ଶୁଟିଂ ସେଟ୍‌ରେ କଥା ହେଉ ନ ଥିଲେ ଅଭିନେତ୍ରୀ ଅଭିନେତା, ତଥାପି ସୁପରହିଟ୍‌ ହୋଇଥିଲା ଏହି ଫିଲ୍ମ

ମୁମ୍ବାଇ: ବଲିଉଡ୍‌ର ୩ ଖାଁ ଏକା ସାଥୀରେ କାମ କରି ଗୋଟିଏ ପରେ ଗୋଟିଏ ହିଟ୍‌ ଫିଲ୍ମ ଦର୍ଶକଙ୍କୁ ଭେଟି ଦେଇଛନ୍ତି। ଏହି ୩ ଖାଁ ହେଲେ ଶାହାରୁଖ୍‌, ସଲମାନ୍‌ ଏବଂ ଅମୀର। ଆଜି ଫିଲ୍ମ ‘ଅନ୍ଦାଜ ଅପ୍‌ନା ଅପ୍‌ନା’ସହିତ ଜଡ଼ିତ ଏକ କଥା କହିବୁ, ଯାହା ଜାଣିଲେ ଚକିତ ହେବେ। ଏହି ଫିଲ୍ମରେ ଅମୀର ଏବଂ ସଲମାନ୍‌ ଏକାଠି କାମ କରିଥିଲେ। ଏଥିରେ ଅମୀର, ସଲମାନଙ୍କ ବ୍ୟତୀତ କରିସ୍ମା କପୁର ଏବଂ ରବୀନା ଟଣ୍ଡନ ମୁଖ୍ୟ ଭୂମିକାରେ ଥିଲେ। ଏକ ସାକ୍ଷାତକାରରେ ରବୀନା କହିଛନ୍ତି, ଫିଲ୍ମ ଶୁଟିଂ ସମୟରେ ଅମୀର ଏବଂ ସଲମାନ୍‌ ଦୁହେଁ ଦୁହିଁଙ୍କ ସହ କଥା ହେଉ ନ ଥିଲେ। ଏପରିକି ସେ ଏବଂ କରିସ୍ମା ମଧ୍ୟ ପରସ୍ପର ମଧ୍ୟରେ କଥା ହେଉ ନ ଥିଲେ। ରବୀନା କୁହନ୍ତି, ଏହି ଫିଲ୍ମ ଶୁଟିଂ ସମୟରେ ଯେତିକି ମଜା ହୋଇଥିଲା, ସେତିକି ସମସ୍ୟା ବି ଉପୁଜିଥିଲା। ଶୁଟିଂ ସେଟ୍‌ରେ କେହି କାହା ସହ କଥା ହେଉ ନ ଥିଲୁ। ସମସ୍ତଙ୍କ ଭିତରେ ଝଗଡ଼ା ଚାଲିଥିଲା। ଖାଲି ଏତିକି ନୁହେଁ, ଫିଲ୍ମର କ୍ଲାଇମେକ୍ସ ସିନ୍‌ ଶୁଟିଂ ସମୟରେ ଏକ ଖୁଣ୍ଟରେ ଦୁଇ ଅଭିନେତ୍ରୀଙ୍କୁ ବାନ୍ଧି ଦେଇଥିଲେ ରାଜ୍‌ ଜୀ। ତାଙ୍କୁ ଧମକ ବି ଦିଆଯାଇଥିଲା ଯେପର୍ଯ୍ୟନ୍ତ ଦୁଇଜଣ କଥା ନ ହେବେ ସେତେବେଳ ଯାଏ ତାଙ୍କୁ ଖୋଲାଯିବ ନାହିଁ। ଯେତିକି ସିନ୍‌ ଥାଏ ସେତିକି କଥା ପରେ ବନ୍ଦ। କିନ୍ତୁ ଏହି ଫିଲ୍ମ କେମିତି ହେଲା ତାହା ଆମକୁ ଜଣା ନ ଥିଲା। ଫିଲ୍ମଟି ରିଲିଜ୍‌ ପରେ ଏତେ ହିଟ୍‌ ହୋଇଥିଲା ସମସ୍ତେ ଆମକୁ ଭଲ ଅଭିନେତ୍ରୀ ଅଭିନେତା ଭାବେ ଗ୍ରହଣ କରିନେଇଥିଲେ। ଆଉ ଏକ ଖାସ୍‌ କଥା ହେଲା, ରବୀନା ଏହି ଫିଲ୍ମ ଆଜିପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଦେଖି ନାହାନ୍ତି। ଭାଗ ଭାଗ କରି ଦେଖିଛନ୍ତି। ଯାହା ଶୁଣି ଦର୍ଶକ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri