Posted inଜାତୀୟ

ଜଣେ ବ୍ୟକ୍ତିଙ୍କୁ ଚାପୁଡା ମାରିଲେ କେନ୍ଦ୍ର ମନ୍ତ୍ରୀ

କୋଲକାତା,୩୦।୩: ପଶ୍ଚିମବଙ୍ଗର ଟୋଲିଗଞ୍ଜ ଆସନରୁ ବିଧାନସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା କେନ୍ଦ୍ର ମନ୍ତ୍ରୀ ବାବୁଲ ସୁପ୍ରିୟୋ ଏବେ ଚର୍ଚ୍ଚାରେ ଅଚନ୍ତି। କୋଲକାତାରେ ଥିବା ପାର୍ଟି କାର୍ଯ୍ୟାଳୟରେ ଜଣେ ବ୍ୟକ୍ତିଙ୍କୁ ଚାପୁଡ଼ା ମାରିବା ବିବାଦ ଘେରକୁ ଆସିଛନ୍ତି। ଏହାର ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି।
ଏହି ଏକ ଭିଡିଓରେ ଗାୟକ ତଥା ଭାଜପା ନେତା ବାବୁଲ ସୁପ୍ରିୟୋ ଜଣେ ବ୍ୟକ୍ତିଙ୍କୁ ଚାପୁଡ଼ା ମାରିଥିବାର ନଜର ଆସିଛନ୍ତି, ଯିଏ ବାରମ୍ବାର ଟିଭି କ୍ୟାମେରା ଆଗରେ ଆସିବା ଏବଂ ସାକ୍ଷାତକାର ଦେବା ପରିବର୍ତ୍ତେ ଏହି ଅଞ୍ଚଳରେ ପ୍ରଚାର ଅଭିଯାନ ଆରମ୍ଭ କରିବାକୁ କହୁଛନ୍ତି।
ପରେ ସୁପ୍ରିୟୋ ସଫେଇ ଦେଇ କହିଛନ୍ତି ଯେ, ସେ ତାଙ୍କୁ ଚାପୁଡ଼ା ମାରି ନାହାଁନ୍ତି ବରଂ କେବଳ ଏପରି କରିବା ପାଇଁ ଛଳନା କରିଛନ୍ତି। ଏହି ଘଟଣା ଗତ ରବିବାର ଟୋଲିଗଞ୍ଜ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ରାଣିକୁଥୀ ଅଞ୍ଚଳରେ ଥିବା ଭାଜପା କାର୍ଯ୍ୟାଳୟରେ ଘଟିଛି । ତୃଣମୂଳ କଂଗ୍ରେସ ମୁଖପାତ୍ର କୁନାଲ ଘୋଷ କହିଛନ୍ତି ଯେ, ସୁପ୍ରିୟୋଙ୍କ ଦ୍ୱାରା ଚାପୁଡ଼ା ମାରିଥିବା ବ୍ୟକ୍ତି ତୃଣମୂଳ କଂଗ୍ରେସର ନା ଜଣେ ଭାଜପା ସଦସ୍ୟ ତାହା ଦଳ ଜାଣିବାକୁ ଚାହୁଁଛି। ସୂଚନାଯୋଗ୍ୟ, ଏଥର ପଶ୍ଚିମବଙ୍ଗରେ ୮ଟି ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହେଉଛି। ପ୍ରଥମ ପର୍ଯ୍ୟାୟ ସରିଥିବାବେଳେ ଦ୍ୱିତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ ଏପ୍ରିଲ ୧ ରେ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

ରାମ ନବମୀ ପୂର୍ୱରୁ ପୋଲିସର ଫ୍ଲାଗ୍‌ ମାର୍ଚ୍ଚ, ବଢ଼ିଲା ସୁରକ୍ଷା…

କୋରାପୁଟ,୨୬ା୩(ଅମିତାଭ ବେହେରା): ରାମ ନବମୀ ଅବ୍ୟହିତ ପୂର୍ୱରୁ କୋରାପୁଟ ପୋଲିସ ପକ୍ଷରୁ ସହରରେ ଗୁରୁବାର ଫ୍ଲାଗ ମାର୍ଚ୍ଚ କରାଯାଇଛି। ରାମ ନବମୀରେ ଶୁକ୍ରବାର ସହରରେ ୧୦ହଜାର ଊର୍ଦ୍ଧ୍ୱ…

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

୧୬ ବର୍ଷୀୟା ଶାଳୀଙ୍କୁ ବଳାତ୍କାର କରି ହତ୍ୟା କରିଥିଲେ ଭିଣୋଇ, ଆସିଲା ମାମଲାର ରାଏ…

ବ୍ରହ୍ମପୁର,୨୬।୩(ସୁବାସ ଚନ୍ଦ୍ର ପାଢ଼ୀ): ଫାଷ୍ଟଟ୍ରାକ୍‌ ପୋକ୍‌ସୋ ଜଜ୍‌ ପ୍ରଣତି ପଟ୍ଟନାୟକ ଗୁରୁବାର ଏକ ନାବାଳିକା ବଳାତ୍କାର ଓ ହତ୍ୟା ମାମଲାର ବିଚାର କରି ଦୋଷୀଙ୍କୁ ଆଜୀବନ କାରାଦଣ୍ଡରେ…

ମାଙ୍କଡ଼ ମାରି ଇନ୍‌ଷ୍ଟାଗ୍ରାମରେ କରିଥିଲେ ପୋଷ୍ଟ, ଏବେ…

ବାଲିଗୁଡ଼ା, ୨୬ା୩(ସଞ୍ଜୟ କୁମାର ପାଣିଗ୍ରାହୀ):ମାଙ୍କଡ଼ ମାରି ଇନ୍‌ଷ୍ଟାଗ୍ରାମରେ ଫଟୋ ପୋଷ୍ଟ କରିବା ମହଙ୍ଗା ପଡିଛି। ବନ ବିଭାଗ ସମ୍ପୃକ୍ତ ୨ଜଣ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

West Asia Conflict: ‘ପରିସ୍ଥିତି କରୋନା ପରି ହେବାକୁ ଯାଉଛି’ – ଯୁଦ୍ଧ ଲଢୁଥିବା ଦେଶଗୁଡ଼ିକ ଏହାର ପ୍ରଭାବକୁ ଅନୁଭବ କରୁନାହାଁନ୍ତି

ମସ୍କୋ,୨୬।୩: ରୁଷିଆ ରାଷ୍ଟ୍ରପତି ପୁଟିନ ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ ଏହି ସଂଘର୍ଷର ପ୍ରଭାବ ପୂର୍ବାନୁମାନ…

ଦୁଃସାହସ! ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ଭାଷା କହିଲାଣି ପାକିସ୍ତାନ! ଇସାକ ଦାରଙ୍କ ବୟାନକୁ ନେଇ ନିଆଁବାଣ ଇରାନ

ଇସଲାମାବାଦ,୨୬।୩: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇସାକ ଦାର ଗୁରୁବାର (୨୬ ମାର୍ଚ୍ଚ, ୨୦୨୬) କହିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ପରୋକ୍ଷ ଶାନ୍ତି ଆଲୋଚନା ଚାଲିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri