ନୂଆ ରାଜ୍ୟପାଳଙ୍କୁ ସ୍ବାଗତ, ଆଜି ଶପଥ

ଭୁବନେଶ୍ୱର, ୩୧ା୧୦(ଅସମାପିକା ସାହୁ):ଶପଥ ନେବାର ଦିନକ ପୂର୍ବରୁ ଓଡ଼ିଶାର ନୂଆ ରାଜ୍ୟପାଳ ରଘୁବର ଦାସ ସୋମବାର ଭୁବନେଶ୍ୱରସ୍ଥିତ ରାଜଭବନରେ ପହଞ୍ଚତ୍ଛନ୍ତି। ରାଜ୍ୟପାଳଙ୍କ ସମେତ ୧୦୦ରୁ ଅଧିକ ଅତିଥି ଆସିଛନ୍ତି। ରାଜଭବନଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ବାଚସ୍ପତି ପ୍ରମିଳା ମଲ୍ଲିକ ରାଜ୍ୟପାଳଙ୍କୁ ସ୍ବାଗତ କରିଛନ୍ତି। ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା, ଡିଜି ସୁନିଲ କୁମାର ବଂଶଲ ମଧ୍ୟ ନୂଆ ରାଜ୍ୟପାଳଙ୍କୁ ସ୍ବାଗତ କରିଥିଲେ। ରାଜଭବନରେ ସମସ୍ତଙ୍କୁ ଗାର୍ଡ ଅଫ୍‌ ଅନର ଦିଆଯାଇଥିଲା। ଝାଡ଼ଖଣ୍ଡରୁ ରାଜ୍ୟପାଳ ଦାସ ପୁରୁଷୋତ୍ତମ ଏକ୍ସପ୍ରେସ୍‌ ଯୋଗେ ସୋମବାର ସକାଳେ ପୁରୀରେ ପହଞ୍ଚତ୍ଥିଲେ। ସେ ପ୍ରଥମେ ପୁରୀ ରାଜଭବନରେ ପହଞ୍ଚତ୍ ମହୋଦଧିକୁ ଯାଇ ସୂର୍ଯ୍ୟୋଦୟ ଦେଖିଥିଲେ। ପରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରି ଆଶୀର୍ବାଦ ଭିକ୍ଷା କରିଥିଲେ। ଶ୍ରୀମନ୍ଦିରରୁ ବାହାରି ସ୍ଥାନୀୟ ରାଜଭବନକୁ ଫେରି ସେଠାରୁ ଭୁବନେଶ୍ୱର ଆସି ରାଜଭବନରେ ପହଞ୍ଚତ୍ଥିଲେ। ମଙ୍ଗଳବାର ସକାଳ ୮ଟା ୪୫ରେ ଲିଙ୍ଗରାଜଙ୍କ ଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି। ସେଠାରେ ପ୍ରାୟ ୧ଘଣ୍ଟା କାଳ ପୂଜାର୍ଚ୍ଚନା କରିବେ। ଏହାପରେ ପୂର୍ବାହ୍ନ ୧୧ଟା ୪୫ରେ ରାଜଭବନର ନୂଆ ହଲ୍‌ରେ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କରିବେ। ଶପଥ ପାଠ ସମୟରେ ସିଧାପ୍ରସାରଣ କରାଯିବ ବୋଲି ରାଜଭବନ ପକ୍ଷରୁ ସୂଚନା ମିଳିଛି। ନୂଆ ରାଜ୍ୟପାଳଙ୍କୁ ପ୍ରୋଟୋକଲ ଅନୁଯାୟୀ ଜେଡ୍‌ ପ୍ଲସ୍‌ ସୁରକ୍ଷା ଯୋଗାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

ଜନଗଣନା ତାଲିମ ବେଳେ ଚେତାଶୂନ୍ୟ ହୋଇପଡ଼ିଲେ ଶିକ୍ଷୟିତ୍ରୀ, ଆଉ ତା’ପରେ…

ହିଞ୍ଜିଳିକାଟୁ, ୨୮।୩( ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ପିଏମଶ୍ରୀ ସରକାରୀ ବୃନ୍ଦାବନ ବିଦ୍ୟାଳୟରେ ଚାଲିଥିବା ଜନଗଣନା ତାଲିମର ତୃତୀୟ ପର୍ଯ୍ୟାୟରେ ତାଲିମ ବେଳେ ଶନିବାର କେନ୍ଦ୍ରରେ ଜଣେ ଶିକ୍ଷୟିତ୍ରୀ…

ଗିରଫ ପରେ ଜାମିନରେ ଖଲାସ ହେଲେ ଏହି ଗଲ୍‌ଫ ଖେଳାଳି, ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା…

ଜୁପିଟର ଆଇଲାଣ୍ଡ, ୨୮ା୩: ବିଶିଷ୍ଟ ଗଲ୍‌ଫ ଖେଳାଳି ଟାଇଗର ଉଡ୍ସ ନିଶାଗ୍ରସ୍ତ ଅବସ୍ଥାରେ ଡ୍ରାଇଭିଂ କରିଥିବା ଅଭିଯୋଗରେ ପୋଲିସ ଦ୍ୱାରା ଗିରଫ ହେବାପରେ ଶୁକ୍ରବାର ବିଳମ୍ବିତ ରାତିରେ…

ବ୍ରହ୍ମବରଦା ଥାନାରୁ ଅଭିଯୁକ୍ତ ଚମ୍ପଟ ଘଟଣା: ଏଏସ୍‌ଆଇଙ୍କ ସମେତ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ

ଧର୍ମଶାଳା, ୨୮।୩(ଶିିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣାରେ ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ସରକାରଙ୍କ ବିରୋଧରେ ଗର୍ଜିଲା କଂଗ୍ରେସ

ବଞ୍ଚୋ,୨୮ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଅନ୍ତର୍ଗତ ମରେଇଗାଁ ପଡ଼ିଆରେ କଂଗ୍ରେସ ଦଳର ଡାକରାରେ ଏକ ବିଶାଳ ଜନସମାବେଶ ଅନୁଷ୍ଠିତ ହୋଇଯାଇଛି।…

୧୦ ମାସ ତଳେ ବିବାହ କରିଥିଲେ ଅନୁପମା, ବେକରେ ଦାଗ ଦେଖି ବାପଘର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ମହିପୁର ଗାଁରେ ଜଣେ ନବବଧୂକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୦ ମାସ ତଳେ ବାହା ହୋଇଥିବା…

ଉପଖଣ୍ଡ ମାନ୍ୟତା ପ୍ରଦାନ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ରିଷିଡ଼ା,୨୮ା୩ (ସୁଶାନ୍ତ ମଲ୍ଲିକ)କଳାହାଣ୍ଡି ଜିଲାର ମଦନପୁର ରାମପୁରକୁ ଉପଖଣ୍ଡ ମାନ୍ୟତା ଦେବା ପାଇଁ ଯୁବ ନେତା ତଥା ରାଜ ପରିବାର ସଦସ୍ୟ ନୀଳମାଧବ ସିଂଦେଓ ମୁଖ୍ୟମନ୍ତ୍ରୀ ମୋହନ…

ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ହିମାଂଶୁ-ଦେବେନ୍ଦ୍ର, କାର୍ଯ୍ୟଭାର ନେବା ପରେ…

ବରପାଲି,୨୮ା୩(ଚିତ୍ତରଞ୍ଜନ ସାହୁ): ଶନିବାର ବରପାଲି ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଚଳିତ ବର୍ଷ ପାଇଁ ସଭାପତି ହିମାଂଶୁ ଶେଖର ସାହୁ ଓ ସମ୍ପାଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri