ଧରମ ଝିଅ ବାହାଦେବାକୁ ଯାଇ ଜୀବନ ଗଲା

ପାଟଣା,୧।୩: ଧରମ ଝିଅକୁ ବିବାହ ଦେବାକୁ ମଧ୍ୟପ୍ରଦେଶ ଯାଇଥିବା କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ଅଞ୍ଚଳର ଜଣେ ବ୍ୟକ୍ତିଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି। ତାଙ୍କୁ ହତ୍ୟାକରି ଫିଙ୍ଗି ଦିଆଯାଇଥିବା ଅଭିଯୋଗ ହୋଇଛି। ମୃତକ ହେଲେ ଟାଙ୍ଗରପଡ଼ା ପଞ୍ଚାୟତ ଗାଲଫୁଲା ଗ୍ରାମ ଉପର ସାହିର ଗଗନ ବିହାରୀ ନାଏକ। ମଧ୍ୟପ୍ରଦେଶ ପୋଲିସ(ନଂ.୨୦/୨୩ )ରେ ମାମଲା ରୁଜୁ କରିଛି।
ସୂଚନା ଅନୁଯାୟୀ, ଗତ ଗୁରୁବାର ପାଟଣା ବ୍ଲକ୍‌ ଚିନାମାଳି ପଶି ଗ୍ରାମର ଧରମ ଝିଅ ଲିଲି ମୁଣ୍ଡାଙ୍କ ବିବାହ ପାଇଁ ମଧ୍ୟସ୍ଥି ସଞ୍ଜୟ ମହାନ୍ତଙ୍କ ସହ ଗଗନ ମଧ୍ୟପ୍ରଦେଶ ରାଜ୍ୟ ନିର୍ଦାପୁରମ ଜିଲା ସୁଆଗପୁର ଥାନା ବନଖେଡ଼ି ଗଁାକୁ ଯାଇଥିଲେ। ତେବେ ରବିବାର ଗଗନଙ୍କ ରକ୍ତ ଜୁଡୁବୁଡୁ ମୃତଦେହ ସ୍ଥାନୀୟ ରେଳ ଷ୍ଟେଶନ ନିକଟରୁ ପୋଲିସ ଜବତ କରିଥିଲା। ସୁଆଗପୁର ପୋଲିସ ଦୁର୍ଘଟଣା ମାମଲା ରୁଜୁ କରି ସେଠାକାର ମେଡିକାଲରେ ଶବ ବ୍ୟବଚ୍ଛେଦ ପରେ ଅନ୍ତିମ ସଂସ୍କାର କରିଥିଲା। ଗଗନଙ୍କ ପୁଅ ମୁନା ନାଏକ ତାଙ୍କ ବାପାଙ୍କୁ ମାରି ଫିଙ୍ଗି ଦିଆଯାଇଛି ବୋଲି ସୋମବାର ପାଟଣା ଥାନାରେ ଅଭିଯୋଗ କରିଛନ୍ତି। ଏନେଇ ପାଟଣା ଥାନାଧିକାରୀ ମନୋରଞ୍ଜନ ପ୍ରଧାନ କହିଛନ୍ତି, ଘଟଣା ଘଟିଥିବା ଥାନା ଓ ଝିଅର ବାପଘର ଥିବା ଥାନା ଅଞ୍ଚଳରେ ଅଭିଯୋଗ କରିବା ପାଇଁ ଅଭିଯୋଗକାରୀଙ୍କୁ କୁହାଯାଇଛି। ଅନ୍ୟପକ୍ଷେ ପ୍ରତିବର୍ଷ ପାଟଣା ଓ ସାହାରପଡ଼ା ବ୍ଲକ୍‌ ଅଞ୍ଚଳର ଗରିବ ଓ ଅସହାୟ ମା’-ବାପାମାନେ ଯୁବତୀ ଓ ନାବାଳିକାଙ୍କୁ ଦଲାଲମାନଙ୍କ ମାଧ୍ୟମରେ ବିକ୍ରି କରିଦେଉଛନ୍ତି। ଏଥିପ୍ରତି ଜିଲା ପ୍ରଶାସନ ଦୃଷ୍ଟିଦେଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri