ଦିନକ ଭିତରେ ଆଣ୍ଠୁମାଡ଼ିଲା ବାଂଲାଦେଶ: ଭାରତଠାରୁ ମାଗିଲା…

ନୂଆଦିଲ୍ଲୀ, ୭।୮: ବାଂଲାଦେଶ-ଭାରତ ଫ୍ରେଣ୍ଡଶିପ ପାଇପଲାଇନ ମାଧ୍ୟମରେ ଭାରତରୁ ବାଂଲାଦେଶକୁ ପ୍ରାୟ ୫,୦୦୦ ମେଟ୍ରିକ ଟନ ଡିଜେଲ ପଠାଯାଉଛି। ପଶ୍ଚିମ ଏସିଆରେ ବଢ଼ୁଥିବା ଉତ୍ତେଜନା ଯୋଗୁ ବିଶ୍ୱବ୍ୟାପୀ ଇନ୍ଧନ ଯୋଗାଣ ପ୍ରଭାବିତ ହୋଇଥିବାବେଳେ ବାଂଲାଦେଶରେ ମଧ୍ୟ ଇନ୍ଧନ ଅଭାବ ଦେଖାଦେଇଛି।

ବାଂଲାଦେଶ ପେଟ୍ରୋଲିୟମ କର୍ପୋରେସନ (BPC)ର ଅଧିକାରୀମାନେ କହିଛନ୍ତି ଯେ, ଗତକାଲି ଅପରାହ୍ନ ୩ଟା ୨୦ ମିନିଟ ସମୟରେ ଆସାମର ନୁମାଲିଗଡ଼ ରିଫାଇନେରୀ ଲିମିଟେଡରୁ ଡିଜେଲ ପମ୍ପିଂ ଆରମ୍ଭ ହୋଇଥିଲା। ଏହି ଡିଜେଲ ପ୍ରାୟ ୪୪ ଘଣ୍ଟା ମଧ୍ୟରେ ଦିନାଜପୁରର ପାର୍ବତୀପୁର ଡିପୋରେ ପହଞ୍ଚିବ ବୋଲି ଆଶା କରାଯାଉଛି।

BPCର କମର୍ସ ଏବଂ ଅପରେସନ୍ସ ବିଭାଗର ଜେନେରାଲ ମ୍ୟାନେଜର ମହମ୍ମଦ ମୋର୍ଶେଦ ହୁସେନ ଆଜାଦ କହିଛନ୍ତି ଯେ, ପ୍ରତି ଘଣ୍ଟାରେ ପ୍ରାୟ ୧୧୩ ମେଟ୍ରିକ ଟନ ଡିଜେଲ ପମ୍ପ କରାଯାଉଛି ଏବଂ ସମ୍ପୂର୍ଣ୍ଣ ଖେପ ଆସନ୍ତାକାଲି ସନ୍ଧ୍ୟା ସୁଦ୍ଧା ପହଞ୍ଚିବ ବୋଲି ଆଶା ରହିଛି।

୧୩୧ କିଲୋମିଟର ଲମ୍ବା ଏହି ସୀମାପାର ଫ୍ରେଣ୍ଡଶିପ ପାଇପଲାଇନ ଭାରତର ସିଲିଗୁଡ଼ି ମାର୍କେଟିଂ ଟର୍ମିନାଲକୁ ଉତ୍ତର ବାଂଲାଦେଶର ପାର୍ବତୀପୁର ଡିପୋ ସହ ସଂଯୋଗ କରିଛି। ଇନ୍ଧନ ପରିବହନକୁ ଅଧିକ ଦ୍ରୁତ ଏବଂ କମ ଖର୍ଚ୍ଚସାପେକ୍ଷ କରିବା ଉଦ୍ଦେଶ୍ୟରେ ୨୦୨୩ରେ ଏହି ପାଇପଲାଇନରେ ଔପଚାରିକ ଉଦ୍ଘାଟନ କରାଯାଇଥିଲା।

 

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଓପନିଂ କରିବେ ସଞ୍ଜୁ? ବୋଲରଙ୍କ ମୁଣ୍ଡବିନ୍ଧାର କାରଣ ସାଜିବେ ଏହି ଯୋଡ଼ି

ନୂଆଦିଲ୍ଲୀ,୪।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ ଶେଷ ହେବା ପରେ ଏବେ ପୁଣି ଥରେ ଟି-୨୦ ଫର୍ମାଟ୍‌ରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଦଳ। ଏହି…

୨୦୨୯ରେ ବିଜୟ ହେବେ PM ପ୍ରାର୍ଥୀ? TVK ଦଳର ବଡ଼ ଦାବି, କଂଗ୍ରେସ ଶିବିରରେ ହଇଚଇ!

ଚେନ୍ନାଇ,୪।୯: ୨୦୨୯ ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ପଦ ଲାଗି ପ୍ରାର୍ଥୀ ଚୟନକୁ ନେଇ ତାମିଲନାଡୁର ଶାସକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’ (TVK) ଏବଂ ସହଯୋଗୀ ଦଳ…

ଚାକିରି ଦେବା ନାଁରେ ଠକେଇ: ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଗିରଫ

ଛତ୍ରପୁର,୪।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଯୁବପିଢ଼ିଙ୍କୁ ଚାକିରି କରାଇ ଦେବା ନାଁରେ ଠକେଇ ଅଭିଯୋଗରେ ଛତ୍ରପୁର ଥାନା ପୋଲିସ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଜଣଙ୍କୁ ଗିରଫ କରିଛି।…

ପ୍ରଥମ ଥର ଭାରତ-ଜାପାନ ଖେଳିବେ ଟି୨୦ମ୍ୟାଚ

ନୂଆଦିଲ୍ଲୀ, ୪ା୯: ଏସିଆନ ଗେମ୍ସ ପୂର୍ବରୁ ସେପ୍ଟେମ୍ବର ୨୨ରେ ଭାରତୀୟ ପୁରୁଷ କ୍ରିକେଟ ଦଳ ଜାପାନ ବିପକ୍ଷରେ ପ୍ରଥମ ଥର ଏକ ଅନ୍ତର୍ଜାତୀୟ ଟି୨୦ ମ୍ୟାଚ ଖେଳିବ।…

ଓଡ଼ିଶା ପାଇଁ ଗୌରବ: ଆଡ଼ଭାନ୍ସ ମାଉଣ୍ଟେନିୟରିଂ ପ୍ରଶିକ୍ଷଣ ପାଇଁ କାଶ୍ମୀର ଯିବେ ବରଗଡ଼ର ଆଶୀର୍ବାଦ ମହାପାତ୍ର

ବରଗଡ଼, ୪।୯(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ଜଣାଶୁଣା ଆନ୍ତର୍ଜାତୀୟ ପର୍ବତାରୋହୀ ତଥା ବରଗଡ଼ ଜିଲା ଅତାବିରା ବ୍ଲକ୍ ଅନ୍ତର୍ଗତ କୁଲିତାଟୁକୁରା ଗ୍ରାମର ବାସିନ୍ଦା ଆଶୀର୍ବାଦ ମହାପାତ୍ର ଆଡ଼ଭାନ୍ସ ମାଉଣ୍ଟେନିୟରିଂ…

ଖିମଜୀ ଦୟାଭାଇ କୋ.ଗ୍ରୁପ୍‌ ପାଳନ କରୁଛି ୯୦ ବର୍ଷର ବିଶ୍ୱାସ, କାରିଗରୀ ଓ ସଫଳତା

ଭୁବନେଶ୍ୱର: ଓଡ଼ିଶାର ଐତିହ୍ୟବାହୀ ଜୁଏଲେରୀ ବ୍ରାଣ୍ଡ ଖିମଜୀ ଦୟାଭାଇ କୋ. ଗ୍ରୁପ ଗର୍ବର ସହ ନିଜର ୯୦ ବର୍ଷର ଯାତ୍ରା ପାଳନ କରୁଛି। ୧୯୩୬ ଅଗଷ୍ଟରୁ ଆରମ୍ଭ…

ଏବେ କିଣିନିଅନ୍ତୁ ସୁନା, ବଢିବ ସୁନାଦର; ଏକ୍ସପର୍ଟ କହିଦେଲେ କେବେ…

ନୂଆଦିଲ୍ଲୀ,୪।୯: ପାର୍ୱଣ ଏବଂ ବିବାହ ଋତୁ ପାଇଁ ପ୍ରସ୍ତୁତି ଚଳାଇଥିବା ଲୋକଙ୍କ ନିମନ୍ତେ ସେପ୍ଟେମ୍ୱର ମାସଟି ବେଶ ଗୁରୁତ୍ୱପୂର୍ଣ୍ଣ ସାବ୍ୟସ୍ତ ହୋଇପାରେ। ସମ୍ପ୍ରତି ସୁନା ଦରରେ କିଛିଟା…

ସ୍କୁଟି-ଆମ୍ବୁଲାନ୍ସ ମୁହାଁମୁହିଁ ଧକ୍କା: ଚାଲିଗଲା ଶିକ୍ଷକଙ୍କ ଜୀବନ

ମାଲକାନଗିରି,୪।୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ମାଥିଲି ବ୍ଲକ୍‌ ଅଞ୍ଚଳରେ ଏକ ସ୍କୁଟି ଓ ଆମ୍ବୁଲାନ୍ସ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଜଣେ ଶିକ୍ଷକଙ୍କ ମୃତ୍ୟୁ ଘଟିଛିା। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri