ଡ୍ୟାମକୁ ମାଛ ଧରିବାକୁ ଯାଇଥିଲେ: ଚାଲିଗଲା ୨ ଯୁବକଙ୍କ ଜୀବନ

ସୁନ୍ଦରଗଡ଼,୨୧।୭: ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ମନ୍ଦିରା ଡ୍ୟାମରେ ରବିବାର ଏକ ଅଘଟଣ ଘଟିଛି। ମାଛ ଧରିବାକୁ ଯାଇ ପାଣିରେ ବୁଡ଼ି ୨ଜଣ ଯୁବକଙ୍କ ମୃତ୍ୟୁ ଘଟିଛି।

ମିଳିଥିବା ସୂଚନା ମୁତାବକ, ଝାରବେଡା ଗାଁର, ୫ଜଣ ସାଙ୍ଗହୋଇ ମାଛ ଧରିବାକୁ ମନ୍ଦିରା ଡ୍ୟାମକୁ ଯାଇଥିଲେ। ସେଠାରେ ମାଛ ଧରୁଥିବା ବେଳେ କୌଣସି କାରଣକୁ ନେଇ ୨ଜଣ ଡ୍ୟାମରେ ବୁଡି ଯାଇଥିଲେ। ସାଙ୍ଗରେ ଯାଇଥିବା ଅନ୍ୟ ୩ଜଣ ସାଙ୍ଗ ତୁରନ୍ତ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ଖବର ପାଇ ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଖୋଜାଖୋଜି ପରେ ୨ଜଣ ଯୁବକଙ୍କ ମୃତଦେହ ଉଦ୍ଧାର କରିଥିଲେ। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯିବ। ଏନେଇ ପୋଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଚଳାଇଛି। ଏନେଇ ଗାଁରେ ଶୋକର ଛାୟା ଖେଳିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ଲେୟାର ଅଫ ଦି ସିରିଜ ଜିତିବା ସତ୍ତ୍ୱେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ଚେତାବନୀ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨୭।୭: ଜିମ୍ବାୱେ ବିପକ୍ଷରେ T20 ସିରିଜରେ ଚମତ୍କାର ପ୍ରଦର୍ଶନ ପରେ ବୈଭବ ସୂର୍ଯ୍ୟବଂଶୀ ‘ପ୍ଲେୟାର ଅଫ ଦି ସିରିଜ’ ପୁରସ୍କାର ଜିତିଥିଲେ। ଏହି ଚମତ୍କାର ପ୍ରଦର୍ଶନ ସତ୍ତ୍ୱେ,…

ହସ୍ପିଟାଲରୁ ସିଧା ରାଜଘାଟ ପହଞ୍ଚିଲେ ୱାଙ୍ଗଚୁକ, ବାପୁଙ୍କୁ ନେଇ କହିଲେ….

ନୂଆଦିଲ୍ଲୀ,୨୭।୭: ଦିଲ୍ଲୀର ଜନ୍ତର ମନ୍ତରରେ ଅନୁଷ୍ଠିତ ପ୍ରତିବାଦରେ ପରିବେଶ କର୍ମୀ ସୋନମ ୱାଙ୍ଗଚୁକ୍ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ । ସେ କିଛି ଦିନ ଧରି ଅନଶନରେ…

ତୀରନ୍ଦାଜ ପ୍ରତିଯୋଗିତା: କଳାହାଣ୍ଡର ୩ ପ୍ରତିଯୋଗୀ ଜାତୀୟସ୍ତରକୁ ମନୋନୀତ

ଲାଞ୍ଜିଗଡ଼,୨୭।୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ଡିଏଭି ବେଦାନ୍ତ ଆନ୍ତର୍ଜାତୀୟ ବିଦ୍ୟାଳୟର ତୀରନ୍ଦାଜ ପ୍ରତିଯୋଗୀମାନେ ସିବିଏସଇ ପୂର୍ବାଞ୍ଚଳ ତୀରନ୍ଦାଜ ପ୍ରତିଯୋଗିତାରେ ୩ଟି ସ୍ବର୍ଣ୍ଣ…

ରାସ୍ତାରେ ଶହ ଶହ ଖାଲ ଢିପ ଯୋଗୁ ଯାତାୟାତରେ ସମସ୍ୟା, ଚେତାବନୀ ଦେଲେ ସହରବାସୀ, ମରାମତି ନ ହେଲେ ଆଗାମୀ ଦିନରେ…

କେସିଙ୍ଗା,୨୭।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ଓ ବଲାଙ୍ଗୀର ଜିଲାର ଟିଟଲାଗଡ଼କୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାର ତ୍ରିମୂର୍ତ୍ତି ଛକରୁ ତେଲନଦୀ ବ୍ରିଜ ପ୍ରାୟ ୮୦୦ମିଟର ରାସ୍ତାରେ…

କଟକ ଜିଲାପାଳଙ୍କ ଜନଶୁଣାଣୀ ବେଳେ ଅଭାବନୀୟ ଘଟଣା, ଦେହରେ କିରୋସିନ ଢ଼ାଳି ଆତ୍ମହତ୍ୟା ଉଦ୍ୟମ କଲେ….

କଟକ ସଦର,୨୭।୭(ସୁଶାନ୍ତ କୁମାର ଜେନା): କିଶନ ନଗର ତହସିଲ କାର୍ଯ୍ୟାଳୟରେ ସୋମବାର କଟକ ଜିଲାପାଳଙ୍କ ଜନଶୁଣାଣୀ ଶିବିର ଚାଲିଥିଲା । ଏହି ସମୟରେ ଏକ ଅଭାବନୀୟ ଘଟଣା…

ନୂଆ ସ୍ବପ୍ନ, ନୂଆ ଲକ୍ଷ୍ୟ: ମହାବିଦ୍ୟାଳୟରେ ପାଦ ଥାପିଥିବା ନବାଗତ ଛାତ୍ରୀଛାତ୍ରଙ୍କୁ ପରାମର୍ଶ, ଉପସ୍ଥାନ କମ୍‌ ରହିଲେ…

ଭଞ୍ଜନଗର, ୨୭।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଓ ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ସୋମବାର ଯୁକ୍ତ ୩…

E20 ବିବାଦ: ବମ୍ବେ ହାଇକୋର୍ଟଙ୍କ ଦ୍ବାରସ୍ଥ ହେଲେ ନିତିନ ଗଡକରୀ

ନୂଆଦିଲ୍ଲୀ, ୨୭।୭: କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀ ନିତିନ ଗଡକରୀ ସୋସିଆଲ ମିଡିଆରେ ପ୍ରସାରିତ ଡିପଫେକ୍ ଭିଡିଓ ଏବଂ ମାନହାନିଜନକ ପୋଷ୍ଟ ସମ୍ପର୍କରେ ବମ୍ବେ…

ଏସିଏଫ ସୋମ୍ୟରଞ୍ଜନ ମୃତ୍ୟୁ ମାମଲାରେ ବଡ଼ ଟ୍ବିଷ୍ଟ, ଆତ୍ମସମର୍ପଣ କଲେ ପୂର୍ବତନ ଡିଏଫଓ

ପାରଳାଖେମୁଣ୍ଡି,୨୭।୭(ଗିରିଧାରୀ ପରିଛା): ବହୁଚର୍ଚ୍ଚିତ ଏସିଏଫ ସୋମ୍ୟରଞ୍ଜନ ମହାପାତ୍ରଙ୍କ ସନ୍ଦେହଜନକ ମୃମାମଲାରେ ତତ୍କାଳୀନ ଗଜପତି ଡିଏଫଓ ସଂଗ୍ରାମ କେଶରୀ ବେହେରା ସୋମବାର ପାରଳାଖେମୁଣ୍ଡି ଏସଡିଜେଏମ୍‌ଙ୍କ(SDJM) ଅଦାଲତରେ ଆତ୍ମସମର୍ପଣ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri