ଅବପାତ ରୂପ ନେଲା ଲଘୁଚାପ: ପାରାଦ୍ୱୀପ ଠାରୁ ଏତିକି କିଲୋମିଟର ଦୂରରେ ରହିଲା

ଭୁବନେଶ୍ୱର,୨୨ା୧୦: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଆହୁରି ଘନୀଭୂତ ହୋଇ ମଙ୍ଗଳବାର ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଅବପାତରେ ପରିଣତ ହୋଇଛି। ବର୍ତମାନ ଏହା ପାରାଦ୍ୱୀପ ଠାରୁ ଦକ୍ଷିଣପୂର୍ବ ଦିଗରେ ୭୩୦ କିମି ଦୂରତାରେ କେନ୍ଦ୍ରୀଭୂତ ଅଛି। ଆସନ୍ତାକାଲି ୨୩ ତାରିଖରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ବାତ୍ୟାରେ ପରିଣତ ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସମୁଦ୍ରରେ ବଳ ଗୋଟାଇ ବାତ୍ୟା ଉତ୍ତର ପଶ୍ଚିମ ଦିଗ ଦେଇ ସ୍ଥଳଭାଗମୁହାଁ ହେବ । ଆସନ୍ତା ୨୪ ତାରିଖ ମଧ୍ୟରାତ୍ରିରେ ଏହା କେନ୍ଦ୍ରାପଡ଼ା ଓ ଭଦ୍ରକ ମଧ୍ୟ ଦେଇ ଓଡ଼ିଶା ଉପକୂଳ ଅତିକ୍ରମ କରିବା ସମ୍ଭାବନା ରହିଛି।

ଦାନା’ ସ୍ଥଳଭାଗ ଅତିକ୍ରମ କରିବା ବେଳେ ପବନର ବେଗ ଘଣ୍ଟା ପ୍ରତି ୧୦୦ରୁ ୧୨୦ କି.ମି. ରହିବା ନେଇ ପୂର୍ବାନୁମାନ କରାଯାଇଛି। ବିଶେଷ କରି ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର ଜିଲା ବାତ୍ୟା ଯୋଗୁ ଅଧିକ ପ୍ରଭାବିତ ହେବା ଆଶଙ୍କା ରହିଛି। ଏହି ସବୁ ଜିଲାରେ ପବନ ସହିତ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। କେତେକ ସ୍ଥାନରେ ୨୦ ମିଲିମିଟରରୁ ମଧ୍ୟ ଅଧିକ ବର୍ଷା ହେବା ନେଇ ଆକଳନ କରାଯାଇଛି। ଏହି ଜିଲାଗୁଡ଼ିକରେ କଚ୍ଚାଘର, ଗଛ ଭାଙ୍ଗିବା ସହ କେତେକ ସ୍ଥାନରେ ବର୍ଷା ଯୋଗୁ ଜଳବନ୍ଦୀ ପରିସ୍ଥିତି ଉପୁଜିବା ସମ୍ଭାବନା ରହିଛି।

ଆସନ୍ତା ୨୪ ତାରିଖରେ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ଯାଜପୁର ଏବଂ କଟକ ଜିଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲା ପାଇଁ ପାଣିପାଗ ବିଭାଗ ପକ୍ଷରୁ ରେଡ୍‌ଓ୍ବାର୍ନିଂ ଜାରି କରାଯାଇଛି । ସେହିପରି ପୁରୀ, ଖୋର୍ଦ୍ଧା, ଯାଜପୁର, ଢେଙ୍କାନାଳ, କେନ୍ଦୁଝର, ନୟାଗଡ଼, କଟକ, ବଲାଙ୍ଗୀର, କଳାହାଣ୍ଡି, ନୂଆପଡା, ନବରଙ୍ଗପୁର, ମୟୂରଭଞ୍ଜ ଆଦି ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଏହି ଜିଲାଗୁଡ଼ିକ ପାଇଁ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜଓ୍ବାର୍ନିଂ ଜାରି କରାଯାଇଛି। ଖୋର୍ଦ୍ଧା, କଟକ, ପୁରୀ ଜିଲାରେ ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିବା ସହ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୨୫ ତାରିଖରେ କେନ୍ଦୁଝର, ଭଦ୍ରକ, ବାଲେଶ୍ୱର ଓ ମୟୂରଭଞ୍ଜ ଜିଲାର କେତେକ ସ୍ଥାନରେ ଅତି ପ୍ରବଳ ବର୍ଷା ହେବ। ଏହି ଜିଲାଗୁଡ଼ିକ ପାଇଁ ରେଡ୍‌ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ଜଗତ୍‌ସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ, କଟକ, ଅନୁଗୋଳ, ଦେବଗଡ଼ ଓ ସୁନ୍ଦରଗଡ଼ ଜିଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋଓ୍ବାର୍ନିଂ ଜାରି କରାଯାଇଛି।

ଓଡ଼ିଶା ଉପକୂଳରେ ୨୩ ତାରିଖରୁ ବର୍ଷା ଆରମ୍ଭ ହେବ । ୨୪ ଓ ୨୫ ଦୁଇଦିନ ସବୁଠାରୁ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି। ୨୫ ତାରିଖ ଯାଏ ସମୁଦ୍ର ଅଶାନ୍ତ ରହିବ। ଗଭୀର ସମୁଦ୍ରକୁ ମାଛ ଧରିବାକୁ ଯାଇଥିବା ମତ୍ସ୍ୟଜୀବୀମାନଙ୍କୁ ତୁରନ୍ତ କୂଳକୁ ଫେରି ଆସିବାକୁ ପରାମର୍ଶ ଦିଆଯାଇଛି। ସମ୍ଭାବ୍ୟ ବାତ୍ୟାକୁ ନେଇ ଉପକୂଳବର୍ତ୍ତୀ ଜିଲାଗୁଡ଼ିକର ଚାଷୀମାନେ ଭୟଭୀତ ହୋଇପଡ଼ିଛନ୍ତି। ବର୍ଷ ତମାମ କଷ୍ଟାର୍ଜିତ ଫସଲ ଅମଳ ହେବ କି ନାହିଁ ସେଇ ଚିନ୍ତା ଘାରିଛି। ଧାନ ପେଟଥୋର ଦେଇଥିବା ବେଳେ ଯଦି ପବନ ମାଡ଼ ହେବ ତେବେ ଅଗାଡ଼ି ହେବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କଳାକାରଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ବଢ଼ିଲା ସହାୟତା ଭତ୍ତା, ଉପକୃତ ହେବେ ୪୭ ହଜାର

ଭୁବନେଶ୍ୱର,୨୮ା୧୨: କେନ୍ଦୁଝର ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର କଳାକାରମାନଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ‘ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା’ରେ...

ବାମଣ୍ଡା କପ୍‌ କ୍ରିକେଟ୍‌: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...

ଇତିହାସ ରଚିଲେ ସ୍ମୃତି ମନ୍ଧାନା: ମିତାଲି ରାଜଙ୍କ ପରେ ଦ୍ୱିତୀୟ ଭାରତୀୟ ଭାବେ କଲେ ବଡ ରେକର୍ଡ

ଥିରୁବନନ୍ତପୁରମ,୨୮ା୧୨: ଭାରତୀୟ ମହିଳା କ୍ରିକେଟ୍‌ର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ରବିବାର ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ରେ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟର...

ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍‌ରେ ବ୍ରହ୍ମପୁର ବିଜୟୀ

ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...

ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ

କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...

ୟୁକ୍ରେନ୍‌କୁ ବଡ଼ ଚେତାବନୀ ଦେଲେ ପୁଟିନ୍‌

ମସ୍କୋ,୨୮ା୧୨: ରୁଷିଆ-ୟୁକ୍ରେନ୍‌ ଯୁଦ୍ଧକୁ ୪ ବର୍ଷ ପୂରିବାକୁ ଯାଉଛି। ଏହାର ପରିସମାପ୍ତି ପାଇଁ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଫ୍ଲୋରିଡ଼ାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା

ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri