ୱେଲ୍‌ନେସ୍‌ ସେଣ୍ଟର ଉଦ୍‌ଘାଟିତ

ଭୁବନେଶ୍ୱର,୧୩।୪: ହେଲ୍‌ଥ ପ୍ଲାଟ୍‌ଫର୍ମ ଷ୍ଟାର୍ଟଅପ୍‌ ସ୍ପା ହୋଲିକ୍‌ ୱେଲ୍‌ନେସ୍‌ ପ୍ରାଇଭେଟ୍‌ ଲିମିଟେଡ୍‌ ପକ୍ଷରୁ ଏକ ଅତ୍ୟାଧୁନିକ ୱେଲ୍‌ନେସ୍‌ ସେଣ୍ଟରର ଶୁଭାରମ୍ଭ କରାଯାଇଛି। ସ୍ଥାନୀୟ ଜୟଦେବବିହାର ନିକଟସ୍ଥ ବିଜୁ ପଟ୍ଟନାୟକ କଲେଜ ରୋଡ୍‌ରେ ଉକ୍ତ ସେଣ୍ଟର ଆନୁଷ୍ଠାନିକ ଭାବେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ସାମାଜିକ କର୍ମୀ ତଥା ୧୨ ନମ୍ବର ୱାର୍ଡର କର୍ପୋରେଟର ଜୟନ୍ତୀ ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାର ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ୱେଲ୍‌ନେସ୍‌ ସେଣ୍ଟରର ନିର୍ଦ୍ଦେଶକ ମାନି ଏସ୍‌. ପଣ୍ଡା, ତନୁ ଏସ୍‌. ପଣ୍ଡା, ବିଜନ. କେ. ଜେନା ଏବଂ ପଦ୍ମଳୟା ପ୍ରଧାନ ଓ ଅନ୍ୟମାନେ ଉପସ୍ଥିତ ଥିଲେ।
ଏ ସମ୍ପର୍କରେ ୱେଲ୍‌ନେସ୍‌ ସେଣ୍ଟରର ନିର୍ଦ୍ଦେଶକ ମାନି ଏସ୍‌. ପଣ୍ଡା କହିଥିଲେ, ଉକ୍ତ ସେଣ୍ଟର ବିଶେଷକରି ଜିମର, ସ୍ପୋର୍ଟସମ୍ୟାନ୍‌, ୱର୍କହୋଲିକ୍‌ ଲୋକମାନଙ୍କ ପାଇଁ ସ୍ବତନ୍ତ୍ର ଭାବେ ଡିଜାଇନ ବା ପ୍ରସ୍ତୁତ କରାଯାଇଛି। ଏପରିକି ଆମର ଜା କୁଜି ଥେରାପି ପୂରା ଓଡ଼ିଶାରେ ନୂଆ ବୋଲି ସେ କହିଛନ୍ତି। ଅପରପକ୍ଷରେ ଉକ୍ତ ସେଣ୍ଟର ସ୍ପୋର୍ଟସ୍‌ ଥେରାପି ସହ ଆହୁରି ଅନେକ ଥେରାପି ଏବଂ ଆବଶ୍ୟକ ପରାମର୍ଶ ଅଭିଜ୍ଞ ବିଶେଷଜ୍ଞଙ୍କ ଠାରୁ ପାଇପାରିବେ। ଏପରିକି ଏହି ସୁବିଧା ଓଡ଼ିଆ ଖେଳାଳିଙ୍କୁ ବେଶ୍‌ ସହାୟକ ହେବ। ସେହିଭଳି ରାଜ୍ୟର ଯୁବ କ୍ରୀଡ଼ାବିତ୍‌ ଓ ସୁସ୍ଥ ସମାଜ ଗଠନରେ ଏହା ନିର୍ଣ୍ଣାୟକ ଭୂମିକା ଗ୍ରହଣ ସହ ସଫଳତାର ଏକ ନୂଆ ଦିଗକୁ ନେବ।


Enter your email to get our daily news in your inbox.

All Right Reserved By Dharitri.Com

ଇମ୍ରାନ ଖାନ-ବୁଶରା ବିବିଙ୍କୁ ୧୭ ବର୍ଷ ଜେଲଦଣ୍ଡ, ଲାଗିଛି କୋଟି କୋଟି ଟଙ୍କାର ଜରିମାନା

ଇସଲାମାବାଦ,୮।୨: ତୋଶାଖାନା-୨ ଦୁର୍ନୀତି ମାମଲାରେ ପୂର୍ବତନ ପାକିସ୍ତାନୀ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଏବଂ ତାଙ୍କ ପତ୍ନୀ ବୁଶରା ବିବିଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇ ୧୭ ବର୍ଷ ଜେଲଦଣ୍ଡ…

ଏମାନେ ଧନୀ ନୁହନ୍ତି, କୋଟି କୋଟି ଟଙ୍କା ଖର୍ଚ୍ଚ ବି କରିନାହାନ୍ତି: ତଥାପି ବିବାହ ଭାଇରାଲ

ପ୍ରେମ ଦୁଇଟି ମନର ମିଳନ। ଏହା ପବିତ୍ର, ଏହା ଶାଶ୍ୱତ। ପ୍ରେମ ମାନେ ନୁହେଁ ଜଣକୁ ପାଇ ଖୁସି ହୋଇଯିବା, ବରଂ ପ୍ରେମ ହେଉଛି ତାହା ଯାହାକୁ…

ଭାରତ ସହ T20 World Cupରେ ଖେଳିବାକୁ ରାଜି ହେଲା ପାକିସ୍ତାନ! କେମିତି ୨୪ ଘଣ୍ଟାରେ ବଦଳିଲା ମନୋଭାବ? ଜାଣନ୍ତୁ…

ନୂଆଦିଲ୍ଲୀ,୮।୨: ପାକିସ୍ତାନ କ୍ରିକେଟ ବୋର୍ଡ (PCB) ଫେବୃଆରୀ ୧୫ରେ ଭାରତ ବିପକ୍ଷରେ ହେବାକୁ ଥିବା T20 ବିଶ୍ୱକପ ମ୍ୟାଚ ବର୍ଜନ କରିବା ପାଇଁ ଆଲୋଚନା ଆରମ୍ଭ କରିବାକୁ…

ରିଜର୍ଭ ବ୍ୟାଙ୍କରେ ବମ୍ପର ନିଯୁକ୍ତି ସୁଯୋଗ, ଏହି ଦିନ ରହିଛି ଆବେଦନର ଶେଷ ତାରିଖ

ନୂଆଦିଲ୍ଲୀ,୮|୨: ଭାରତୀୟ ରିଜର୍ଭ ବ୍ୟାଙ୍କ ଆଇନ ଅଧିକାରୀ, ପରିଚାଳକ ଏବଂ ସହାୟକ ପରିଚାଳକ ସମେତ ଅନେକ ପଦବୀ ପାଇଁ ନିଯୁକ୍ତି ଘୋଷଣା କରିଛି। ଆଗ୍ରହୀ ଶିକ୍ଷାର୍ଥୀମାନେ ଫେବୃଆରୀ…

ବେଡ୍‌ରୁମ୍‌ରେ କେବେବି କରିବେନି ଏଭଳି ଭୁଲ୍ : ନହେଲେ

ସ୍ତ୍ରୀସ୍ବାମୀଙ୍କ ସମ୍ପର୍କ ସବୁଠୁ ମଧୁର ଓ ସବୁଠୁ ସୁନ୍ଦର। ଏହି ସମ୍ପର୍କକୁ ଦୀର୍ଘସ୍ଥାୟୀ ଓ ନିବିଡ଼ କରାଇବା ଦିଗରେ ସେମାନଙ୍କ ବେଡ୍‌ରୁମ୍‌ର ବି ଯଥେଷ୍ଟ ଭୂମିକା ରହିଥାଏ…

‘ଭାରତ-ମାଲେସିଆ ସହଭାଗୀତା ଐତିହାସିକ’, ଦ୍ୱିପାକ୍ଷିକ ଆଲୋଚନା ସମୟରେ କହିଲେ ପ୍ରଧାନମନ୍ତ୍ରୀ ମୋଦି

କୁଆଲାଲମ୍ପୁର,୮।୨: ରବିବାର ମାଲେସିଆର ପ୍ରଶାସନିକ ରାଜଧାନୀ ପୁତ୍ରଜାୟାରେ ଥିବା ପର୍ଦାନା ପୁତ୍ରଜାୟା ଭବନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଆନୁଷ୍ଠାନିକ ଭାବରେ ସ୍ବାଗତ କରାଯାଇଥିଲା ଏବଂ ଗାର୍ଡ ଅଫ…

ଭାଲେଣ୍ଟାଇନ୍ସ ଡେ’ରେ ସାଥୀଙ୍କୁ ଦେବାକୁ ଭୁଲନ୍ତୁନି ଏସବୁ , ନହଲେ…

ବାସ୍ତୁଶାସ୍ତ୍ର ଅନୁଯାୟୀ ଭାଲେଣ୍ଟାଇନ୍ସ ଡେ’ରେ ଏମିତି କିଛି ଉପହାର ସାଥୀକୁ ଦିଅନ୍ତୁ; ଯାହା ତାଙ୍କୁ ଖୁସି ଦେବା ସହ ତାଙ୍କ ଜୀବନରେ ସୁଖ, ସମୃଦ୍ଧି ବି ଆଣିଦେଉଥିବ……

ବଡ଼ ଧରଣର ଛଟେଇ ପରେ ଇସ୍ତଫା ଦେଲେ ୱାଶିଂଟନ ପୋଷ୍ଟର ସିଇଓ ୱିଲ ଲୁଇସ

ୱାଶିଂଟନ,୮।୨: ପ୍ରତିଷ୍ଠିତ ୱାଶିଂଟନ ପୋଷ୍ଟର ପ୍ରକାଶକ ଏବଂ ସିଇଓ ୱିଲ ଲୁଇସ ଇସ୍ତଫା ଦେଇଛନ୍ତି। ବହୁ ସଂଖ୍ୟାରେ କର୍ମଚାରୀ ଛଟେଇ ମଧ୍ୟରେ ଏହି ନିଷ୍ପତ୍ତି ଆସିଛି। ଲୁଇସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri