ବିଲକୁ ଯାଇଥିଲେ, ଆକ୍ରମଣ କଲା ହାତୀ: ଚାଲିଗଲା ଜୀବନ

ବାରିପଦା, ୪/୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)- ମୟୂରଭଞ୍ଜ ଜିଲାରେ ହାତୀ ଉତ୍ପାତ ବଢୁଥିବାରୁ ଆତଙ୍କ ଖେଳିଯାଇଛି । ୪୮ଘଣ୍ଟା ବ୍ୟବଧାନ ପରେ ପୁଣି ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ ହୋଇଛି। ମୃତକ ଜଣକ ହେଲେ ବାରିପଦା ବନଖଣ୍ଡ ଅନ୍ତର୍ଗତ ଶ୍ୟାମାଖୁଣ୍ଟା ଅଞ୍ଚଳର ଦାଡଦୁଡ ଗ୍ରାମର ମଧୁସୂଦନ ପାଣ୍ଡେ। ବାରିପଦା ସହର ଉପକଣ୍ଠ ଶ୍ୟାମାଖୁଣ୍ଟା ଅଞ୍ଚଳରେ ୪୦ଟିକିଆ ହାତୀପଲ ଚଳପ୍ରଚଳ କରୁଛନ୍ତି। ତେବେ ଶନିବାର ସକାଳୁ ମଧୁସୂଦନ ଶୌଚ ହେବାକୁ ବିଲକୁ ଯାଇଥିବା ବେଳେ ହାତୀ ସହିତ ମୁଁହାମୁହିଁ ହୋଇଥିଲା। ହାତୀ ଆକ୍ରମଣରେ ଗୁରୁତର ଅବସ୍ଥାରେ ବାରିପଦା ସ୍ଥିତ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିଲେ। ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ଉକ୍ତ ହାତୀ ପଲ ଚଳପ୍ରଚଳ କରୁଥିବା ବେଳେ ଏହାକୁ ଦୃଷ୍ଟିରେ ରଖି ବନବିଭାଗ ପକ୍ଷରୁ ସ୍ଥାନୀୟ ଅଞ୍ଚଳରେ ସତର୍କ କରାଯାଇଛି। ଘଟଣାକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ବନବିଭାଗର ଅପାରଗତାରୁ ମୃତ୍ୟୁ ହୋଇଥିବା ନେଇ ଅସନ୍ତୋଷ ବୃଦ୍ଧି ପାଇଛି। ତେବେ ମୃତଦେହ ବ୍ୟବଚ୍ଛେଦ କରିବା ପାଇଁ ପଠାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ, ଦେବୀ ଗଙ୍ଗାଙ୍କୁ ଆବାହନ ପରେ କଳସ ଯାତ୍ରା

ଦିଗପହଣ୍ଡି,୧୪ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ବଜାର ସାହି ପୂଜା କମିଟି ପକ୍ଷରୁ ୪୬ ତମ ଶ୍ରୀ ଗଣେଶ ପୂଜା ମହୋତ୍ସବ ସୋମବାର ଠାରୁ…

ଘାଟିରେ ଓଲଟିଲା ଚାଉଳ ବୋଝେଇ ଟ୍ରକ୍‌

ପଟାଙ୍ଗି,୧୪ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ଜୋଡିମାଦଲି ଘାଟିରେ ଭାରସାମ୍ୟ ହରାଇ ଓଲଟି ପଡ଼ିଛି ଚାଉଳ ବୋଝେଇ ଟ୍ରକ୍‌ । ସୂଚନା ଅନୁସାରେ…

ଦିଶା ମୃତ୍ୟୁ ମାମଲା; CBI ଏଫ୍‌ଆଇଆର୍‌ରେ ଆଦିତ୍ୟ ଠାକ୍‌ରେ….

ମୁମ୍ବାଇ,୧୪।୯: ଦିବଙ୍ଗତ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ପୂର୍ବତନ ମ୍ୟାନେଜର ଦିଶା ସାଲିଆନଙ୍କ ମୃତ୍ୟୁ ମାମଲାରେ ବଡ଼ ଖବର ସାମ୍ନାକୁ ଆସିଛି । ପ୍ରାୟ ୬ ବର୍ଷ…

ସାଉଦି ପାଇପଲାଇନ୍‌କୁ ବନ୍ଦ କରିଦେଲା ଡ୍ରୋନ୍‌ ଆକ୍ରମଣ, ଏହା ଭାରତକୁ ପ୍ରଭାବିତ କରିବ କି ଜାଣନ୍ତୁ…

ରିୟାଦ୍‌,୧୪ା୯: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବେ ବିଶ୍ୱ ତୈଳ ବଜାର ଉପରେ ଗୁରୁତର ପ୍ରଭାବ ପକାଉଛି। ଡ୍ରୋନ୍‌ ଆକ୍ରମଣ ପରେ ସାଉଦି ଆରବର ଗୁରୁତ୍ୱପୂର୍ଣ୍ଣ ପୂର୍ବ-ପଶ୍ଚିମ ତୈଳ…

ଗଣେଶଜୀଙ୍କ ଅତି ପ୍ରିୟ ଏହି ୪ ରାଶି: ଆଜିଠୁ ଚାଲିଲା ଭଲ ସମୟ, ପ୍ରଚୁର ଲାଭ ସହ ଧନବର୍ଷା

ଭୁବନେଶ୍ୱର: ଗଣେଶ ଚତୁର୍ଥୀରୁ ଅନନ୍ତ ଚତୁର୍ଦ୍ଦଶୀ ପର୍ଯ୍ୟନ୍ତ କିଛି ରାଶିର ଜାତକଙ୍କ ଉପରେ ଗଣପତିଙ୍କ ବିଶେଷ କୃପା ରହିବ ବୋଲି ଜ୍ୟୋତିଷବିଦ୍‌ମାନେ ମତ ଦେଇଛନ୍ତି। ଏହି ସମୟରେ…

ବାଇକକୁ ଧକ୍କା ଦେଲା କୋଇଲା ବୋଝେଇ ଟ୍ରକ, ବାପା ଆଗରେ ଚାଲିଗଲା ମା’-ଛୁଆଙ୍କ ଜୀବନ

​ସମ୍ବଲପୁର,୧୪।୯(ପ୍ରମୋଦ ବହିଦାର): ନୂଆଁଖାଇ ପର୍ବ ପାଳନ ପାଇଁ ଖୁସି ମନରେ ଘରକୁ ଫେରୁଥିବା ଏକ ନିଷ୍ପାପ ପରିବାର ଉପରେ କାଳ ସାଜି ମାଡ଼ିଆସିଲା ଦ୍ରୁତଗାମୀ ଟ୍ରକ୍ ।…

ପୁଣି ରୋମାନ୍ସ କରିବେ ବିଜୟ-ରଶ୍ମିକା: ଏଥର ବଢୁଛି ଚର୍ଚ୍ଚା

ସାଉଥ ସୁପରଷ୍ଟାର ବିଜୟ ଦେବରକୋଣ୍ଡା ଓ ରଶ୍ମିକା ମନ୍ଦାନାଙ୍କ ଅନସ୍କ୍ରିନ୍‌ କେମିଷ୍ଟ୍ରିକୁ ଦର୍ଶକେ ସବୁବେଳେ ପସନ୍ଦ କରିଆସିଛନ୍ତି। ଏବେ ଦୁହେଁ ପୁଣିଥରେ ଏକାଠି ପରଦାରେ ନଜର ଆସିବେ।…

ପୁଟିନ ନା ଜିନପିଙ୍ଗ? କାହାର ବିମାନ ଅଧିକ ମହଙ୍ଗା, ଜାଣନ୍ତୁ ଦୁଇ ବିମାନର ରହସ୍ୟ

ନୂଆଦିଲ୍ଲୀ,୧୪।୯: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଦିଲ୍ଲୀରେ ଆୟୋଜିତ ୧୮ତମ BRICS ଶିଖର ସମ୍ମିଳନୀରେ ଯୋଗଦେବାକୁ ଭାରତ ଆସିଥିଲେ। ଦୁଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?