ମା’ଙ୍କ ସହ ଭୋଜି ଖାଇବାକୁ ଯାଇଥିଲେ, ନାବାଳିକାଙ୍କୁ ବଳାତ୍କାର : ଅଭିଯୁକ୍ତଙ୍କୁ ୨୦ ବର୍ଷ ଜେଲ

ବ୍ରହ୍ମପୁର,୩୧ା୩(ସୁବାସ ଚନ୍ଦ୍ର ପାଢ଼ୀ): ସ୍ବତନ୍ତ୍ର ପୋକ୍‌ସୋ କୋର୍ଟ ଜଜ୍‌ ପ୍ରଣତି ପଟ୍ଟନାୟକ ସୋମବାର ଏକ ନାବାଳିକା ବଳାତ୍କାର ମାମଲାର ବିଚାର କରି ଚୂଡାନ୍ତ ରାୟ ପ୍ରକାଶ କରିଛନ୍ତି। ମାମଲାର ସମ୍ପୃକ୍ତ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରି ୨୦ ବର୍ଷ ଜେଲ ଦଣ୍ଡରେ ଦଣ୍ଡିତ କରିଛନ୍ତି। ସେ ହେଲେ ନବ ଓରଫ ଲବ ସ୍ବାଇଁ(୩୦)। ୧୦ ହଜାର ଟଙ୍କା ଜରିମାନା ଦେବାକୁ ରାୟରେ ଉଲ୍ଲେଖ କରିଛନ୍ତି। ଜରିମାନା ଅନାଦାୟେ ଅତିରିକ୍ତ ୬ ମାସ ସଶ୍ରମ କାରାଦଣ୍ଡ ଭୋଗିବାକୁ ନିର୍ଦ୍ଦେଶ ରହିଛି। ସେହିପରି ପ୍ରମାଣ ଅଭାବରୁ ଅଭିଯୁକ୍ତ ଲବଙ୍କ ମା’ ମନୁ ସ୍ବାଇଁ(୫୮)ଙ୍କୁ ବିଚାରପତି ନିର୍ଦ୍ଦୋଷ ସାବ୍ୟସ୍ତ କରିଛନ୍ତି। ପୀଡ଼ିତାଙ୍କୁ ୧୦ ଲକ୍ଷ ୫୦ ହଜାର ଟଙ୍କା ସହାୟତା ଦେବାକୁ ଜିଲା ଆଇନ ସେବା ପ୍ରାଧିକରଣ ସଚିବ(ଡିଏଲ୍‌ଏସ୍‌ଏ)ଙ୍କୁ ନିର୍ଦ୍ଦେଶ ହୋଇଛି।
ମାମଲାର ବିବରଣୀରୁ ପ୍ରକାଶ, ଗତ ୨୦୨୩ ଜୁନ୍‌ ୨୮ ତାରିଖରେ ନିମଖଣ୍ଡି ଥାନା ଅଞ୍ଚଳରେ ଏକ ଭୋଜି ହେଉଥିଲା। ସେଠାକୁ ଜଣେ ୬ ବର୍ଷର ନାବାଳିକା ନିଜ ମା’ଙ୍କ ସହ ଭୋଜି ଖାଇବାକୁ ଯାଇଥିଲେ। କିଛି ସମୟ ପରେ ସେ ସେଠାରୁ ନିଖୋଜ ହୋଇଯାଇଥିଲେ। ଭୋଜି ପରେ ଝିଅକୁ ନ ପାଇ ତାଙ୍କ ମା’ ଚିନ୍ତିତ ହୋଇପଡ଼ିଥିଲେ। ଝିଅକୁ ଖୋଜିବା ପାଇଁ ମା’ ଘରକୁ ଆସୁଥିବା ବେଳେ ସାହିର ଏକ ଛାତ ଉପରୁ ଝିଅର ଚିତ୍କାର ଶୁଣିଥିଲେ। ସେଠାକୁ ଯିବାରୁ ଝିଅ ଘଟଣା ସମ୍ପର୍କରେ ତାଙ୍କୁ ସବୁ କହିଥିଲେ। ଲବ ମୋବାଇଲ ଦେଖାଇବା ବାହାନାରେ ଭୋଜି ଘରୁ ତାଙ୍କୁ ଡାକି ଆଣି ବଳାତ୍କାର କରିଥିବା ପୀଡ଼ିତା ତାଙ୍କ ମା’ଙ୍କୁ କହିଥିଲେ। ପରେ ପୀଡ଼ିତାଙ୍କ ମା ’ଏନେଇ ଅଭିଯୁକ୍ତଙ୍କ ମା’ ମନୁଙ୍କୁ କହିବାରୁ ସେ ତାଙ୍କୁ ଧମକଚମକ ଦେଇଥିଲେ। ପରେ ପୀଡ଼ିତାଙ୍କ ମା ଏନେଇ ଜୁଲାଇ ୩ତାରିଖରେ ନିମଖଣ୍ଡି ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଏ ସଂକ୍ରାନ୍ତରେ ନଂ.୨୧୧/୨୩ରେ ମାମଲା ରୁଜୁ କରି ଘଟଣାର ତଦନ୍ତ କରିଥିଲା। ଲବଙ୍କୁ ୫ ଜୁଲାଇରେ ଗିରଫ କରି କୋର୍ଟ ଚାଲାଣ କରିଥିଲା । ମାମଲାର ତଦନ୍ତକାରୀ ଅଧିକାରୀ ଜ୍ୟୋତି ରଞ୍ଜନ ବେହେରା ଉଭୟ ଲବ ଓ ତାଙ୍କ ମା’ ମନୁ ସ୍ବାଇଁଙ୍କୁ ଅଭିଯୁକ୍ତ ଦର୍ଶାଇ କୋର୍ଟରେ ଚାର୍ଜଶିଟ ଦାଖଲ କରିଥିଲେ। ମାମଲାର ବିଚାର ବେଳେ ୧୨ ଜଣ ସାକ୍ଷୀଙ୍କ ବୟାନ ରେକର୍ଡ କରାଯାଇଥିଲା। ସମସ୍ତ ତଥ୍ୟ ପ୍ରମାଣକୁ ଭିତ୍ତି କରି ବିଚାରପତି ଉପରୋକ୍ତ ରାୟ ଦେଇଛନ୍ତି। ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ପବ୍ଲିକ ପ୍ରସିକ୍ୟୁଟର ନାରାୟଣ ପଣ୍ଡା ମକଦ୍ଦମା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ମୁହାଁ ନେତା କର୍ମୀ

ହାଟଡିହୀ,୨୦।୯(ଶୁଭକାନ୍ତ ନାୟକ): ଆଗକୁ ପଞ୍ଚାୟତ ନିର୍ବାଚନ। କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରରେ ରାଜନୈତିକ ପାଣିପାଗ ବଦଳିବାରେ ଲାଗିଛି। ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ସାଙ୍ଗଠନିକ ବୈଠକ,…

ବିହାରୀ କଏଦୀ ଫେରାର ଘଟଣା: ଚୌଦ୍ୱାର ଜେଲ ଅଧୀକ୍ଷକ ଗିରଫ

କଟକ,୨୦।୯(ପ୍ରଭୁ କଲ୍ୟାଣ ପାଲ ): ବିହାରୀ କଏଦୀ ଫେରାର ଘଟଣାରେ ଗିରଫ ହେଲେ ଚୌଦ୍ୱାର ଜେଲ ଅଧୀକ୍ଷକ ସୁଜିତ ରାଉଳ। ଜେଲ ମିନିଟି ବୁକ୍‌ରେ ଜାଲିଆତି ନେଇ…

ଅଡବା ପୋଲିସକୁ ବଡ଼ ସଫଳତା, ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ହଜାରେ କେଜି ଜବତ

ମୋହନା,୨୦।୯( ମନ୍ମଥ ମିଶ୍ର ): ଗଜପତି ଜିଲାରେ ବେଆଇନ ଗଞ୍ଜେଇ କାରବାର ବିରୋଧରେ ଚାଲିଥିବା ସ୍ୱତନ୍ତ୍ର ଅଭିଯାନରେ ଅଡବା ପୋଲିସ ଏକ ବଡ଼ ସଫଳତା ହାସଲ କରିଛି…

କାଲି ନୂଆଁଖାଇବେ କଳାହାଣ୍ଡି ଗଡ଼ଜାତବାସୀ, ଉତ୍ସବ ମୁଖର ପୁରପଲ୍ଲୀ

ଭବାନୀପାଟଣା,୨୦।୯ (ଉତ୍ତମ କୁମାର ଦାଶ): ନୂଆଁଖାଇ କଳାହାଣ୍ଡି ଜିଲାର ଏକ ମୁଖ୍ୟ ପରମ୍ପରା। ପଶ୍ଚିମ ଓଡ଼ିଶାର ଅନ୍ୟ ଜିଲାରେ ପଞ୍ଚମୀ ତିଥିରେ ନୂଆଁଖାଇ ପାଳନ ହେଉଥିବା ବେଳେ…

ନ୍ୟୁଜିଲ୍ୟାଣ୍ଡ ଗସ୍ତରେ ବଦଳିବେ ଟିମ୍ ଇଣ୍ଡିଆର କ୍ୟାପ୍ଟେନ, ଶୁଭମନ୍ ଗିଲ୍‌ଙ୍କ ସ୍ଥାନ ନେବେ…

ନୂଆଦିଲ୍ଲୀ,୨୦ା୯: ଭାରତୀୟ କ୍ରିକେଟ୍ ଦଳ ବର୍ତ୍ତମାନ ଏସୀୟ କ୍ରୀଡ଼ା ପାଇଁ ଯାତ୍ରା କରୁଥିବା ବେଳେ, ଏହି ସମୟ ମଧ୍ୟରେ ୱେଷ୍ଟଇଣ୍ଡିଜ୍ ବିପକ୍ଷରେ ଏକ ଦିନିକିଆ (ODI) ସିରିଜ୍…

ଉଲ୍ଲାସ ପକ୍ଷରୁ ନିଆରା ପ୍ରୟାସ, ୧୮ ରୁ୬୦ ବର୍ଷର ଲୋକଙ୍କୁ ସାକ୍ଷାରତା କରିବ…

କେସିଙ୍ଗା,୨୦ା୯(ତୁମେଶ୍ୱର ସାହୁ): ସମଗ୍ର ରାଜ୍ୟରେ ୧୮ ରୁ ୬୦ବର୍ଷର ଲୋକଙ୍କୁ ସାକ୍ଷରତା କରିବା ପାଇଁ ଉଲ୍ଲାସ ପକ୍ଷରୁ ରବିବାର ପରୀକ୍ଷା ଅନୁଷ୍ଠିତ ହୋଇଛି । ଏହି ପରିପ୍ରେକ୍ଷୀରେ…

ଭଡ଼ାଘରେ ଚାଲିଥିଲା ଅନ୍‌ଲାଇନ୍‌ ବେଟିଂ କାରବାର, ଚଢ଼ାଉ କରି ୩ ଜଣଙ୍କୁ…

ଛତ୍ରପୁର,୨୦ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ସାଇବର ପୋଲିସ ଏକ ଅନଲାଇନ୍‌ ବେଟିଂ ଆପ୍‌ ଠକେଇ ନେଟ୍‌ଓ୍ବର୍କର ପର୍ଦ୍ଦାଫାଶ କରି ୩ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ…

ଭଞ୍ଜନଗର ବ୍ଲକ ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା; ଜଗଦିଶ ସଭାପତି, ଶିଶିର କାର୍ଯ୍ୟକାରୀ ସମ୍ପାଦକ

ଭଞ୍ଜନଗର,୨୦ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିକଟସ୍ଥ କାଳିଞ୍ଜି ସମାଜ ଗୃହରେ ରବିବାର ନୂତନ ପେନସନ ଯୋଜନା (NPS) ଅନ୍ତର୍ଭୁକ୍ତ ପ୍ରାଥମିକ ଶିକ୍ଷକମାନଙ୍କ ସଂଘର ନୂତନ କର୍ମକର୍ତ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?