ଠେଲାଗାଡ଼ିରେ ଗଲେ ଡାକ୍ତରଖାନା

ଧର୍ମଶାଳା,୨୩ା୩(ଡି.ଏନ.ଏ.): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ୧୬ନଂ. ଜାତୀୟ ରାଜପଥର ଜାରକା ନିକଟରେ ବୁଧବାର ଏକ ଅଜଣା ଗାଡ଼ି ଧକ୍କାରେ ଗୁରୁତର ହୋଇଥିବା ମହିଳାଙ୍କୁ ନେବାକୁ ଆସିଲାନି ୧୦୮ ଆମ୍ବୁଲାନ୍ସ। ଶେଷରେ ଗୁରୁତର ମହିଳାଙ୍କୁ ଏକ ଠେଲାଗାଡ଼ିରେ ପରିବାର ଲୋକେ ଧର୍ମଶାଳା ଡାକ୍ତରଖାନା ନେଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏହି ଘଟଣା ଧର୍ମଶାଳା ଅଞ୍ଚଳରେ ଆଲୋଡ଼ନ ସୃଷ୍ଟି କରିଛି।
ସୂଚନା ମୁତାବକ, ଜାତୀୟ ରାଜପଥ ପାର୍ଶ୍ୱରେ ଏକ ଭଡ଼ାଘରେ ଅରଣ୍ୟ ଗୁଇଁ ନିଜ ପରିବାର ସହ ରହି ସୋଲାମଟର ବ୍ୟବସାୟ କରି ପରିବାର ପ୍ରତିପୋଷଣ କରନ୍ତି। ଭୋର ସମୟରେ ଅରଣ୍ୟଙ୍କ ସ୍ତ୍ରୀ ଗେଡ଼ି ଗୁଇଁ (୪୮) ବାହାରକୁ ଶୌଚ ହେବାକୁ ଯାଇ ରାସ୍ତା ପାର ହେଉଥିବା ବେଳେ ଏକ ଅଜଣା ଗାଡ଼ି ତାଙ୍କୁ ଧକ୍କା ଦେଇଥିଲା। ଫଳରେ ସେ ସେଠାରେ ଗୁରୁତର ହୋଇଥିଲେ। ପରିବାର ଲୋକେ ତାଙ୍କୁ ଡାକ୍ତରଖାନା ନେବା ପାଇଁ ୧୦୮ ଆମ୍ବୁଲାନ୍ସକୁ ଫୋନ କରିଥିଲେ। ହେଲେ ଆମ୍ବୁଲାନ୍ସ ଆସି ନ ଥିଲା। ଦୁର୍ଘଟଣା ପରେ ତୁରନ୍ତ ୧୦୮ ଆମ୍ବୁଲାନ୍ସ ଆସିଥିଲେ ହୁଏତ ଗେଡ଼ିଙ୍କ ଜୀବନ ବଞ୍ଚତ୍ୟାଇପାରିଥାନ୍ତା ବୋଲି ପରିବାର ଲୋକେ କହିଛନ୍ତି। ଏନେଇ ଧର୍ମଶାଳା ଥାନାରେ ଗେଡ଼ିଙ୍କ ପରିବାର ପକ୍ଷରୁ ଅଭିଯୋଗ ହେବା ପରେ ପୋଲିସ ଏକ ମାମଲା ରୁଜୁ କରିବା ସହ ମୃତଦେହ ଜବତ କରି ବ୍ୟବଚ୍ଛେଦ ଲଗି ବଡ଼ଚଣା ମେଡିକଲ ପଠାଇ ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜକୁ ନେଇ ଆସିଲା ଭଲ ଖବର: ଇରାନ-ଓମାନ ମଧ୍ୟରେ ଚୁକ୍ତି ଚୂଡ଼ାନ୍ତ

ତେହରାନ,୧୬।୮: ଇରାନ ଏବଂ ଓମାନ ମଧ୍ୟରେ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଚାଲିଥିବା ଚୁକ୍ତିକୁ ନେଇ ସକାରାତ୍ମକ ଖବର ଆସିଛି। ରିପୋର୍ଟଗୁଡ଼ିକ ସୂଚାଇଛି ଯେ ଏହି ରଣନୈତିକ ଜଳପଥ…

ନିଜ ନକ୍ଷତ୍ରରେ ପ୍ରବେଶ କରିବେ ବୁଧ; ୪ ରାଶିଙ୍କ ଗୋଲ୍ଡେନ୍‌ ଟାଇମ୍‌ ଆରମ୍ଭ, ଯାଚିକି ଟଙ୍କା ଦେବେ ଲୋକ…

ଗ୍ରହଗୁଡ଼ିକର ଚଳନ ଏବଂ ଅବସ୍ଥାନରେ ପରିବର୍ତ୍ତନ ଯୋଗୁଁ ବିଭିନ୍ନ ରାଶିର ବ୍ୟକ୍ତିବିଶେଷଙ୍କ ଜୀବନରେ ପ୍ରଭାବ ପଡ଼ିଥାଏ। ଏବେ ବୁଧ ୨୨ ଅଗଷ୍ଟ ପର୍ଯ୍ୟନ୍ତ ଏହି ନକ୍ଷତ୍ରରେ ରହିବେ।…

ଦବିଲା ୫୩ ନମ୍ବର ଜାତୀୟ ରାଜପଥ: ଓଲଟିଲା ୩ ଟ୍ରକ୍‌, ନିମ୍ନମାନର ନିର୍ମାଣ ନେଇ…

ମହାକାଳପଡ଼ା, ୧୬/୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ୍‌ ଅଧୀନ ନୀଳାଚଳ ଛକ ନିକଟରେ ୫୩ ନମ୍ବର ଜାତୀୟ ରାଜପଥର ପାର୍ଶ୍ୱ ରାସ୍ତା ଭୁଶୁଡ଼ି…

ଅଟଳ ବିହାରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି – କହିଲେ ‘ଦେଶକୁ ଏକ ନୂତନ ଦିଗଦର୍ଶନ ଦେଇଥିଲେ’

ନୂଆଦିଲ୍ଲୀ,୧୬।୮: ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ଦେଶ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପରାଷ୍ଟ୍ରପତି…

ଭଦ୍ରକରେ ପୁଣି ବନ୍ୟା: ବିପଦ ସଙ୍କେତ ଟପିଲା ବୈତରଣୀ, ସଙ୍କେତ ଛୁଇଁବ ସାଳନ୍ଦୀ

ଭଦ୍ରକ, ୧୬/୮ (ସନାତନ ରାଉତ): ଭଦ୍ରକ ଜିଲାକୁ ବନ୍ୟାରେ ପ୍ରଭାବିତ କରୁଥିବା ଦୁଇ ପ୍ରମୁଖ ନଦୀ ବୈତରଣୀ ଓ ସାଳନ୍ଦୀରେ ରବିବାର ପୁଣି ବନ୍ୟା ପରିସ୍ଥିତି ସୃଷ୍ଟି…

ରାଷ୍ଟ୍ରପତି କଲେ ଅନୁମୋଦନ: କଳାହାଣ୍ଡି ପୁଅ ପାଇବେ ବୀରତ୍ବ ସେନାପଦକ

ଭବାନୀପାଟଣା,୧୬।୮(ଉତ୍ତମ କୁମାର ଦାଶ): ସ୍ୱାଧୀନତା ଦିବସ ପୂର୍ବ ସଂନ୍ଧ୍ୟାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପ୍ରତିରକ୍ଷା ବାହିନୀ ଏବଂ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବାହିନୀର କର୍ମଚାରୀମାନଙ୍କୁ ୧୩ ଟି…

ସରକାରୀ କାର୍ଯ୍ୟାଳୟରେ ଯନ୍ତ୍ରୀ ଉଡ଼ାଇଲେ ଓଲଟା ଜାତୀୟ ପତାକା: ପ୍ରଶାସନ ପଦକ୍ଷେପକୁ ଅପେକ୍ଷା

ମହାକାଳପଡ଼ା, ୧୬।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ଥିବା ମହାକାଳପଡ଼ା ଗ୍ରାମ୍ୟ ଉନ୍ନୟନ ଉପଖଣ୍ଡ ସ୍ତରୀୟ ସହକାରୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ…

ରେଳବାଇରେ ସରକାରୀ ଚାକିରି ସୁଯୋଗ: ୩୯୯୩ JE ପଦବୀ ପାଇଁ ଆବେଦନ ଆରମ୍ଭ

ନୂଆଦିଲ୍ଲୀ,୧୬।୮: ରେଳବାଇରେ ସରକାରୀ ଚାକିରି ପାଇବାର ସ୍ୱପ୍ନ ଦେଖୁଥିବା ପରୀକ୍ଷାର୍ଥୀଙ୍କ ପାଇଁ ଖୁସିଖବର। ଆରଆରବି (RRB)ର ଜୁନିୟର ଇଞ୍ଜିନିୟର (JE) ନିଯୁକ୍ତି ପାଇଁ ଅନଲାଇନ୍ ଆବେଦନ ପ୍ରକ୍ରିୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri