ମାଛ ଧରିବାକୁ ଯାଇ ବୁଡ଼ି ଗଲେ

ବେଲପାହାଡ଼,୨୮ା୪(ଡି.ଏନ୍‌.ଏ.): ଝାରସୁଗୁଡ଼ା ଜିଲା ବନହରପାଲି ଥାନା ଅଧୀନ ଓପିଜିସି ପମ୍ପ୍‌ହାଉସ ରିଜର୍ଭୟରରେ ବୁଡ଼ିଯାଇ ଶୁକ୍ରବାର ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବନହରପାଲି ପମ୍ପ୍‌ହାଉସ ପଡ଼ାର ବାସିଲ ଡୁଙ୍ଗ୍‌ଡୁଙ୍ଗ୍‌ (୫୫)।

ମିଳିଥିବା ସୂଚନା ମୁତାବକ, ବାସିଲ ଓପିଜିସି ରିଜର୍ଭୟରରୁ ମାଛ ଧରି ପରିବାର ପ୍ରତିପୋଷଣ କରୁଥିଲେ। ସେ ସବୁଦିନ ପରି ଶୁକ୍ରବାର ରିଜର୍ଭୟରରେ ମାଛ ଧରିବାକୁ ଏକ ମୋଟର ଟ୍ୟୁବ୍‌ ସହାୟତାରେ ପାଣିକୁ ପଶି ଜାଲ ବିଛାଇଥିଲେ। ପରେ ସେ ଟ୍ୟୁବ୍‌ ସହାୟତାରେ କୂଳକୁ ଫେରୁଥିଳେ। ସେତିକି ବେଳେ ବ୍ୟୁଟ୍‌ ଓଲଟି ପଡ଼ିଥିଲା। ଫଳରେ ବାସିଲ ପାଣିରେ ବୁଡ଼ିଯାଇଥିଲେ। ସ୍ଥାନୀୟ ଲୋକେ ଘଟଣା ସମ୍ପର୍କରେ ବନହରପାଲି ପୋଲିସକୁ ଖବର ଦେଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅଗ୍ନିଶମ କର୍ମଚାରୀଙ୍କ ସହାୟତାରେ ମୃତଦେହ ଉଦ୍ଧାର କରିଥିଲା। ଏନେଇ ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ଅନ୍ୟପକ୍ଷେ ମୃତକଙ୍କ ପରିବାର ଲୋକଙ୍କୁ ସରକାରୀ ସହାୟତା ଯୋଗାଇଦେବାକୁ ସାଧରଣରେ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୌର ନିର୍ବାଚନ ପାଇଁ ଦିଗପହଣ୍ଡି ବିଜେଡିର ସଜବାଜ, ପ୍ରତି ୱାର୍ଡରେ ଗଠନ ହେବ ଦଳୀୟ କମିଟି

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ କମାପଡିଆ ସ୍ଥିତ ଶ୍ରୀ ନୀଳକଣ୍ଠେଶ୍ଵର ଶୈବ ପୀଠ ପ୍ରାଙ୍ଗଣରେ ଦିଗପହଣ୍ଡି ନଗର ବିଜୁ ଜନତା ଦଳ…

ଚଳନ୍ତା କାର୍‌ରେ ନିଆଁ

ଝାରସୁଗୁଡ଼ା,୬।୯(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରର ମୁଖ୍ୟ ରାସ୍ତା ମନମୋହନ ସ୍କୁଲ ନିକଟରେ ରବିବାର ସନ୍ଧ୍ୟାରେ ଏକ ଚଳନ୍ତା କାରରେ ହଠାତ୍‌ ନିଆଁ ଲାଗିଯାଇଥିଲା। ଦେଖୁ ଦେଖୁ…

ବିଶ୍ୱର ୪ ନମ୍ବର ଯୋଡ଼ିକୁ ହରାଇ ସାତ୍ତ୍ୱିକ-ଚିରାଗ ଜିତିଲେ ଚାଇନା ମାଷ୍ଟର୍ସ ଟାଇଟଲ

ଶେନ୍‌ଝେନ୍‌,୬ା୯:ଭାରତର ଷ୍ଟାର ପୁରୁଷ ଡବଲ୍ସ ଖେଳାଳି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ୩ ଗେମ୍‌ ବିଶିଷ୍ଟ ଏକ ରୋମାଞ୍ଚକ ଫାଇନାଲରେ ଚାଇନାର ହି ଜି ତିଙ୍ଗ୍‌…

ବାହାରିଲା ମା’ ମାଣିକେଶ୍ୱରୀଙ୍କ ନବାନ୍ନ ଲଗ୍ନ, ଏହିଦିନ ନୂଆଁ ଖାଇବେ ଗଡ଼ଜାତବାସୀ

ଭବାନୀପାଟଣା,୬ା୯(ଉତ୍ତମ କୁମାର ଦାଶ): ନୂଆଁଖାଇ ପାଇଁ ସଜବାଜ ହେଉଛି କଳାହାଣ୍ଡି ଜିଲା । ପଶ୍ଚିମ ଓଡ଼ିଶାର ଏହା ଏକ ମୁଖ୍ୟ ପର୍ବ ହୋଇଥିଲେ ହେଁ କଳାହାଣ୍ଡିରେ ଟିକେ…

ପାକ୍‌ ଖେଳାଳିଙ୍କ ଫୋନ୍‌ ଜବତ କଲା ପିସିବି, କାହିଁକି ଜାଣନ୍ତୁ…

ଲଣ୍ଡନ,୬ା୯: ପାକିସ୍ତାନର ସମସ୍ୟାପୂର୍ଣ୍ଣ ଇଂଲଣ୍ଡ ଟୁର ଏକ ଅପ୍ରତ୍ୟାଶିତ ମୋଡ଼ ନେଇଛି। ଏଜବାଷ୍ଟନଠାରେ ଇଂଲଣ୍ଡ ବିପକ୍ଷ ଅନ୍ତିମ ତଥା ତୃତୀୟ ଟେଷ୍ଟ ପୂର୍ବରୁ ଜାତୀୟ ଦଳର କିଛି…

ଟିମ୍‌ରୁ ବାଦ ପଡ଼ିବାର ରହସ୍ୟ ଖୋଲିଲେ ରାଇନା, କୋହଲିଙ୍କ ଅଧିନାୟକତ୍ୱକୁ ନେଇ କହିଲେ ବଡ଼ କଥା

ନୂଆଦିଲ୍ଲୀ,୬।୯: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଷ୍ଟାର୍ ବ୍ୟାଟର ସୁରେଶ ରାଇନା ଟିମ୍ ଇଣ୍ଡିଆରୁ ବାଦ ପଡ଼ିବାକୁ ନେଇ ବଡ଼ ବୟାନ ଦେଇଛନ୍ତି। ବିରାଟ କୋହଲି ଭାରତୀୟ…

ଯନ୍ତ୍ରୀ ଅନୁପମା ସାହୁ ଗିରଫ, ଗାଡ଼ିରୁ ବାହାରିଥିଲା ବିଡ଼ାବିଡ଼ା ଟଙ୍କା, ଭୁବନେଶ୍ୱରରେ ଫ୍ଲାଟ୍‌ ସହ ଅନେକ ସହରରେ ରହିଛି…

କଟକ,୬ା୯(ପ୍ରଭୁକଲ୍ୟାଣ ପାଲ): ଲାଞ୍ଚ ଟଙ୍କାରେ ଫସିଲେ ଲେଡି ଅଫିସର। ଗିରଫ ହୋଇ କୋର୍ଟ ଚାଲାଣ ହୋଇଛନ୍ତି କେନ୍ଦ୍ରାପଡ଼ା ଡ୍ରେନେଜ ଡିଭିଜନର ସହକାରୀ ନିର୍ବାହୀ ଯନ୍ତ୍ରୀ ଅନୁପମା ସାହୁ।…

ଜଳି ଶଙ୍ଖ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା, ଟ୍ରକ ଧକ୍କାରେ ଓଲଟି ପଡ଼ିଲା ଅଟୋ

ଖଲ୍ଲିକୋଟ,୬।୯(ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ବ୍ଳକ ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ଜଳି ଶଙ୍ଖ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ରବିବାର ଅପରାହ୍ନରେ ଟ୍ରକ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri