Posted inଜାତୀୟ

‘ବିବାହ ପୂର୍ବରୁ କାହାକୁ ବି ବିଶ୍ୱାସ କରନ୍ତୁ ନାହିଁ’: ଶାରୀରିକ ସମ୍ପର୍କକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ଚେତାବନୀ

ନୂଆଦିଲ୍ଲୀ,୧୬।୨: ଭାରତରେ ବିବାହ ପୂର୍ବରୁ ଶାରୀରିକ ସମ୍ପର୍କ ରଖିବା ଏବଂ ପରେ ବିବାହ ପ୍ରତିଶ୍ରୁତି ଭାଙ୍ଗିବା ଅଭିଯୋଗ ସାଧାରଣ ହୋଇଗଲାଣି। ଏହି ପ୍ରସଙ୍ଗରେ ସୋମବାର ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ମୌଖିକ ଟିପ୍ପଣୀ ଦେଇଛନ୍ତି। ଏକ ବଳାତ୍କାର ମାମଲାର ଜାମିନ ଆବେଦନ ଶୁଣାଣି ସମୟରେ ଜଷ୍ଟିସ୍ ବିଭି ନାଗରତ୍ନ ଏବଂ ଜଷ୍ଟିସ୍ ଉଜ୍ଜଲ ଭୁୟାଁଙ୍କ ଖଣ୍ଡପୀଠ କହିଛନ୍ତି ଯେ, ‘ବିବାହ ପୂର୍ବରୁ ପୁଅ ଓ ଝିଅ ପରସ୍ପର ପାଇଁ ଅଜଣା ହୋଇଥିବାରୁ ଏଭଳି ସମ୍ପର୍କ ରଖିବା ପୂର୍ବରୁ ଯଥେଷ୍ଟ ସତର୍କତା ଅବଲମ୍ବନ କରିବା ଉଚିତ୍’।

ରିପୋର୍ଟ ଅନୁଯାୟୀ ପୀଡ଼ିତା ଓ ଅଭିଯୁକ୍ତ ୨୦୨୨ ରେ ଏକ ମ୍ୟାଟ୍ରିମୋନିଆଲ୍ ସାଇଟ୍ ଜରିଆରେ ସମ୍ପର୍କରେ ଆସିଥିଲେ। ଅଭିଯୁକ୍ତ ଜଣକ ବିବାହର, ସେ ମିଥ୍ୟା ପ୍ରତିଶ୍ରୁତି ଦେଇ ଦିଲ୍ଲୀ ଏବଂ ଦୁବାଇରେ ପୀଡ଼ିତାଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ। ଏପରିକି ସମ୍ମତି ବିନା ଅଶ୍ଳୀଳ ଭିଡିଓ ମଧ୍ୟ ରେକର୍ଡ କରିଥିଲେ। ପରେ ଜଣାପଡ଼ିଥିଲା ଯେ ଅଭିଯୁକ୍ତ ଜଣକ ପୂର୍ବରୁ ବିବାହିତ ଥିଲେ ଏବଂ ୨୦୨୪ ଜାନୁଆରୀରେ ପଞ୍ଜାବରେ ଅନ୍ୟ ଜଣେ ମହିଳାଙ୍କୁ ଦ୍ୱିତୀୟ ବିବାହ କରିଥିଲେ।

ଶୁଣାଣି ସମୟରେ ଖଣ୍ଡପୀଠ ପ୍ରଶ୍ନ କରିଥିଲେ ଯେ, ଯଦି ବିବାହ ହୋଇନଥିଲା ତେବେ ମହିଳା ଜଣକ ଦୁବାଇ କାହିଁକି ଯାଇଥିଲେ? ଜଷ୍ଟିସ୍ ନାଗରତ୍ନ କହିଥିଲେ, “ବୋଧହୁଏ ଆମେ ପୁରୁଣା ଚିନ୍ତାଧାରାର, କିନ୍ତୁ ବିବାହ ପୂର୍ବରୁ ଜଣେ ପୁଅ ଏବଂ ଝିଅ ଅଜଣା ହୋଇଥାନ୍ତି। ସେମାନଙ୍କ ସମ୍ପର୍କ ଯେତେ ନିବିଡ଼ ହୋଇଥିଲେ ମଧ୍ୟ ବିବାହ ପୂର୍ବରୁ ସେମାନେ କିପରି ଶାରୀରିକ ସମ୍ପର୍କ ରଖୁଛନ୍ତି, ତାହା ଆମେ ବୁଝିପାରୁନାହୁଁ। ବିବାହ ପୂର୍ବରୁ କାହାକୁ ବି ଅନ୍ଧଭାବେ ବିଶ୍ୱାସ କରିବା ଉଚିତ୍ ନୁହେଁ।”

ସର୍ବୋଚ୍ଚ ଅଦାଲତ କହିଛନ୍ତି ଯେ, ଯଦି ସମ୍ପର୍କ ସହମତି ଭିତ୍ତିକ ହୋଇଥାଏ, ତେବେ ଏହା କେବଳ ମାମଲା ଚଲାଇ ଦଣ୍ଡ ଦେବାର ବିଷୟ ନୁହେଁ। ଏହି ମାମଲାକୁ ସମାଧାନ ପାଇଁ ମଧ୍ୟସ୍ଥତା କେନ୍ଦ୍ରକୁ ପଠାଯାଇପାରେ। ମାମଲାର ପରବର୍ତ୍ତୀ ଶୁଣାଣି ଆସନ୍ତା ବୁଧବାର ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?