ଶିଆଳି ପତ୍ର ତୋଳିବାକୁ ଯାଇଥିଲେ, ଝାମ୍ପିଲା ଭାଲୁ

ବାଲିଗୁଡ଼ା,୨୨।୮:(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ବାଟାଗୁଡ଼ା ଅଞ୍ଚଳରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି । ଭାଲୁ ଆକ୍ରମଣରେ ସ୍ତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ସ୍ବାମୀ ଓ ଝିଅ ଆହତ ହୋଇଛନ୍ତି । ସକାଳୁ ବାଞ୍ଛା ମଲିକ, ସ୍ତ୍ରୀ ବୁଡାଳି ମଲିକ ଓ ଝିଅ ମିଶି ନିକଟସ୍ଥ ଜଙ୍ଗଲକୁ ଶିଆଳି ପତ୍ର ତୋଳିବା ପାଇଁ ଯାଇଥିଲେ। ଏହି ସମୟରେ ଏକ ଭାଲୁ ଅତର୍କିତ ଭାବେ ସେମାନଙ୍କୁ ଆକ୍ରମଣ କରିଥିଲା । ଘଟଣାସ୍ଥଳରେ ସ୍ତ୍ରୀ ବୁଡାଳିଙ୍କ ମୃତ୍ୟୁ ଘଟିଥିଲା । ଗୁରୁତର ବାପ ଓ ଝିଅଙ୍କୁ ଚିକିତ୍ସା ପାଇଁ ବାଲିଗୁଡା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଖବରପାଇ ତୁମୁଡିବନ୍ଧ ରେଞ୍ଜର ଲଳିତ ନାୟକ, ବାଟାଗୁଡା ସରପଞ୍ଚ ପ୍ରତାପ ମଲିକ ପହଞ୍ଚି ମୃତକଙ୍କ ପରିବାରକୁ ସମବେଦନା ଜଣାଇବା ସହ ଆର୍ଥିକ ସହାୟତା ଯୋଗାଇ ଦେବାକୁ ପ୍ରତିଶ୍ରୁତି ଦେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁର ରେଳ ଷ୍ଟେଶନରୁ ନାବାଳକ ଚାଲାଣ ବେଳେ ଧରିଲା ପ୍ରଶାସନ: ୪ ଉଦ୍ଧାର, ୨ ଦଲାଲ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ରେଳ ଷ୍ଟେଶନ ପରିସରରୁ ଏକ ବଡ଼ ଧରଣର ନାବାଳକ ଚାଲାଣ ଉଦ୍ୟମକୁ ପଣ୍ଡ କରିଛି ପ୍ରଶାସନ। ଜିଲା…

ଲଗାଣ ବର୍ଷାରେ ଧୋଇଗଲା ନିର୍ମାଣାଧୀନ ରିଂ ରୋଡ୍‌: କାମ ନସରୁଣୁ ରାସ୍ତାର ସ୍ଥାୟିତ୍ୱକୁ ନେଇ ଉଠିଲା ପ୍ରଶ୍ନବାଚୀ

ବରଗଡ଼, ୭।୭ (ପ୍ରେମାନନ୍ଦ ଖମାରୀ): ପ୍ରଥମ ବର୍ଷାରେ ହିଁ ଖୋଲିଯାଇଛି ବିକାଶର ଅସଲ ଚେହେରା। ବରଗଡ଼ ସହର ଉପକଣ୍ଠ ଜୀରା ନଦୀ ପାର୍ଶ୍ୱରେ ଚାଲିଥିବା ବହୁ ପ୍ରତୀକ୍ଷିତ…

ଋଷିମାଳ ମହାବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ, ମା’ଙ୍କ ପାଇଁ ଗଛଟିଏ ସକାଶେ …

ଦାରିଙ୍ଗବାଡି, ୭।୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ସ୍ଥିତ ଋଷିମାଳ ମହାବିଦ୍ୟାଳୟ ପରିସରରେ ମଙ୍ଗଳବାର ଏକ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷ…

ଘେଁସ୍ କଲେଜର ନାମ ବଦଳିଲା: ସ୍ୱାଧୀନତା ସଂଗ୍ରାମୀ ଶହୀଦ ମାଧୋ ସିଂହଙ୍କ ନାମରେ ହେଲା ନାମିତ

ବରଗଡ଼, ୭।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ବ୍ଲକ ଅନ୍ତର୍ଗତ ଘେଁସ୍ ସ୍ଥିତ ‘ଘେଁସ୍ କଲେଜ’ର ନାମ ସୋମବାରଠାରୁ ଆନୁଷ୍ଠାନିକ ଭାବେ ବଦଳିଛି। ଏହି ଅଞ୍ଚଳର ମହାନ…

ପ୍ରଧାନଶିକ୍ଷକ ମାଗିଲେ ଫେବର, DWOଙ୍କୁ ଗୁହାରି କଲେ ୩ ମହିଳା କର୍ମଚାରୀ

ଭବାନୀପାଟଣା, ୭।୭ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି  ସ୍କୁଲର ପ୍ରଧାନ ଶିକ୍ଷକଙ୍କ ନାମରେ ଏକ ସାଂଘାତିକ ଅଭିଯୋଗ ସାମ୍ନାକୁ ଆସିଛି। ସ୍କୁଲର…

ବିରଳ ମୃତ୍ତିକା ସନ୍ଧାନରେ ବୃକ୍ଷହୀନ ହେଉଛି ତାମ୍ପରା-ବଙ୍ଗୋପସାଗର ମଧ୍ୟସ୍ଥ ଅରଣ୍ୟ, ଛତ୍ରପୁର ସହର ପ୍ରତି…

ଛତ୍ରପୁର,୭।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ବଙ୍ଗୋପସାଗର କୂଳ ଲଙ୍ଘିବା ଘଟଣାକୁ ନେଇ ଚର୍ଚ୍ଚା ଜୋର୍ ଧରିଥିବା ବେଳେ ଏବେ ଛତ୍ରପୁର ପୌରପରିଷଦର ପ୍ରାଣବିନ୍ଦୁ କୁହାଯାଉଥିବା ପ୍ରସିଦ୍ଧ…

ଫୁଲବାଣୀରୁ ବ୍ରହ୍ମପୁର ଯାଉଥିଲା ଗୁରୁତର ରୋଗୀ, ଘନ ଜଙ୍ଗଲ ଭିତରେ ଅଚଳ ହୋଇଗଲା ୧୦୮ ଆମ୍ବୁଲାନ୍ସ,;ଆଉ ତା’ ପରେ…

ଭଞ୍ଜନଗର,୭।୭ (ବାବୁଲା ପ୍ରଧାନ): ରାଜ୍ୟରେ ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବାର ଆଉ ଏକ ବିକଳ ଚିତ୍ର ସାମ୍ନାକୁ ଆସିଛି। ଜଣେ ଗୁରୁତର ରୋଗୀଙ୍କୁ ମେଡିକାଲ ନେବା ସମୟରେ ଅଧା…

ସିର୍କାବର୍ଗ ରାସ୍ତା ମରାମତି ହେଲାନି, ଲଗାଣ ବର୍ଷାରେ ବେହାଲ: ପ୍ରଶାସନ ପ୍ରତିଶ୍ରୁତି ଖିଲାପ କରିଥିବା…

ଦାରିଙ୍ଗବାଡି, ୭।୭ (ଅରୁଣ ସାହୁ): କନ୍ଧମାଳ ଜିଲା  ଦାରିଙ୍ଗବାଡି ବ୍ଲକର ସବୁଠାରୁ ଦୁର୍ଗମ ଅଞ୍ଚଳ ଭାବେ ପରିଚିତ ସିର୍କାବର୍ଗକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାଟି ଏବେ ଲଗାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri