ଆଫ୍ରିକାବାସୀଙ୍କୁ ଡରାଇଲାଣି ଇବୋଲା

କୋନାକ୍ରି,୧୬ ।୨: କରୋନା ମହାମାରୀ ଭିତରେ ପଶ୍ଚିମ ଆଫ୍ରିକା ଦେଶ ଗିନିରେ ୫ ବର୍ଷ ପରେ ପୁଣିଥରେ ଇବୋଲା ବ୍ୟାପିବା ଆରମ୍ଭ କରିଛି । ଏବେ ପର୍ଯ୍ୟନ୍ତ ଏଥିରେ ୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୪ ଜଣ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି । ଏହି ସଂକ୍ରମଣକୁ ଦେଖି ଗିନି ସରକାର ଏହାକୁ ମହାମାରୀ ଘୋଷଣା କରିଛନ୍ତି । ସୂଚନାଯୋଗ୍ୟ, ଗୋଉଇକେରେ ଏକ ଅନ୍ତିମ ସଂସ୍କାର କାର୍ଯ୍ୟକ୍ରମରେ ଯୋଗଦେବା ପରେ ୭ଜଣ ଲୋକଙ୍କ ନିକଟରେ ଡାଇରିଆ, ବାନ୍ତି, ରକ୍ତ ପଡିବା ଭଳି ଲକ୍ଷଣ ଦେଖାଯାଇଥିଲା । ଏହାପରେ ସେଠାକାର ଅଞ୍ଚଳରେ ଇବୋଲା ବ୍ୟାପିଥିବା ଜଣା ପଡିଥିଲା । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ସୂଚନା ମୁତାବିକ ଏବେ ସମସ୍ତ ସଂକ୍ରମିତଙ୍କ ଚିକିତ୍ସା ଚାଲିଛି । ଗିନିରେ ୨୦୧୩-୨୦୧୬ ମଧ୍ୟରେ ଇବୋଲା ବ୍ୟାପିଥିଲା । ଏବେ ପର୍ଯ୍ୟନ୍ତ ଏହି ମହାମାରୀରେ ପଶ୍ଚିମ ଆଫ୍ରିକାରେ ୧୧,୩୦୦ଲୋକଙ୍କ ମୃତୁ ହୋଇଥିବା କୁହାଯାଏ ।


Enter your email to get our daily news in your inbox.

All Right Reserved By Dharitri.Com

୭୦% ଚାଷୀଙ୍କୁ ମିଳୁନି କେସିସି ଋଣ

ଭୁବନେଶ୍ୱର,୨୭।୧୨(ରବିନାରାୟଣ ଜେନା): ରାଜ୍ୟରେ ଚାଷୀଙ୍କ ବିକାଶ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ବହୁବିଧ ଯୋଜନା କାର୍ଯ୍ୟକାରୀ କରାଯାଉଛି। ଏହାକୁ ତୃଣମୂଳସ୍ତରରେ କାର୍ଯ୍ୟକାରୀ କରିବା...

ପହିଲାରୁ ୩ ଡିଗ୍ରୀ ବଢ଼ିବ ତାପମାତ୍ରା

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ରାଜ୍ୟରେ ପ୍ରବଳ ଶୀତ ସହ କୁହୁଡ଼ି ପ୍ରଭାବରେ ଜନଜୀବନ ଅସ୍ତବ୍ୟସ୍ତ ହେବାରେ ଲାଗିଛି। ୩୧ ତାରିଖ ପର୍ଯ୍ୟନ୍ତ ଏଭଳି ସ୍ଥିତି ଲାଗି ରହିବ।...

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri