ଗରିବଙ୍କ କଲ୍ୟାଣ ମୋଦି ସରକାରଙ୍କ ମୂଳ ଲକ୍ଷ୍ୟ: ଧର୍ମେନ୍ଦ୍ର

ମାହାଙ୍ଗା,୧ା୬(ସ୍ବ.ପ୍ର.): କଟକ ଜିଲା ମାହାଙ୍ଗା ବ୍ଳକ ଅନ୍ତର୍ଗତ ବରାହିପୁରଠାରେ ଭାଜପା ପକ୍ଷରୁ ଗରିବ କଲ୍ୟାଣ ସମ୍ମିଳନୀ ଉତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ କେନ୍ଦ୍ର ଶିକ୍ଷା ଓ ଦକ୍ଷତାବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଯୋଗଦେଇ କହିଥିଲେ, ଗରିବ ଲୋକଙ୍କ ଆଶୀର୍ବାଦରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସରକାର ଅଷ୍ଟମ ବର୍ଷ ପୂର୍ତ୍ତି ପାଳନ କରୁଛନ୍ତି। କେନ୍ଦ୍ର ସରକାର ଦେଶର ଗରିବ, ମହିଳା, ଦଳିତ, ପଛୁଆବର୍ଗ ଓ ଯୁବକଙ୍କ ବିକାଶ ପାଇଁ ସଂକଳ୍ପବଦ୍ଧ। କୃଷକଙ୍କ ପାଇଁ ସରକାର ପିଏମ୍‌ କିଷାନ ଯୋଜନାରେ ପ୍ରତିବର୍ଷ ୬ହଜାର ଟଙ୍କା ଲେଖାଏ ୧୦ କିସ୍ତିରେ ୪୦ ଲକ୍ଷ ଲୋକଙ୍କୁ ପ୍ରଦାନ କରିଛନ୍ତି। ସ୍ବାଧୀନତାର ୭୫ବର୍ଷ ଉପଲକ୍ଷେ ପାଳିତ ‘ଆଜାଦୀ କା ଅମୃତ ମହୋତ୍ସବ’ ଅବସରରେ ଏହି କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି। ଗରିବ ଲୋକଙ୍କ କଲ୍ୟାଣ ଓ ମା’ଙ୍କୁ ସମ୍ମାନ ମୋଦି ସରକାରଙ୍କ ମୂଳଲକ୍ଷ୍ୟ ବୋଲି ସେ ମତବ୍ୟକ୍ତ କରିଥିଲେ। କେନ୍ଦ୍ର ସରକାରଙ୍କ ପକ୍ଷରୁ ଗରିବଙ୍କୁ ଘର, ପାଣି, ବିଜୁଳି, ସ୍ବାସ୍ଥ୍ୟ ସେବା ସହ ସ୍ବଚ୍ଛ ଭାରତ ଯୋଜନାରେ ପାଇଖାନା ଯୋଗାଇ ଦିଆଯାଇଛି। ସେହିପରି ଚାଷୀଙ୍କ ପାଇଁ ମଧ୍ୟ ବିଭିନ୍ନ ଯୋଜନା ପ୍ରଣୟନ କରାଯାଇଛି। ମୋଦି ସରକାରଙ୍କ ‘ସବ୍‌କା ସାଥ ସବ୍‌କା ବିକାଶ’ ଜନକଲ୍ୟାଣ କାର୍ଯ୍ୟକ୍ରମରେ ପରିଣତ ହୋଇଛି ବୋଲି ଧର୍ମେନ୍ଦ୍ର ମତବ୍ୟକ୍ତ କରିଥିଲେ। ଦେବ ପ୍ରସାଦ ଦାସ ଏଥିରେ ସଂଯୋଜନା କରିଥିବାବେଳେ କେନ୍ଦ୍ର କୃଷି ଓ କୃଷକ ମନ୍ତ୍ରଣାଳୟ କଣ୍ଟ୍ରୋଲର ଆକାଉଣ୍ଟାଣ୍ଟ ବିନୋଦ କୁମାର, ଏନ୍‌ଆର୍‌ଆର୍‌ଆଇ ଡାଇରେକ୍ଟର ଡ. ପଦ୍ମିନୀ ସ୍ବାଇଁ ପ୍ରମୁଖ ଯୋଗଦେଇଥିଲେ। ସିଜିଏମ୍‌ ନିରଜ ଏମ୍‌.ନିମ୍‌ଜୀ ଧନ୍ୟବାଦ ଦେଇଥିଲେ। ଏହି ଅବସରରେ ମାହାଙ୍ଗାର ଚାଷୀ ଉଦ୍ଧବ ଚରଣ ପାଢୀ, ଶରତ ଜେନା, କମଳଲୋଚନ ମଲ୍ଲ, ମନୋଜ କୁମାର ନନ୍ଦ, ରୁକ୍ମିଣୀ ନାୟକ, ଅପର୍ଣ୍ଣା ସେଠୀଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାର ବିଜୟକୁ ନେଇ ବର୍ଷିଲେ ଅଭିଷେକ ବାନାର୍ଜୀ !

କୋଲକାତା,୨୫।୫: ପଶ୍ଚିମବଙ୍ଗର ଫାଲଟା ବିଧାନସଭା ଆସନ ପାଇଁ ଅନୁଷ୍ଠିତ ନିର୍ବାଚନରେ, ଭାଜପାର ଦେବାଂଶୁ ପଣ୍ଡା ସିପିଆଇ(ଏମ)ର ତାଙ୍କ ପ୍ରତିଦ୍ୱନ୍ଦ୍ୱୀ ଶମ୍ଭୁ ନାଥ କୁର୍ମିଙ୍କୁ ୧୦୯,୦୨୧ ଭୋଟର ବିପୁଳ…

ପୋଲିସକୁ ଦେଖି ଖସି ଯାଉଥିଲା କାର୍‌, ଗୋଡ଼ାଇ ଗୋଡ଼ାଇ ଧରିଲା ପରେ ମିଳିଲା…

ଲକ୍ଷ୍ମୀପୁର,୨୫ା୫(ଅନନ୍ତ ପ୍ରସାଦ ନାୟକ): କୋରାପୁଟ ଜିଲା ଲକ୍ଷ୍ମୀପୁର ବ୍ଲକ ଅନ୍ତର୍ଗତ କାକିରିଗୁମା ଥାନା ପୋଲିସ ଦ୍ବାରା ବିଳମ୍ବିତ ରାତିରେ ପାଟ୍ରୋଲିଂ କରୁଥିବା ସମୟରେ ଏକ ଗଞ୍ଜେଇକୁ ଗାଡ଼ି…

ଅର୍କକ୍ଷେତ୍ରରେ ରଥଯାତ୍ରା

ଆମେ ଗତ ସଂଖ୍ୟାରେ କୋଣାଦିତ୍ୟରେ ‘ନବ ଆଳତି ପରମ୍ପରା’ ଆଲୋଚନା ପ୍ରସଙ୍ଗରେ ଶ୍ରୀଆଦିତ୍ୟଙ୍କ ଦ୍ୱାଦଶଯାତ୍ରାର ଐତିହ୍ୟ ଆରମ୍ଭ କରିଥିଲୁ। ପ୍ରଥମ ଯାତ୍ରା ମାଘ ଶୁକ୍ଳ ସପ୍ତମୀ, ଯାହା…

ବ୍ରହ୍ମପୁରରେ ପୁଣି ଏନ୍‌କାଉଣ୍ଟର: ପୋଲିସ ଗୁଳି ଖାଇ ଏବେ ଆଇସିୟୁରେ ଅପରାଧୀ ଜଗା

ବ୍ରହ୍ମପୁର,୨୫ା୫: ଗଞ୍ଜାମ ଜିଲାରେ ଗତ ମାସକ ମଧ୍ୟରେ ୧୦ ହତ୍ୟାକାଣ୍ଡ, ଗୋଷ୍ଠୀ କନ୍ଦଳକୁ ନେଇ ଏକାଧିକ ହଣାକଟା ଘଟଣା ଯୋଗୁ ଆଇନଶୃଙ୍ଖଳା ବିପର୍ଯସ୍ତ ହୋଇପଡିଥିଲା। ଯାହାକି ପୋଲିସ…

ସକାଳୁ ସକାଳୁ ଇରାନକୁ ଧମକ ଦେଲେ ଟ୍ରମ୍ପ! ଡିଲ ଉପରେ ସସପେନ୍ସକୁ ନେଇ ପଠାଇଲେ…

ଓ୍ବାଶିଂଟନ,୨୫।୫: ଇରାନ ଏବଂ ଆମେରିକା ମଧ୍ୟରେ ସମ୍ଭାବ୍ୟ ଚୁକ୍ତିକୁ ନେଇ ସସପେନ୍ସ ଜାରି ରହିଛି। ଏହା ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋସିଆଲ ମିଡିଆରେ ଏକ…

ପ୍ରଧାନମନ୍ତ୍ରୀ ମୋଦିଙ୍କ ଉପସ୍ଥିତିରେ ଟ୍ରମ୍ପ ତାଙ୍କ ସ୍ବତନ୍ତ୍ର ପ୍ରତିନିଧି ସର୍ଗିଓ ଗୋରଙ୍କୁ ଫୋନ ମାଧ୍ୟମରେ କ’ଣ ନିର୍ଦ୍ଦେଶ ଦେଇଥିଲେ? ଜାଣନ୍ତୁ…

ନୂଆଦିଲ୍ଲୀ,୨୫।୫: ଆମେରିକାର ସ୍ବାଧୀନତା ଘୋଷଣାର ୨୫୦ତମ ବାର୍ଷିକୀ ପାଳନ ପାଇଁ ଦିଲ୍ଲୀରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ ଗୋର ଏବଂ ଆମେରିକାର ବୈଦେଶିକ ସଚିବ…

ଶୀଥିଳ ହୋଇପଡ଼ିଛି ଧାନ ବିକ୍ରି-ଉଠାଣ ପ୍ରକ୍ରିୟା: ଚାଲିଲା ଛାନଭିନ୍‌, ଫସରଫାଟିଲା ଫଲ୍ସ ଏଣ୍ଟ୍ରି

ବରଗଡ଼,୨୫।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟାକୁ ରବିବାର ୨ସପ୍ତାହ ପୂରି ଯାଇଛି। ହେଲେ ଏବେ ମଧ୍ୟ କେତେକ ମିଲର୍ସ ନିୟମିତ ଭାବେ ଆସୁ ନ…

ଘରୋଇ ବିବାଦୀୟ ଜମିରେ ଗୋଷ୍ଠୀ ସାଂସ୍କୃତିକ କେନ୍ଦ୍ର ନିର୍ମାଣ: ବିଡିଓ ଦୃଷ୍ଟିଦେବାକୁ ଦାବି

ମହାକାଳପଡ଼ା, ୨୫ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ କେବି ଦାଣ୍ଡୁଆ ପଞ୍ଚାୟତ ବଗଗହଣ ଗ୍ରାମରେ ବିକଶିତ ଗାଁ ବିକଶିତ ଓଡ଼ିଶା ପ୍ରକଳ୍ପ ଯୋଜନାରେ ଷୋଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri