‘ଗରିବଙ୍କ କଲ୍ୟାଣ ଗୁରୁତ୍ୱପୂର୍ଣ୍ଣ’

ଭୁବନେଶ୍ୱର,୨୩ା୧୨(ବ୍ୟୁରୋ): ସମଗ୍ର ବିଶ୍ୱରେ ଓମିକ୍ରନ୍‌ ଭୂତାଣୁ କାୟାବିସ୍ତାର କରୁଛି। ଏହି ଭୂତାଣୁ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକଙ୍କୁ ସତର୍କ କରାଇଛନ୍ତି। ଜନସାଧାରଣଙ୍କ ସହଯୋଗରେ ଓଡ଼ିଶା କୋଭିଡ୍‌ର ପ୍ରଥମ ଓ ଦ୍ବିତୀୟ ଲହରକୁ ସଫଳ ଭାବରେ ମୁକାବିଲା କରିପାରିଛି। ବର୍ତ୍ତମାନ କୋଭିଡ୍‌ର ନୂଆ ଭାରିଆଣ୍ଟ ଓମିକ୍ରନ୍‌ କାୟାବିସ୍ତାର କରୁଛି। ତେଣୁ ଜନସାଧାରଣ ସତର୍କ ରହି କୋଭିଡ୍‌ ନିୟମ ପାଳନ କରିବାକୁ ମୁଖ୍ୟମନ୍ତ୍ରୀ ନିବେଦନ କରିଛନ୍ତି। ମାସ୍କ ପିନ୍ଧିବା, ବାରମ୍ବାର ହାତ ଧୋଇବା, ସାମାଜିକ ଦୂରତ୍ୱ ରକ୍ଷା କରିବା ଏବଂ ଅତି ଆବଶ୍ୟକ ନ ହେଲେ ଭିଡ଼କୁ ନ ଯିବା ପାଇଁ ସେ ପରାମର୍ଶ ଦେଇଛନ୍ତି। ବୁଧବାର କୋଭିଡ୍‌ ସହାୟତା ପ୍ରଦାନ ଅବସରରେ ମୁଖ୍ୟମନ୍ତ୍ରୀ ଏହା କହିଛନ୍ତି।
ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସ୍‌କଓ୍ବୋଇ) ହିତାଧିକାରୀମାନଙ୍କୁ ମୁଖ୍ୟମନ୍ତ୍ରୀ ଜୀବିକା ପାଇଁ ୧ ହଜାର ଟଙ୍କା ଲେଖାଏ ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି। କୋଭିଡ୍‌ ସମୟରେ ଗରିବ ଲୋକଙ୍କ ଆର୍ଥିକ ଦୁରବସ୍ଥାକୁ ଦୂର କରିବା ପାଇଁ ମୁଖ୍ୟମନ୍ତ୍ରୀ ଏହି ସହାୟତା ଦେଇଛନ୍ତି। ବିଜୁ ସ୍ବାସ୍ଥ୍ୟ କଲ୍ୟାଣ କାର୍ଡ ନ ଥିବା କ୍ଷେତ୍ରରେ ଜାତୀୟ ଖାଦ୍ୟ ସୁରକ୍ଷା କିମ୍ବା ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାର ହିତାଧିକାରୀମାନେ ମଧ୍ୟ ଏହି ସହାୟତା ପାଇପାରିବେ। ସାରା ରାଜ୍ୟର ୯୬ ଲକ୍ଷ ପରିବାର ଉପକୃତ ହେବେ। ଏଥିପାଇଁ ରାଜ୍ୟ ସରକାର ନିଜ ପାଣ୍ଠିରୁ ୯୬୦ କୋଟି ଟଙ୍କା ଖର୍ଚ୍ଚ କରିବେ। ୭ ଦିନ ମଧ୍ୟରେ ଏହି ସହାୟତା ସମସ୍ତ ହିତାଧିକାରୀଙ୍କୁ ପ୍ରଦାନ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଗରିବ ଲୋକଙ୍କ କଲ୍ୟାଣ ରାଜ୍ୟ ସରକାରଙ୍କ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମ। କୋଭିଡ୍‌ର ପ୍ରଥମ ଓ ଦ୍ବିତୀୟ ଲହର ଆମ ପାଇଁ ଆହ୍ବାନ ସୃଷ୍ଟି କରିଥିଲା। ଏହା ସେମାନଙ୍କ ଅର୍ଥିକ ଓ ସାମାଜିକ ଜୀବନ ଉପରେ ଗଭୀର ପ୍ରଭାବ ପକାଇଛି। ଗରିବ ଲୋକମାନେ ଏଥିରେ ବହୁତ କ୍ଷତି ସହିଛନ୍ତି। କୋଭିଡ୍‌ର ପ୍ରଭାବ ଏପର୍ଯ୍ୟନ୍ତ ମଧ୍ୟ ଯାଇନାହିଁ। ସେମାନଙ୍କ କଷ୍ଟ ଦୂର କରିବା ପାଇଁ ରାଜ୍ୟ ସରକାର ଏହି ସହାୟତା ଯୋଗାଇ ଦେଉଛନ୍ତି।
ଏହି କାର୍ଯ୍ୟକ୍ରମରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଯୋଗଦେଇ କହିଛନ୍ତି, ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଯୋଗୁ କୋଭିଡ୍‌ ପରିଚାଳନାରେ ଓଡ଼ିଶା ଦେଶର ମଡେଲ ହୋଇପାରିଛି। ପ୍ରଶାସନରେ ୫-ଟିର ପ୍ରୟୋଗ ଯୋଗୁ ସରକାରଙ୍କ ସମସ୍ତ ଲୋକାଭିମୁଖୀ କାର୍ଯ୍ୟକ୍ରମ ତ୍ୱରାନ୍ବିତ ହୋଇପାରୁଛି। ଏହି କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଭି.କେ. ପାଣ୍ଡିଆନ ପରିଚାଳନା କରିଥିଲେ।
ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ପ୍ରମୁଖ ସଚିବ ବୀର ବିକ୍ରମ ଯାଦବ ସ୍ବାଗତ ଭାଷଣ ଓ ବିଭାଗୀୟ ଅତିରିକ୍ତ ଶାସନ ସଚିବ ଧନ୍ୟବାଦ ଅର୍ପଣ କରିଥିଲେ। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଏବଂ ଖାଦ୍ୟ ଉତ୍ପାଦନ କମିଶନର ଆର୍‌. କେ. ଶର୍ମା ପ୍ରମୁଖ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ୧୫ ବର୍ଷୀୟା ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ…

ରାଜ୍ୟରେ ଝଡ଼ବର୍ଷା ଆଲର୍ଟ

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେଲା ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ହେଲେ ଅପରାହ୍ନରେ ହଠାତ୍‌ ବଦଳି ଯାଉଛି ପାଗ। ମାଡ଼ି ଆସୁଛି କାଳବୈଶାଖୀ। କାଳବୈଶାଖୀ ପ୍ରଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri