମିପଟ୍ଟା ବଣ୍ଟନ ବହୁତ ଭଲ ଭାବେ କରାଯାଇଛି। ସେହିପରି ଘରବାରୀ ପଟ୍ଟା, ଜଙ୍ଗଲଜମି ପଟ୍ଟା ଆଦି ଲୋକଙ୍କୁ ସୁବିଧାରେ ଯୋଗାଇଦେବାରେ ତହସିଲ କର୍ମଚାରୀଙ୍କ ଭୂମିକା ଅତି ଉତ୍ତମ ଭାବେ ତୁଲାଇଥିବା ତତ୍କାଳ ତହସିଲଦାର ଶରତ ଶବର କହିଥିଲେ। ସମସ୍ତେ ନିୟମିତ ଡ୍ୟୁଟି କରିବା ସହକର୍ମଠ ହେବାକୁ ପରାମର୍ଶ ଦେଇଛନ୍ତି। ଏହି କାର୍ଯ୍ୟକ୍ରମରେ ରାଜସ୍ବ ସୁପରଭାଇଜର ଡାବର ଫ୍ଲୋରିଆ ଯୋଗଦେଇଥିବାବେଳେ ଦାରିଙ୍ଗବାଡି ରାଜସ୍ବ ନିରୀକ୍ଷକ ସୁବ୍ରତ ମଲ୍ଲିକ,ବ୍ରାହ୍ମଣୀଗାଁ ର ରଞ୍ଜିତ କଂହର,ଗଦାପୁରର ଜିତେନ୍ଦ୍ର ସାହୁ, ଗ୍ରୀନବାଡି ର ଦୁର୍ଗା ପ୍ରସାଦ ପ୍ରଧାନ, ଦାଶିଙ୍ଗବାଡିର ଅମୀୟ ଭୂଷଣ ରାମ, କାଟିଙ୍ଗିଆର ଦିଲ୍ଲୀପ ସାହୁ,ବୁଡ଼ାଗୁଡାର ଜସ୍ମିନା ପ୍ରଧାନ,ସିମନବାଡିର ବଣିଆ ପାତ୍ରଙ୍କ ସମେତ ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ।
ସୂଚନାଯୋଗ୍ୟ ଯେ, ତହସିଲଦାର ଧୀରୋଜ ପାତ୍ର ନୂତନ ଭାବେ ତହସିଲଦାର ଦାୟିତ୍ୱ ନେଇଥିବାବେଳେ ସେ ବାଲିଗୁଡା ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ଡେପୁଟି କଲେକ୍ଟର ଭାବେ କାର୍ଯ୍ୟ କରୁଥିଲେ। ସେହିପରି ଶରତ ସବରଙ୍କୁ ଗଜପତି ଜିଲା ଗୁମ୍ମା ତହସିଲଦାର ଭାବେ ବଦଳି ହୋଇଥିଲା ।

 


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଘରୋଇ କଲେଜ ସିଲ୍‌ କଲା ପ୍ରଶାସନ, ତଦନ୍ତ ଆରମ୍ଭ

ବଲାଙ୍ଗୀର,୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଶାନ୍ତିପଡ଼ାରେ ଥିବା ଏକ ଘରୋଇ କଲେଜରେ ଗୁରୁବାର ପ୍ରଶାସନିକ ଟିମ ଚଢ଼ାଉ କରିଥିଲା। ଡିସିପିଓ, cwc, ପୋଲିସ ଓ ଶିକ୍ଷା…

ଯୁବକଙ୍କୁ ଆକ୍ରମଣ ପରେ ଛିନ ତାଇ ଘଟଣା: ଜଣେ ଅଭିଯୁକ୍ତ ଗଲେ ଜେଲ, ସମ୍ପୃକ୍ତ ୩ ନାବାଳକ ଗଲେ ବାଳ ସୁଧାର ଗୃହ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ଶ୍ରୀ ଗଣେଶ ମନ୍ଦିର ସମ୍ମୁଖ ୩୨୬ ନଂ ଜାତୀୟ ରାଜପଥରେ ବାଇକ ଅଟକାଇ ବୁଗୁଡ଼ା…

ମା’ ତାରାତାରିଣୀ ପୀଠରେ ଷୋଡ଼ଶ ପୂଜା ଲାଗି ପ୍ରସ୍ତୁତି ଆରମ୍ଭ, ଭକ୍ତଙ୍କ ଦର୍ଶନ, ସୁରକ୍ଷାକୁ ଗୁରୁତ୍ୱ

ପୁରୁଷୋତ୍ତମପୁର,୧।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଆସନ୍ତା ୩ ତାରିଖରୁ ଆରମ୍ଭ ହେବାକୁ ଥିବା ଷୋଡଶ ପୂଜାକୁ ନେଇ ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?