ଅବପାତ ରୂପ ନେଲା ଲଘୁଚାପ: ପାରାଦ୍ୱୀପ ଠାରୁ ଏତିକି କିଲୋମିଟର ଦୂରରେ ରହିଲା

ଭୁବନେଶ୍ୱର,୨୨ା୧୦: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଆହୁରି ଘନୀଭୂତ ହୋଇ ମଙ୍ଗଳବାର ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଅବପାତରେ ପରିଣତ ହୋଇଛି। ବର୍ତମାନ ଏହା ପାରାଦ୍ୱୀପ ଠାରୁ ଦକ୍ଷିଣପୂର୍ବ ଦିଗରେ ୭୩୦ କିମି ଦୂରତାରେ କେନ୍ଦ୍ରୀଭୂତ ଅଛି। ଆସନ୍ତାକାଲି ୨୩ ତାରିଖରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ବାତ୍ୟାରେ ପରିଣତ ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସମୁଦ୍ରରେ ବଳ ଗୋଟାଇ ବାତ୍ୟା ଉତ୍ତର ପଶ୍ଚିମ ଦିଗ ଦେଇ ସ୍ଥଳଭାଗମୁହାଁ ହେବ । ଆସନ୍ତା ୨୪ ତାରିଖ ମଧ୍ୟରାତ୍ରିରେ ଏହା କେନ୍ଦ୍ରାପଡ଼ା ଓ ଭଦ୍ରକ ମଧ୍ୟ ଦେଇ ଓଡ଼ିଶା ଉପକୂଳ ଅତିକ୍ରମ କରିବା ସମ୍ଭାବନା ରହିଛି।

ଦାନା’ ସ୍ଥଳଭାଗ ଅତିକ୍ରମ କରିବା ବେଳେ ପବନର ବେଗ ଘଣ୍ଟା ପ୍ରତି ୧୦୦ରୁ ୧୨୦ କି.ମି. ରହିବା ନେଇ ପୂର୍ବାନୁମାନ କରାଯାଇଛି। ବିଶେଷ କରି ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର ଜିଲା ବାତ୍ୟା ଯୋଗୁ ଅଧିକ ପ୍ରଭାବିତ ହେବା ଆଶଙ୍କା ରହିଛି। ଏହି ସବୁ ଜିଲାରେ ପବନ ସହିତ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। କେତେକ ସ୍ଥାନରେ ୨୦ ମିଲିମିଟରରୁ ମଧ୍ୟ ଅଧିକ ବର୍ଷା ହେବା ନେଇ ଆକଳନ କରାଯାଇଛି। ଏହି ଜିଲାଗୁଡ଼ିକରେ କଚ୍ଚାଘର, ଗଛ ଭାଙ୍ଗିବା ସହ କେତେକ ସ୍ଥାନରେ ବର୍ଷା ଯୋଗୁ ଜଳବନ୍ଦୀ ପରିସ୍ଥିତି ଉପୁଜିବା ସମ୍ଭାବନା ରହିଛି।

ଆସନ୍ତା ୨୪ ତାରିଖରେ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ଯାଜପୁର ଏବଂ କଟକ ଜିଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲା ପାଇଁ ପାଣିପାଗ ବିଭାଗ ପକ୍ଷରୁ ରେଡ୍‌ଓ୍ବାର୍ନିଂ ଜାରି କରାଯାଇଛି । ସେହିପରି ପୁରୀ, ଖୋର୍ଦ୍ଧା, ଯାଜପୁର, ଢେଙ୍କାନାଳ, କେନ୍ଦୁଝର, ନୟାଗଡ଼, କଟକ, ବଲାଙ୍ଗୀର, କଳାହାଣ୍ଡି, ନୂଆପଡା, ନବରଙ୍ଗପୁର, ମୟୂରଭଞ୍ଜ ଆଦି ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଏହି ଜିଲାଗୁଡ଼ିକ ପାଇଁ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜଓ୍ବାର୍ନିଂ ଜାରି କରାଯାଇଛି। ଖୋର୍ଦ୍ଧା, କଟକ, ପୁରୀ ଜିଲାରେ ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିବା ସହ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୨୫ ତାରିଖରେ କେନ୍ଦୁଝର, ଭଦ୍ରକ, ବାଲେଶ୍ୱର ଓ ମୟୂରଭଞ୍ଜ ଜିଲାର କେତେକ ସ୍ଥାନରେ ଅତି ପ୍ରବଳ ବର୍ଷା ହେବ। ଏହି ଜିଲାଗୁଡ଼ିକ ପାଇଁ ରେଡ୍‌ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ଜଗତ୍‌ସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ, କଟକ, ଅନୁଗୋଳ, ଦେବଗଡ଼ ଓ ସୁନ୍ଦରଗଡ଼ ଜିଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋଓ୍ବାର୍ନିଂ ଜାରି କରାଯାଇଛି।

ଓଡ଼ିଶା ଉପକୂଳରେ ୨୩ ତାରିଖରୁ ବର୍ଷା ଆରମ୍ଭ ହେବ । ୨୪ ଓ ୨୫ ଦୁଇଦିନ ସବୁଠାରୁ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି। ୨୫ ତାରିଖ ଯାଏ ସମୁଦ୍ର ଅଶାନ୍ତ ରହିବ। ଗଭୀର ସମୁଦ୍ରକୁ ମାଛ ଧରିବାକୁ ଯାଇଥିବା ମତ୍ସ୍ୟଜୀବୀମାନଙ୍କୁ ତୁରନ୍ତ କୂଳକୁ ଫେରି ଆସିବାକୁ ପରାମର୍ଶ ଦିଆଯାଇଛି। ସମ୍ଭାବ୍ୟ ବାତ୍ୟାକୁ ନେଇ ଉପକୂଳବର୍ତ୍ତୀ ଜିଲାଗୁଡ଼ିକର ଚାଷୀମାନେ ଭୟଭୀତ ହୋଇପଡ଼ିଛନ୍ତି। ବର୍ଷ ତମାମ କଷ୍ଟାର୍ଜିତ ଫସଲ ଅମଳ ହେବ କି ନାହିଁ ସେଇ ଚିନ୍ତା ଘାରିଛି। ଧାନ ପେଟଥୋର ଦେଇଥିବା ବେଳେ ଯଦି ପବନ ମାଡ଼ ହେବ ତେବେ ଅଗାଡ଼ି ହେବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଲିମ୍ପିକ୍ସ-୨୦୩୬ ଆୟୋଜନ ପାଇଁ ଭାରତ ବ୍ୟତୀତ ଏହି ୬ ଦେଶ ଆଗ୍ରହୀ, ଜାଣନ୍ତୁ…

ଲାଉସାନେ, ୬ା୧୦: ଅଲିମ୍ପିକ୍‌ ଗେମ୍ସ-୨୦୩୬ର ଆୟୋଜନ ପାଇଁ ଭାରତ ବ୍ୟତୀତ ଅନ୍ୟ ୬ଟି ଦେଶ ଆଗ୍ରହ ପ୍ରକାଶ କରିଛନ୍ତି। ଏହି ଦେଶଗୁଡ଼ିକ ନଭେମ୍ବରରେ ସେମାନଙ୍କ ପ୍ରୋଜେକ୍ଟଗୁଡ଼ିକ ଫ୍ୟୁଚର…

ଶ୍ରମିକଙ୍କୁ ପାର୍ବଣ ଭେଟି ଦେଲେ ସରକାର, ଏତେ ବଢିଲା ମଜୁରୀ!

ନୂଆଦିଲ୍ଲୀ,୬।୧୦: ଦୀପାବଳି ପୂର୍ବରୁ ଦେଶର ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର ଦେଇଛନ୍ତି କେନ୍ଦ୍ର ସରକାର। ଭେରିଏବଲ୍ ଡିଅରନେସ୍ ଆଲାଉନ୍ସ (VDA)କୁ ବୃଦ୍ଧି କରିଛନ୍ତି ସରକାର। ଏହି…

ହାଲ୍‌ରେ ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର ଶିଳାନ୍ୟାସ କଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ସୁନାବେଡ଼ା, ୬।୧୦(କୃତ୍ତିବାସ ପ୍ରଧାନ): କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ହିନ୍ଦୁସ୍ଥାନ ଏରୋନଟିକ୍ସ ଲିମିଟେଡ୍‌ (ହାଲ୍‌)କୁ ମଙ୍ଗଳବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଗସ୍ତକରି ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର…

କେଉଁ ୱେଟିଂ ଟିକେଟ ସବୁଠୁ ଆଗ କନଫର୍ମ ହୁଏ? ଜାଣନ୍ତୁ ରେଳବାଇର ନୂଆ ନିୟମ…

ଭାରତୀୟ ରେଳବାଇରେ ଯାତ୍ରା କରୁଥିବା ସମୟରେ ଯଦି ଆପଣଙ୍କୁ କନଫର୍ମ ସିଟ ନ ମିଳେ, ତେବେ IRCTC ସିଷ୍ଟମ ଆପଣଙ୍କୁ ୱେଟିଂ ଟିକେଟ (Waiting Ticket) ପ୍ରଦାନ…

ରାସ୍ତା କାମ ବିଳମ୍ବକୁ ନେଇ ବଣିକ ସଂଘର ଅସନ୍ତୋଷ

ପାତ୍ରପୁର, ୬/୧୦ (ଉମା ଚରଣ ନେପାକ): ପାତ୍ରପୁର ଏନ୍‌ଏସି ଅନ୍ତର୍ଗତ ତଳ ବସଷ୍ଟାଣ୍ଡ ଛକରେ ରାସ୍ତା ନିର୍ମାଣ କାର୍ଯ୍ୟରେ ବିଳମ୍ବକୁ ନେଇ ମା’ ଦୁର୍ଗାଦେବୀ ବଣିକ ସଂଘ…

ଧରିତ୍ରୀ ପ୍ରଭାବ: ମୁକୁଳା ଡ୍ରେନରେ ପଡ଼ିଲା କଭର ପ୍ଲେଟ୍

ଗଞ୍ଜାମ, ୬/୧୦ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ମୁକୁଳା ଡ୍ରେନରେ ଗତକାଲି ବିଳମ୍ବିତ ରାତିରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ଖବର ପାଇ ଛତ୍ରପୁର…

ସୌମ୍ୟରଞ୍ଜନ ମାମଲାରେ ହାଇକୋର୍ଟ ଗଲେ ବିଦ୍ୟାଭାରତୀ: ଆଗୁଆ ଜାମିନ ପାଇଁ ଆବେଦନ, ଅକ୍ଟୋବର ୩୦ ଯାଏ ହାଜର ସମୟ ବୃଦ୍ଧି

କଟକ, ୬।୧୦(ପ୍ରଭୁକଲ୍ୟାଣ ପାଲ୍): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଭାରତୀ ପଣ୍ଡା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେ ଆଗୁଆ ଜାମିନ ପାଇଁ ହାଇକୋର୍ଟରେ…

ଛାତ୍ର ସଂସଦ ନିର୍ବାଚନ: ଅଣଛାତ୍ରଙ୍କ ପ୍ରବେଶ ଉପରେ ନଜର

ବ୍ରହ୍ମପୁର,୬ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ଛାତ୍ର ସଂସଦ ନିର୍ବାଚନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସୋମବାର ଘୋଷଣା କରାଯିବା ପରେ ମହାବିଦ୍ୟାଳୟ ଓ ବିଶ୍ୱ ବିଦ୍ୟାଳୟଗୁଡ଼ିକରେ ରାଜନୈତିକ ମାହୋଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?