Posted inଜାତୀୟ

ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ 2026: ସନ୍ଧ୍ୟା ୫ଟା ସୁଦ୍ଧା ୯୦% ମତଦାନ

କୋଲକାତା,୨୩।୪: 2026 ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୁଣି ଥରେ ଦେଶର ଦୃଷ୍ଟି ଆକର୍ଷଣ କରିଛି। ନିର୍ବାଚନ ବେଳେ ବିଭିନ୍ନ ସ୍ଥାନରେ ହିଂସା, ବୋମାମାଡ଼, ସଂଘର୍ଷ ଖବର ଆସିଥିବା ବେଳେ ସନ୍ଧ୍ୟା ୫ଟା ସୁଦ୍ଧା ପ୍ରାୟ ୯୦ ପ୍ରତିଶତ ମତଦାନ ହୋଇଥିବା ନିର୍ବାଚନ କମିଶନଙ୍କ ତଥ୍ୟ ଅନୁସାରେ ସୂଚନା ମିଳିଛି। ଅନ୍ୟପକ୍ଷେ ପଶ୍ଚିମବଙ୍ଗରେ ଏଥର ଐତିହାସିକ ୯୫ ପ୍ରତିଶତ ମତଦାନରେ ପହଞ୍ଚିପାରେ ବୋଲି ରାଜନୈତିକ ବିଶେଷଜ୍ଞ ଆକଳନ କରିଛନ୍ତି।

ମତଦାନ ଆରମ୍ଭରୁ ବିଭିନ୍ନ ପୋଲିଂ ବୁଥରେ ଭୋଟ ଦେବାଲାଗି ଲୋକଙ୍କ ଲମ୍ବା ଧାଡ଼ି ଦେଖିବାକୁ ମିଳିଥିଲା। ଗ୍ରାମାଞ୍ଚଳରୁ ସହରାଞ୍ଚଳ ସବୁଠି ମହିଳା, ବୟସ୍କ ଏବଂ ଯୁବକମାନେ ବହୁ ସଂଖ୍ୟାରେ ମତଦାନ କେନ୍ଦ୍ରକୁ ଆସିଥିଲେ। ମାଳତୀପୁରର ଏକ ମତଦାନ କେନ୍ଦ୍ରରେ ଜଣେ ମହିଳା ମତଦାତାଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଏହି ଦୁଃଖଦ ଘଟଣା ସତ୍ତ୍ୱେ ଭୋଟ ଦେବାକୁ ଜନସାଧାରଣଙ୍କ ଉତ୍ସାହକୁ ହ୍ରାସ ପାଇ ନ ଥିବା ଦେଖିବାକୁ ମିଳିଛି।

ସୂଚନା ଯୋଗ୍ୟ, ଅପରାହ୍ନ ୩ଟା ସୁଦ୍ଧା ମତଦାନ ୭୮.୭୭ ପ୍ରତିଶତ ଅତିକ୍ରମ କରିବା ମାତ୍ରେ ସ୍ପଷ୍ଟ ହୋଇଥିଲା ଯେ, ଏଥର ମତଦାନ ଏକ ରେକର୍ଡ ହେବାର ସମ୍ଭାବନା ରହଇଛି। ସନ୍ଧ୍ୟା ସୁଦ୍ଧା, ଏହି ସଂଖ୍ୟା ୮୯.୨୪ ପ୍ରତିଶତରେ ପହଞ୍ଚି ଥିବା ବେଳେ ଯାହା ନିର୍ବାଚନ ସମୀକରଣକୁ ଆହୁରି ଆକର୍ଷଣୀୟ କରିଦେଇଛି।

ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟରେ ୧୫୨ଟି ଆସନ ପାଇଁ ମୋଟ ୧୪୭୮ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ରାଜ୍ୟର ୩ କୋଟି ୬୦ ଲକ୍ଷ ଭୋଟର ମତଦାନ ଦେବେ। ଭାଜପା ସମସ୍ତ ୧୫୨ଟି ଆସନରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ବେଳେ ଟିଏମ୍‌ସି ୧୪୮ଟି ଆସନରେ ପ୍ରତିଦ୍ୱନ୍ଦ୍ୱିତା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ହାରିଲା ପାକିସ୍ତାନ, ତଥାପି ଇସଲାମାବାଦରେ କାହିଁକି ଉତ୍ସବର ମାହୋଲ! ଭାଇରାଲ୍ ଭିଡିଓକୁ ନେଇ ଚର୍ଚ୍ଚା

ଇସଲାମାବାଦ,୧୫।୯: ଇଂଲଣ୍ଡ ଗସ୍ତରେ ପରାଜିତ ହୋଇ ଫେରିଥିବା ପାକିସ୍ତାନ ଦଳକୁ ଚାରିଆଡୁ କଡ଼ା ସମାଲୋଚନା କରାଯାଉଛି। କିନ୍ତୁ ଏହି ନିରାଶାଜନକ ପ୍ରଦର୍ଶନ ମଧ୍ୟରେ ଦଳର ୨୧ ବର୍ଷୀୟ…

ଶନିଙ୍କ ନଜରରେ ୬ ରାଶି! ୨୦୨୭ ପୂର୍ବରୁ ବଦଳିବ ଭାଗ୍ୟ, ଧନଲାଭ ଯୋଗକୁ ମିଳିବ ବଡ଼ ଚାକିରିର ସୁଯୋଗ

ଜ୍ୟୋତିଷ ଶାସ୍ତ୍ରରେ ଶନିଦେବଙ୍କ ଚଳନର ଏକ ବିଶେଷ ମହତ୍ତ୍ୱ ରହିଛି। ଶନି ସମସ୍ତ ଗ୍ରହଙ୍କ ମଧ୍ୟରେ ସବୁଠାରୁ ମନ୍ଥର ଗତିରେ ଚଳନ କରୁଥିବା ଗ୍ରହ ଏବଂ ସେ…

ଯୌତୁକ ନିର୍ଯ୍ୟାତନା ପରେ ସ୍ତ୍ରୀ ବାପ ଘରେ, ଏବେ ଅନ୍ୟ ଯୁବତୀଙ୍କୁ ନେଇ ସ୍ୱାମୀ ଫେରାର, ଥାନାରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ସାନଖେମୁଣ୍ଡି ବ୍ଲକ୍ ଡେଙ୍ଗାଓସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଅଧିକ ଯୌତୁକ ପାଇଁ…

ଆଇସିସି ମହିଳା ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ: ପ୍ରଥମ, ଦ୍ୱିତୀୟ ସ୍ଥାନରେ ଭାରତୀୟ ଖେଳାଳି, ଜାଣନ୍ତୁ…

ତାଲିକାରେ ଦୁବାଇ, ୧୫ା୯: ଭାରତ ସ୍ପିନର ଶ୍ରୀ ଚରଣୀ କ୍ୟାରିୟର ଶ୍ରେଷ୍ଠ ରେଟିଂ ପଏଣ୍ଟ ସହ ସଦ୍ୟ ପ୍ରକାଶିତ ଆଇସିସି ମହିଳା ଅନ୍ତର୍ଜାତୀୟ ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ…

ସେପ୍ଟେମ୍ୱର ୧୬ ସକାଳ ୯ଟାରେ ୫ ରାଶିଙ୍କ ଖୋଲିବ ଭାଗ୍ୟ; ପାଇବେ ପ୍ରଚୁର ଧନ, ଚାକିରିରେ ବଡ଼ ଅଫର୍‌

୧୬ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ ଶୁକ୍ଳ ପକ୍ଷର ପଞ୍ଚମୀ ତିଥି ଏବଂ ବୁଧବାର। ଏହା ସହିତ ଏହା ଦ୍ୱିତୀୟ ଚାତୁର୍ମାସ୍ୟର ୨୪ତମ ଦିନ। ଏହି…

ରାତି ଗୋଟାଏରେ ଭାଙ୍ଗିଥିଲେ ତାଲା, ବାଜିଲା ସାଇରନ୍! ୟୁନିୟନ ବ୍ୟାଙ୍କରୁ ବଡ଼ ଡକାୟତି ପଣ୍ଡ, ୭ ଡକାୟତ…

ବୈଶିଙ୍ଗା,୧୫।୯ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରଠାରେ ଥିବା ୟୁନିୟନ ବ୍ୟାଙ୍କରୁ ଏକ ବଡ଼ ଡକାୟତି ଯୋଜନା ପଣ୍ଡ ହୋଇଯାଇଛି। ବ୍ୟାଙ୍କରେ ଲାଗିଥିବା…

ଆଉ ମାଗଣା ନୁହେଁ UPI! ₹୨୦୦୦ ରୁ ଅଧିକ ଦେଣନେଣ ଉପରେ ଲାଗିବ ଚାର୍ଜ, ନୂଆ ନିୟମ ଜାରି କଲେ ସରକାର…

ନୂଆଦିଲ୍ଲୀ,୧୫।୯: ୟୁପିଆଇ (UPI) ଦେଣନେଣକୁ ନେଇ ସୃଷ୍ଟି ହୋଇଥିବା ଦ୍ୱନ୍ଦ୍ୱ ଉପରେ ସରକାର ପୂର୍ଣ୍ଣଚ୍ଛେଦ ପକାଇଛନ୍ତି। ସରକାରଙ୍କ ଦ୍ୱାରା ଜାରି ନୂଆ ବିଜ୍ଞପ୍ତି ଅନୁଯାୟୀ, ଅକ୍ଟୋବର ୧୫ରୁ…

ବ୍ୟାଙ୍କରେ ପଶି ଡକାୟତି, ଧରାପଡ଼ିଲେ ୭ ଡ଼କାୟତ

ବୈଶିଙ୍ଗା,୧୫।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରରେ ଥିବା ୟୂନିୟନ ବ୍ୟାଙ୍କରେ ସୋମବାର ରାତିରେ ଏକ ଡକାୟତି ଯୋଜନାକୁ ପଣ୍ଡ କରିଛି ବ୍ୟାଙ୍କରେ ଲାଗିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?