ଭାଙ୍ଗିଗଲା ଆଶା: ଜମି ରେଜିଷ୍ଟେଶନ ପାଇଁ ଯାଇଥିଲେ ତହସିଲ ଅଫିସ, ଦୁର୍ଘଟଣାରେ ଗଲା ଜୀବନ

କେସିଙ୍ଗା,୩ା୨(ତୁମେଶ୍ୱର ସାହୁ):  କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଏକ ଟ୍ରକ୍‌ ଧକ୍କାରେ ଜଣଙ୍କର ମୃତ୍ୟୁ ଘଟିଛି। ସେ ହେଲେ ଉତ୍କେଲା ପଞ୍ଚାୟତ ମାଟିଆ ଗ୍ରାମର ପୁଷ୍ପା ବାଗ (୪୫)। ଦୁର୍ଘଟଣା ପରେ କ୍ଷତିପୂରଣ ଦାବିକରି ଲୋକେ ରାସ୍ତାରୋକୋ କରିଥିଲେ। ସୂଚନା ଅନୁସାରେ ଜମି କିଣାବିକା କାମ ପାଇଁ ପୂର୍ବାହ୍ନରେ ପୁଷ୍ପା ସମେତ ଅନ୍ୟ କେତେଜଣ କେସିଙ୍ଗା ତହସିଲ କାର୍ଯ୍ୟାଳୟକୁ ଯାଇଥିଲେ। ହେଲେ ସ୍ଲଟ ବୁକିଂ ହୋଇ ନ ପାରିବାରୁ ଜମି ରେଜିଷ୍ଟ୍ରେଶନ ହୋଇପାରି ନ ଥିଲା। ଫଳରେ ପୁଷ୍ପା ଓ ଅନ୍ୟ ଦୁଇଜଣ ଏକ ସ୍କୁଟିରେ ଘରକୁ ଫେରୁଥିଲେ। ହେଲେ ୨୬ନଂ. ଜାତୀୟ ରାଜପଥର ତିନିକୋଣିଆ ଛକରେ କେସିଙ୍ଗା ପଟୁ ଭବାନୀପାଟଣା ଯାଉଥିବା ଏକ ଟ୍ରକ୍‌ ପଛପଟୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ପୁଷ୍ପାଙ୍କ ମୃତ୍ୟୁ ଘଟିଥିଲା। ସ୍କୁଟିରେ ଥିବା ସେବତୀ ଓ ଅନ୍ୟଜଣେ ଗୁରୁତର ହୋଇ କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସିତ ହେଉଛନ୍ତି। ଖବର ପାଇ ପରିବାର ଲୋକେ କ୍ଷତିପୂରଣ ଦାବିରେ ମୃତଦେହ ରଖି ରାଜପଥ ଅବରୋଧ କରିଥିଲେ। ଏଥିଯୋଗୁ ରାସ୍ତାର ଉଭୟ ପାର୍ଶ୍ୱରେ ଯାନବାହନ ଅଟକି ରହିଥିଲା। ଏହି ଖବର ପାଇ କେସିଙ୍ଗା ପୋଲିସ ଓ ତହସିଲଦାର ପ୍ରଶାନ୍ତି ପ୍ରଧାନ ପ୍ରମୁଖ ପହଞ୍ଚତ୍ ଆନ୍ଦୋଳନକାରୀଙ୍କୁ ବୁଝାଶୁଝା କରିଥିଲେ। ହେଲେ ସେମାନେ ଜିଦ୍‌ରେ ଅଟଳ ରହିଥିଲେ। ଏ ସଂକ୍ରାନ୍ତରେ ତହସିଲଦାର ପ୍ରଧାନଙ୍କୁ ପଚାରିବାରୁ ରେଡ୍‌କ୍ରସ ପାଣ୍ଠିରୁ ମୃତକଙ୍କ ପରିବାରକୁ ସହାୟତା ଦିଆଯିବ ବୋଲି ପ୍ରକାଶ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଶେଶାନନ୍ଦଙ୍କ ଜନ୍ମୋତ୍ସବକୁ ନିଆରା ଢଙ୍ଗରେ ପାଳିଲା ଲୋହରାଖଣ୍ଡି ସାହିତ୍ୟ ସଂସଦ

ଭଞ୍ଜନଗର, ୧୯।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀ ଜଗନ୍ନାଥ ରିସର୍ଟଠାରେ ଶନିବାର ସନ୍ଧ୍ୟାରେ ଜଗନ୍ନାଥପ୍ରସାଦ ବ୍ଲକର ବରିଷ୍ଠ କର୍ମଚାରୀ ଶେଶାନନ୍ଦ ଆରୁଖଙ୍କ ଜନ୍ମଦିନ ଏକ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

ଗାଜଲବାଡ଼ି ଘାଟିରେ ୨ ଟ୍ୟାଙ୍କର ଫସିବା ଯୋଗୁ ଯାତାୟାତ ଠପ୍: ରାତିସାରା ଘାଟି ରାସ୍ତାରେ ଅଟକି ରହିଲେ ଶହ ଶହ ଯାତ୍ରୀ

ଦାରିଙ୍ଗବାଡ଼ି, ୧୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଓ ବାଲିଗୁଡ଼ାକୁ ସଂଯୋଗ କରୁଥିବା ୫୯ ନମ୍ବର ଗୋପାଳପୁର-ରାଇପୁର ଜାତୀୟ ରାଜପଥର ଗାଜଲବାଡ଼ି ଘାଟିରେ ଶନିବାର ବିଳମ୍ବିତ…

ମଧ୍ୟପ୍ରଦେଶ ଟ୍ରାଜେଡ଼ି: ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯।୯: ମଧ୍ୟପ୍ରଦେଶକୁ ବୁଲିବାକୁ ତଥା ଦେବଦର୍ଶନ ପାଇଁ ଯାଇଥିବା ଓଡ଼ିଶାର ଗୋଟିଏ ପରିବାରର ୭ ଜଣ ସଦସ୍ୟଙ୍କର ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଅକାଳ ମୃତ୍ୟୁ ଘଟଣାରେ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

ଆରମ୍ଭ ହେଲା ଏସିଆନ ଗେମ୍ସ, ମନୁ ଭାକର, ପବନ ଶେରାଓ୍ବତ ନେଲେ ଭାରତର ନେତୃତ୍ୱ

ନାଗୋୟା,୧୯ା୯: ଦିନକର ସାଙ୍ଗଠନିକ ସ୍ଥାନୀୟ ମିଜୁହୋ ପାର୍କ ଆଥଲେଟିକ୍‌ ଷ୍ଟାଡିୟମରେ ରଙ୍ଗାରଙ୍ଗ ହାଇଟେକ୍‌ ଉଦ୍‌ଘାଟନୀ କାର୍ଯ୍ୟକ୍ରମ ସହ ୨୦ତମ ଏସିଆନ ଗେମ୍ସ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି।…

କର୍ଲାମୁଣ୍ଡା ବ୍ଲକ ପାଇଁ ଗୌରବ: ପ୍ରଥମ ମହିଳା ଭାବେ ପିଏଚ୍‌ଡି ଡିଗ୍ରୀ ହାସଲ କଲେ ସୀମନ୍ତିନୀ ସେଠ

ରିଷିଡ଼ା, ୧୯।୯ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଗ୍ରାମର ସୀମନ୍ତିନୀ ସେଠ ସଂସ୍କୃତ ବିଷୟରେ ଗବେଷଣା କରି ପିଏଚ୍‌ଡି (PhD) ଡିଗ୍ରୀ ହାସଲ…

ବେଙ୍ଗାଲୁରୁରେ କେନ୍ଦୁଝର ଯୁବକଙ୍କ ଅକାଳ ମୃତ୍ୟୁ: MP ଅନନ୍ତ ନାୟକଙ୍କ ହସ୍ତକ୍ଷେପ ପରେ ଗାଁକୁ ଫେରିଲା ପାର୍ଥିବ ଶରୀର

ପାଟଣା,୧୯।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ବେଗନା ଗ୍ରାମର ସଞ୍ଜୀବ ସେଠୀଙ୍କ ୩୪ ବର୍ଷୀୟ ପୁଅ ଦୀପେଶ ସେଠୀଙ୍କ ବେଙ୍ଗାଲୁରୁରେ ଅକାଳ ମୃତ୍ୟୁ ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?