Posted inରାଜ୍ୟ

୪ ତାରିଖରେ ଉପକୂଳ ଛୁଇଁବ ସମ୍ଭାବ୍ୟ ବାତ୍ୟା! ଜାଣନ୍ତୁ ଓଡ଼ିଶା ଉପରେ କ’ଣ ରହିବ ପ୍ରଭାବ

ଭୁବନେଶ୍ୱର,୩୦।୧୧: ଆସୁଛି ବାତ୍ୟା ବଢୁଛି ଭୟ। ଆସନ୍ତା ସପ୍ତାହରେ ପୁଣି ଭାରତୀୟ ଉପକୂକଳ ଛୁଇଁବ ବାତ୍ୟା। ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ସୁଦୃଶ-ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି। ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତିକରିବା ସହ ଆଗାମୀ ୨୪ଘଣ୍ଟା ମଧ୍ୟରେ ଏକ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି।

ପରବର୍ତ୍ତୀ ସମୟରେ ଗତିର ଦିଗ ବଜାୟ ରଖିବା ସହ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ପହଞ୍ଚି ଆହୁରି ଘନୀଭୂତ ହୋଇ ୩ତାରିଖ ବେଳକୁ ଏକ ବାତ୍ୟାର ରୂପ ନେବାର ସମ୍ଭାବନା ରହିଛି। ପରବର୍ତୀ ସମୟରେ ଏହା ଉତ୍ତରପଶ୍ଚିମ ଦିଗରେ ଗତିକରି ୪ ତାରିଖ ପାହାନ୍ତିଆ ବେଳକୁ ଉତ୍ତର ତାମିଲନାଡୁ -ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳ ପାଖାପାଖି ପହଁଚିବାର ସମ୍ଭାବନା ରହିଛି।

ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ସତର୍କ ରହିବା ପାଇଁ ଉପକୂଳବର୍ତ୍ତୀ ୭ ଜିଲାପାଳଙ୍କୁ ସ୍ବତନ୍ତ୍ର ରିଲିଫ୍‌ କମିଶନର (ଏସ୍‌ଆର୍‌ସି) ପରାମର୍ଶ ଦେଇଛନ୍ତି। ଉକ୍ତ ଜିଲାଗୁଡ଼ିକ ହେଲା ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, ବାଲେଶ୍ୱର ଓ ଭଦ୍ରକ। ତେବେ ବାତ୍ୟାର ତୀବ୍ରତା ଓ ଗତିପଥ କ’ଣ ରହିବ ସେ ନେଇ ଏ ପର୍ଯ୍ୟନ୍ତ କୌଣସି ଆକଳନ କରାଯାଇ ନାହିଁ। ଲଘୁଚାପ ପ୍ରଭାବରେ ଆସନ୍ତା ୩ ଓ ୪ ତାରିଖରେ ଉପକୂଳ ଓଡ଼ିଶାରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି। ତେବେ ୪ରୁ ୮ ତାରିଖ ଯାଏ ଉପକୂଳ ଏବଂ ଦକ୍ଷିଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହେବ।

ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ବାତ୍ୟା ସୃଷ୍ଟି ହେବାର ସମ୍ଭାବନା ଥିବାରୁ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଆସନ୍ତା ୧ ତାରିଖରୁ ୪୦ରୁ ୫୦ କିମି ବେଗରେ ପବନ ବହିବ। ପବନର ବେଗ ୨ ତାରିଖ ବେଳକୁ ୫୦ରୁ ୬୦ କିମି ଓ ବେଳେ ବେଳେ ସର୍ବାଧିକ ୭୦ କିମି ପର୍ଯ୍ୟନ୍ତ ଯାଇପାରେ ବୋଲି ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି। ଏହାର ପ୍ରଭାବରେ ଡିସେମ୍ବର ୧ ତାରିଖରୁ ସମୁଦ୍ର ଅଶାନ୍ତ ରହିବ । ମତ୍ସ୍ୟଜୀବୀମାନଙ୍କୁ ଗଭୀର ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି। ଯେଉଁ ମତ୍ସ୍ୟଜୀବୀ ସମୁଦ୍ରରେ ରହିଛନ୍ତି, ସେମାନେ ତୁରନ୍ତ କୂଳକୁ ଫେରି ଆସିବାକୁ କୁହାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

୩ ରାଶି ଉପରେ ରହିବ ରାହୁ-କେତୁଙ୍କ କୃପା: ଘର, ଗାଡ଼ିଠାରୁ ଚାକିରି ଯାଏ ସବୁ ସ୍ୱପ୍ନ ହେବ ପୂରଣ!

ଜ୍ୟୋତିଷ ଶାସ୍ତ୍ରରେ ରାହୁ ଏବଂ କେତୁଙ୍କୁ ଛାୟା ଗ୍ରହ ସହିତ ଅତ୍ୟନ୍ତ ପ୍ରଭାବଶାଳୀ ଗ୍ରହ ଭାବେ ବିବେଚନା କରାଯାଏ। ଏହି ଦୁଇ ଗ୍ରହଙ୍କ ପ୍ରଭାବ ବ୍ୟକ୍ତିଙ୍କ ଜୀବନରେ…

ଟିମ୍ ଇଣ୍ଡିଆକୁ ବଡ଼ ଝଟ୍‌କା: ନ୍ୟୁଜିଲ୍ୟାଣ୍ଡ ସିରିଜ୍ ପୂର୍ବରୁ ଆହତ ହେଲେ ଷ୍ଟାର୍ ବୋଲର, CoEରେ ଚାଲିଛି…

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍ ପରେ ଭାରତୀୟ କ୍ରିକେଟ୍ ଦଳ ନ୍ୟୁଜିଲ୍ୟାଣ୍ଡ ଗସ୍ତ କରିବ, ଯେଉଁଠାରେ ତିନୋଟିଯାକ ଫର୍ମାଟ୍‌ରେ ସିରିଜ୍ ଖେଳାଯିବ। ତେବେ ଏହି ଗୁରୁତ୍ୱପୂର୍ଣ୍ଣ…

IPL 2027: ଦିଲ୍ଲୀ କ୍ୟାପିଟାଲ୍ସର ନୂଆ ହେଡ୍ କୋଚ୍ ହେଲେ ସୌରଭ ଗାଙ୍ଗୁଲି, ହେମାଙ୍ଗ ବଦାନୀଙ୍କ ସ୍ଥାନ ନେଲେ ଦାଦା

ନୂଆଦିଲ୍ଲୀ,୬।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସିଜନ୍ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ (DC) ସୌରଭ ଗାଙ୍ଗୁଲିଙ୍କୁ ଟିମ୍‌ର ନୂଆ ହେଡ୍ କୋଚ୍ ଭାବେ ନିଯୁକ୍ତ କରିଛି।…

ପୁଣି ମହଙ୍ଗା ହେବ ମୋବାଇଲ ରିଚାର୍ଜ ପ୍ଲାନ! ଜାଣନ୍ତୁ କେବେଠୁ…

ନୂଆଦିଲ୍‌ଲୀ,୬।୧୦: ସାଧାରଣ ଲୋକଙ୍କୁ ପୁଣି ଥରେ ମହଙ୍ଗା ମାଡ଼ର ଝଟକା ଲାଗିପାରେ। ଏଥର ଏହି ଝଟକା ଟେଲିକମ କମ୍ପାନୀଗୁଡ଼ିକ ଦେଇପାରନ୍ତି। ଏକ ରିପୋର୍ଟ ଅନୁସାରେ, ଆଗାମୀ ୪ରୁ…

ଛାତ୍ର ସଂସଦ ନିର୍ବାଚନ ପାଇଁ ବାଜିଲା ବିଗୁଲ: ଚଳଚଞ୍ଚଳ ଗଞ୍ଜାମ ମହାବିଦ୍ୟାଳୟ, ୮ ବର୍ଷ ପରେ ଫେରିବ କ୍ୟାମ୍ପସ ରାଜନୀତି

ଗଞ୍ଜାମ, ୬।୧୦ (ବିଦ୍ୟାଧର ସାହୁ): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ରାଜ୍ୟରେ ପୁଣି ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଥିବାରୁ ଗଞ୍ଜାମ ମହାବିଦ୍ୟାଳୟ ପରିସର ଚଳଚଞ୍ଚଳ…

କ୍ୟାପଟେନ୍ ସ୍ମିତ ମଚ୍ଚାରଙ୍କର ମାସିକ ଦରମା କେତେ? ସିନିୟର କ୍ୟାପଟେନଙ୍କୁ ମିଳେ ଏସବୁ ସୁବିଧା…

ନୂଆଦିଲ୍ଲୀ,୬।୧୦: ଦୁବାଇରୁ ତେଲ ଆଭିଭ ଯାଉଥିବା ବିମାନରେ ଜଣେ ଓମାନୀ ସହ-ପାଇଲଟ (କୋ-ପାଇଲଟ) ଭାରତୀୟ ପାଇଲଟ ସ୍ମିତ ମଚ୍ଚାରଙ୍କ ଉପରେ ଆକ୍ରମଣ କରି ବିମାନକୁ କ୍ରାସ କରାଇବାକୁ…

ବସ୍‌ଷ୍ଟାଣ୍ଡରେ ବ୍ୟବସାୟୀଙ୍କୁ ଛୁରାମାଡ଼

କୋରାପୁଟ,୬।୧୦(ଅମିତାଭ ବେହେରା): କୋରାପୁଟ ବସ୍‌ଷ୍ଟାଣ୍ଡ ନିକଟରେ ମଙ୍ଗଳବାର ଜଣେ ମକା ବ୍ୟବସାୟୀଙ୍କୁ ଛୁରାମାଡ଼ ହୋଇଛି। ଜନଗହଳିପୂର୍ଣ୍ଣ ସ୍ଥାନରେ ଏହି ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି। ଟିକିରା…

ମୁକୁଳା ଡ୍ରେନ୍‌ରେ ପଡ଼ିଛି ଗାଈ

ଗଞ୍ଜାମ, ୬ ।୧୦ (ବିଦ୍ୟାଧର ସାହୁ): ବିଳମ୍ବିତ ରାତିରେ ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ଏକ ମୁକୁଳା ଡ୍ରେନରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ରାସ୍ତା ଦେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?