‘ଗରିବଙ୍କ କଲ୍ୟାଣ ଗୁରୁତ୍ୱପୂର୍ଣ୍ଣ’

ଭୁବନେଶ୍ୱର,୨୩ା୧୨(ବ୍ୟୁରୋ): ସମଗ୍ର ବିଶ୍ୱରେ ଓମିକ୍ରନ୍‌ ଭୂତାଣୁ କାୟାବିସ୍ତାର କରୁଛି। ଏହି ଭୂତାଣୁ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକଙ୍କୁ ସତର୍କ କରାଇଛନ୍ତି। ଜନସାଧାରଣଙ୍କ ସହଯୋଗରେ ଓଡ଼ିଶା କୋଭିଡ୍‌ର ପ୍ରଥମ ଓ ଦ୍ବିତୀୟ ଲହରକୁ ସଫଳ ଭାବରେ ମୁକାବିଲା କରିପାରିଛି। ବର୍ତ୍ତମାନ କୋଭିଡ୍‌ର ନୂଆ ଭାରିଆଣ୍ଟ ଓମିକ୍ରନ୍‌ କାୟାବିସ୍ତାର କରୁଛି। ତେଣୁ ଜନସାଧାରଣ ସତର୍କ ରହି କୋଭିଡ୍‌ ନିୟମ ପାଳନ କରିବାକୁ ମୁଖ୍ୟମନ୍ତ୍ରୀ ନିବେଦନ କରିଛନ୍ତି। ମାସ୍କ ପିନ୍ଧିବା, ବାରମ୍ବାର ହାତ ଧୋଇବା, ସାମାଜିକ ଦୂରତ୍ୱ ରକ୍ଷା କରିବା ଏବଂ ଅତି ଆବଶ୍ୟକ ନ ହେଲେ ଭିଡ଼କୁ ନ ଯିବା ପାଇଁ ସେ ପରାମର୍ଶ ଦେଇଛନ୍ତି। ବୁଧବାର କୋଭିଡ୍‌ ସହାୟତା ପ୍ରଦାନ ଅବସରରେ ମୁଖ୍ୟମନ୍ତ୍ରୀ ଏହା କହିଛନ୍ତି।
ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସ୍‌କଓ୍ବୋଇ) ହିତାଧିକାରୀମାନଙ୍କୁ ମୁଖ୍ୟମନ୍ତ୍ରୀ ଜୀବିକା ପାଇଁ ୧ ହଜାର ଟଙ୍କା ଲେଖାଏ ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି। କୋଭିଡ୍‌ ସମୟରେ ଗରିବ ଲୋକଙ୍କ ଆର୍ଥିକ ଦୁରବସ୍ଥାକୁ ଦୂର କରିବା ପାଇଁ ମୁଖ୍ୟମନ୍ତ୍ରୀ ଏହି ସହାୟତା ଦେଇଛନ୍ତି। ବିଜୁ ସ୍ବାସ୍ଥ୍ୟ କଲ୍ୟାଣ କାର୍ଡ ନ ଥିବା କ୍ଷେତ୍ରରେ ଜାତୀୟ ଖାଦ୍ୟ ସୁରକ୍ଷା କିମ୍ବା ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାର ହିତାଧିକାରୀମାନେ ମଧ୍ୟ ଏହି ସହାୟତା ପାଇପାରିବେ। ସାରା ରାଜ୍ୟର ୯୬ ଲକ୍ଷ ପରିବାର ଉପକୃତ ହେବେ। ଏଥିପାଇଁ ରାଜ୍ୟ ସରକାର ନିଜ ପାଣ୍ଠିରୁ ୯୬୦ କୋଟି ଟଙ୍କା ଖର୍ଚ୍ଚ କରିବେ। ୭ ଦିନ ମଧ୍ୟରେ ଏହି ସହାୟତା ସମସ୍ତ ହିତାଧିକାରୀଙ୍କୁ ପ୍ରଦାନ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଗରିବ ଲୋକଙ୍କ କଲ୍ୟାଣ ରାଜ୍ୟ ସରକାରଙ୍କ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମ। କୋଭିଡ୍‌ର ପ୍ରଥମ ଓ ଦ୍ବିତୀୟ ଲହର ଆମ ପାଇଁ ଆହ୍ବାନ ସୃଷ୍ଟି କରିଥିଲା। ଏହା ସେମାନଙ୍କ ଅର୍ଥିକ ଓ ସାମାଜିକ ଜୀବନ ଉପରେ ଗଭୀର ପ୍ରଭାବ ପକାଇଛି। ଗରିବ ଲୋକମାନେ ଏଥିରେ ବହୁତ କ୍ଷତି ସହିଛନ୍ତି। କୋଭିଡ୍‌ର ପ୍ରଭାବ ଏପର୍ଯ୍ୟନ୍ତ ମଧ୍ୟ ଯାଇନାହିଁ। ସେମାନଙ୍କ କଷ୍ଟ ଦୂର କରିବା ପାଇଁ ରାଜ୍ୟ ସରକାର ଏହି ସହାୟତା ଯୋଗାଇ ଦେଉଛନ୍ତି।
ଏହି କାର୍ଯ୍ୟକ୍ରମରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଯୋଗଦେଇ କହିଛନ୍ତି, ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଯୋଗୁ କୋଭିଡ୍‌ ପରିଚାଳନାରେ ଓଡ଼ିଶା ଦେଶର ମଡେଲ ହୋଇପାରିଛି। ପ୍ରଶାସନରେ ୫-ଟିର ପ୍ରୟୋଗ ଯୋଗୁ ସରକାରଙ୍କ ସମସ୍ତ ଲୋକାଭିମୁଖୀ କାର୍ଯ୍ୟକ୍ରମ ତ୍ୱରାନ୍ବିତ ହୋଇପାରୁଛି। ଏହି କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଭି.କେ. ପାଣ୍ଡିଆନ ପରିଚାଳନା କରିଥିଲେ।
ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ପ୍ରମୁଖ ସଚିବ ବୀର ବିକ୍ରମ ଯାଦବ ସ୍ବାଗତ ଭାଷଣ ଓ ବିଭାଗୀୟ ଅତିରିକ୍ତ ଶାସନ ସଚିବ ଧନ୍ୟବାଦ ଅର୍ପଣ କରିଥିଲେ। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଏବଂ ଖାଦ୍ୟ ଉତ୍ପାଦନ କମିଶନର ଆର୍‌. କେ. ଶର୍ମା ପ୍ରମୁଖ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗଣିତ ଦକ୍ଷତା ବୃଦ୍ଧି ପାଇଁ ରୂପରେଖ ପ୍ରସ୍ତୁତ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଗଣିତ ଶିକ୍ଷାରେ କିପରି ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଦକ୍ଷ ହେବା ସହ ଉନ୍ନତ ପ୍ରଦର୍ଶନ କରିବେ ସେଥିପାଇଁ ବିଦ୍ୟାଳୟ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

ସକାଳ ସାଢେ ୮ଟାରୁ ପାରଦ ଛୁଇଁଲା ୩୬, ୫ ଦିନ ଅସହ୍ୟ ହେବ ତାତି

ଭୁବନେଶ୍ୱର,୨୫।୪: ସକାଳୁ ଅସହ୍ୟ ତାତି। ସାଢ଼େ ୮ଟା ସୁଦ୍ଧା ୩୬ ଛୁଇଁଲା ପାରଦ। ବାଲେଶ୍ୱରର ତାମପାତ୍ରା ଗୁରୁବାର ସକାଳୁ ୩୬ ଡିଗ୍ରୀ ଛୁଇଁଛି । ଖାଲି...

ନିର୍ବାଚନ ହାରୁଥିବା ଜାଣି ମିଛ ଅଭିଯୋଗ ଆଣିଛି ଭାଜପା: ବିଜେଡି

ଭୁବନେଶ୍ୱର,୨୫ା୪(ଅନିଲ ଦାସ)ଓଡ଼ିଶା ଭାରତୀୟ ଜନତା ପାର୍ଟିର ନେତାମାନେ ଯେତେବେଳେ ନିର୍ବାଚନ ହାରୁଥିବା ଅନୁଭବ କରନ୍ତି, ସେତେବେଳେ ସେମାନେ ବିନା କୌଣସି ତଥ୍ୟ ଆଧାରରେ ମିଥ୍ୟା, ଭିତ୍ତିହୀନ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri