ସୁପୋଷିତ ଓଡ଼ିଶା ମିଶନ ପ୍ରଶିକ୍ଷଣ: ଶିଶୁ ପୋଷଣ ଉପରେ ଗୁରୁତ୍ୱାରୋପ

ଦାରିଙ୍ଗବାଡି,୩୧।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗିବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଋଷିମାଳ ଡିଗ୍ରୀ କଲେଜରେ ସୋମବାର ସୁପୋଷିତ ଓଡ଼ିଶା ମିଶନ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରକୁ କଲେଜର ଜାତୀୟ ସେବାଯୋଜନା (ଏନଏସଏସ) ଓ ସମନ୍ବିତ ଶିଶୁ ବିକାଶ ଯୋଜନା ପକ୍ଷରୁ ମିଳିତ ଆୟୋଜନ କରାଯାଇଥିଲା।
ଦାରିଙ୍ଗିବାଡ଼ି ଶିଶୁ ବିକାଶ ପ୍ରକଳ୍ପର ବ୍ଲକ ସୁପର ଭାଇଜର ତଥା ବାସନ୍ତୀ ଜେନା ଏବଂ ପ୍ରଭାତୀ ମଞ୍ଜରୀ ଦାସଙ୍କ ସମେତ ପୋଷଣ ସଂଯୋଜକ ଶଶୀ ଭୂଷଣ ନାୟକ ମୁଖ୍ୟ ପ୍ରଶିକ୍ଷକ ଭାବେ ଯୋଗଦେଇ ଛାତ୍ରୀମାନଙ୍କୁ ଶିଶୁଙ୍କ ଓଜନ ଓ ଉଚ୍ଚତା ମାପିବା ପ୍ରଣାଳୀ, ସଠିକ ପୋଷଣ ଏବଂ ବୟସ ଅନୁଯାୟୀ ପୋଷଣ ସମ୍ପର୍କିତ ତଥ୍ୟ ସଂଗ୍ରହ ବିଷୟରେ ପ୍ରଶିକ୍ଷଣ ଦେଇଥିଲେ। ଏଥିସହ ଇନଫଣ୍ଟମ ମିଟର ଓ ଷ୍ଟାଡ଼ି ମିଟର ଉପକରଣ ଜରିଆରେ ଜଣେ ଶିଶୁଙ୍କ ଓଜନ ଓ ଉଚ୍ଚତା ମାପିବାର ପ୍ରାୟୋଗିକ ଶିକ୍ଷI ପ୍ରଦର୍ଶନ କରାଯାଇଥିଲା।
ମହାବିଦ୍ୟାଳୟ ଅଧ୍ୟକ୍ଷ ଡାକ୍ତର ଭାସ୍କର ଚରଣ ନାୟକ ଓ ଏନଏସଏସ କାର୍ଯ୍ୟକ୍ରମ ଅଧିକାରୀ ଅକ୍ଷୟ କୁମାର ବେହେରାଦଳାଇ ,ଅଧ୍ୟାପକ ଇତିହାସ ବିଭାଗ ସମେତ ସମସ୍ତ ଅଧ୍ୟାପିକାଓ ଅଧ୍ୟାପକ ଉପସ୍ଥିତ ରହି ସହଯୋଗ କରିଥିଲେ। ପ୍ରଶିକ୍ଷଣ ଛାତ୍ରୀମାନଙ୍କ ମଧ୍ୟରେ ଶିଶୁ ପୋଷଣ ଓ ସ୍ବାସ୍ଥ୍ୟ ସମ୍ପର୍କରେ ସଚେତନତା ସହ ଏଲଇଡି ଟିଭି ମାଧ୍ୟମରେ ସୁପୋଷିତ ଆପ୍ଲିକେସନ ଜରିଆରେ ବିଭିନ୍ନ ଜାତୀୟ ସେବା ଯୋଜନାର ସ୍ବେଚ୍ଛାସେବୀ ମାନଙ୍କୁ ଶିଶୁର ବୟସ ଅନୁଯାୟୀ ସାର୍ଥକ ମାପ ପ୍ରଣାଳୀ ଏବଂ ପାଞ୍ଚ ଗୋଟି ମୂଲ୍ୟାଙ୍କନ ବିଷୟରେ ପ୍ରୟୋଗାତ୍ମକ ଶିକ୍ଷ୍ୟା ପ୍ରଦାନ କରାଯାଇଥିଲା।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ନିଶାମୁକ୍ତ ସମାଜ, ସାଇବର ଠକେଇ ରୋକିବାକୁ ପୋଲିସର …

କେସିଙ୍ଗା, ୩୧ା୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ଥାନା ପକ୍ଷରୁ ଉତ୍‌କେଲା ଫାଣ୍ଡି ଅଧୀନସ୍ଥ କିକିଆ ଗ୍ରାମରେ ନିଶାମୁକ୍ତ ଅଭିଯାନ ଓ ସାଇବର କ୍ରାଇମ୍‌…

କଳା ଓ ସଙ୍ଗୀତରେ ଚମକିଲେ ଭାଇ-ଭଉଣୀ: ପ୍ରାଚୀଙ୍କ ସଙ୍ଗୀତରେ ଝୁମିଲେ ଦର୍ଶକ

ଗଞ୍ଜାମ, ୩୧/୮ (ବିଦ୍ୟାଧର ସାହୁ): ବିବିଧ ଫାଉଣ୍ଡେଶନ୍‌ କଳା ଓ ସଂସ୍କୃତି ପକ୍ଷରୁ ଆୟୋଜିତ ପ୍ରତିଯୋଗିତାରେ ପାରଦର୍ଶିତା ଦେଖାଇଛନ୍ତି ଗଞ୍ଜାମ ସହରର ଭାଇ-ଭଉଣୀ। ପ୍ରାଚୀଙ୍କ ସଙ୍ଗୀତର ମୂର୍ଚ୍ଛନାରେ…

ଭୁବନେଶ୍ୱର, ଝାରସୁଗୁଡ଼ା ପରେ ଢେଙ୍କାନାଳରେ ଖୋଲିଲା ଚାଉଳ ଏଟିଏମ୍‌

ଢେଙ୍କାନାଳ,୩୧।୮(ରତନ ନାୟାର): ଭୁବନେଶ୍ୱର, ଝାରସୁଗୁଡା ପରେ ଢେଙ୍କାନାଳରେ ଖୋଲିଲା ଚାଉଳ ଏଟିଏମ୍‌। ସୋମବାର ସ୍ଥାନୀୟ ଜିଲା ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ନିକଟରେ ଖାଦ୍ୟ, ଯୋଗାଣ ଓ ଖାଉଟି…

ଜିଲାସ୍ତରୀୟ ଜନଶୁଣାଣି: ୨୨୧ ଅଭିଯୋଗ ଶୁଣିଲେ ଜିଲାପାଳ-ଏସପି

ଦାରିଙ୍ଗବାଡି, ୩୧।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଥିବା ସଭାଗୃହରେ ସୋମବାର ଜିଲାସ୍ତରୀୟ ଜନ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏହି…

ବନ୍ୟା ସ୍ରୋତରେ ଭାସିଗଲେ: ଜଣେ ଉଦ୍ଧାର, ଜଣେ ନିଖୋଜ

ପଟ୍ଟାମୁଣ୍ଡାଇ୩୧।୮(କଳ୍ପତରୁ ନାୟକ): କେନ୍ଦ୍ରପଡ଼ା ପଟ୍ଟାମୁଣ୍ଡାଇ ବ୍ଲକ ପେଣ୍ଠପାଳ ପଞ୍ଚାୟତ କୋଳଥିଆ ବ୍ରାହ୍ମଣ ସାହି ଘୋଷରା ନିକଟ ଘାଇରେ ଘଟିଛି ଏକ ଦୁଃଖଦ ଘଟଣା। ବନ୍ୟା ସ୍ରୋତରେ ଦୁଇଜଣ…

ଗୁଡ଼ାରି ଏନ୍‌ଏସିରେ ଜାତୀୟ ପତାକାକୁ ଅବମାନନା

ଗୁଡ଼ାରି, ୩୧।୮ (ପ୍ରମୋଦ କୁମାର ପତି): ଗୁଡ଼ାରି ଏନ୍‌ଏସି ପରିସରରେ ସୋମବାର ସ୍ୱାୟତ୍ତ ଶାସନ ଦିବସ ପାଳନ ବେଳେ ଏକ ଅଭାବନୀୟ ଘଟଣା ଘଟିଥିବା ଦେଖିବାକୁ ମିଳିଛି।…

ବ୍ୟାପୁଛି ସ୍କ୍ରବ ଟାଇଫସ୍‌: ଦିନକରେ ୨୨ ପଜିଟିଭ ଚିହ୍ନଟ

ପାଳଲହଡ଼ା,୩୧।୮(ଦିବ୍ୟଜ୍ୟୋତି ଦାଶ): ଅନୁଗୋଳ ଜିଲା ପାଳଲହଡ଼ା ସାନବାଗଦରୀ ଗାଁରେ ସ୍କ୍ରବ ଟାଇଫସ୍‌(Scrub Typhus) ବ୍ୟାପିବା ଖବର ପ୍ରସାରଣ ପରେ ସ୍ବାସ୍ଥ୍ୟ ବିଭାଗର ଏକ ଡାକ୍ତରୀ ଟିମ୍‌ ଗାଁରେ…

୬ ମାସର ପାରିଶ୍ରମିକ ଦାବିରେ ଆଶା କର୍ମୀଙ୍କ ଆନ୍ଦୋଳନ

ଖଡ଼ିଆଳ, ୩୧।୮ (ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ଉପଖଣ୍ଡ ସ୍ୱାସ୍ଥ୍ୟକେନ୍ଦ୍ର ଅଧୀନରେ କାର୍ଯ୍ୟରତ ସମସ୍ତ ଆଶା କର୍ମୀଙ୍କ ୬ ମାସର ଆର୍ଥିକ ସହାୟତା ପ୍ରଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri