ମାଲିକଙ୍କଠୁ ଛୁଟି ନେଇ ନିର୍ବାଚନ ଲଢ଼ିବେ ଏହି କାମବାଲି: ଭାଜପା କରିଛି ପ୍ରାର୍ଥୀ

ପଶ୍ଚିମବଙ୍ଗ, ୨୩।୩: ରାଜନୀତିରେ କିଛି ବି ସମ୍ଭବ ହୋଇପାରେ। ଏ ହେଉଛନ୍ତି ୩୨ ବର୍ଷିୟା କଲିତା ମାଝି। କଲିତା ଅନ୍ୟର ଘରେ ସହାୟିକା ଭାବେ କାମ କରନ୍ତି। ଝାଡୁ, ପୋଛା ଠାରୁ ଆରମ୍ଭ କରି ବାସନ ମାଜିବା, କପାଡ଼ା ସଫା ଆଦି ସେ କରିଥାନ୍ତି। ଅନେକ ଦିନ ହେବ ସେ ସମାଜ ସେବା ମଧ୍ୟ କରିଆସୁଛନ୍ତି। ତେଣୁ ଭାଜପା ତାଙ୍କୁ ପୂର୍ବ ବର୍ଦ୍ଧମାନର ଆୟୁସ ଗ୍ରାମ ବିଧାନସଭା ଆସନରୁ ଟିକେଟ ଦେଇ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛି। ଏବେ କଲିତା ନିର୍ବାଚନ ଲଢ଼ିବା ପାଇଁ ନିଜ ମାଲିକମାନଙ୍କଠାରୁ ଦେଢ଼ ମାସର ଛୁଟି ନେଇଛନ୍ତି।
କାଲିତା ଗୁସକରା ମ୍ୟୁନିସିପାଲଟିର ମାଝପୁକୁରପରାସ୍ଥିତ ପାତ୍ରପଡ଼ାର ଏକ ବସ୍ତିରେ ରୁହନ୍ତି। ତାଙ୍କ ସ୍ବାମୀ ପ୍ଲମ୍ବର କାମ କରନ୍ତି। ତାଙ୍କର ଏକମାତ୍ର ପୁଅ ଯିଏକି ୮ମ କ୍ଳାସରେ ପାଠ ପଢ଼ୁଛନ୍ତି। କଲିତାଙ୍କ ବାପ ଘର ମଙ୍ଗଳକୋଟର କାଶମନଗରରେ। କଲିତା ମାସକୁ ୨,୫୦୦ ଆୟ କରିଥାନ୍ତି। ଗତ ୫ ବର୍ଷ ହେବ ସେ ସମାଜସେବା କରୁଛନ୍ତି। ତାଙ୍କର ଏମିତି କାମ ଭାଜପାକୁ ପସନ୍ଦ ଆସିଛି। ତେବେ ଭାଜପା ଟିକେଟ ଦେଇଥିବା ତାଙ୍କୁ ବିଶ୍ୱାସ ହେଉ ନ ଥିବା କଲିତା କହିଛନ୍ତି। ଏହା ତାଙ୍କ ପାଇଁ ଏକ ବଡ଼ ଚ୍ୟାଲେଞ୍ଜ ବୋଲି ସେ କହିଛନ୍ତି। ଯଦି ସେ ଏହି ନିର୍ବାଚନ ଜିତିବେ ସର୍ବପ୍ରଥମେ ଚିକିତ୍ସାକୁ ପ୍ରାଧାନ୍ୟ ଦେବେ। ହସ୍ପିଟାଲ ନିର୍ମାଣ କରିବା ତାଙ୍କର ପ୍ରଥମ କାମ ରହିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନୀ ଖେଳାଳିଙ୍କ ଫୋନ ଜବତ କଲା PCB; ମ୍ୟାଚ ଫିକ୍ସିଂ ସନ୍ଦେହ? ଉଠିଲାଣି ପ୍ରଶ୍ନ

ଇସଲାମାବାଦ,୬।୯: ପାକିସ୍ତାନ କ୍ରିକେଟ ବୋର୍ଡ (PCB) ସମ୍ପ୍ରତି ଏପରି ନିଷ୍ପତ୍ତି ନେଇଛି ଯାହାକୁ ନେଇ ବିଶ୍ୱବ୍ୟାପୀ ହାସ୍ୟରସ ସୃଷ୍ଟି ହୋଇଛି। ଏବେ, ଇଂଲଣ୍ଡ ଗସ୍ତ ସମୟରେ ଆଉ…

ସୂର୍ଯ୍ୟଙ୍କ ଗୋଚରରେ ଚମକିବ ୫ ରାଶିର ଭାଗ୍ୟ, ହେବ ବଡ଼ ପ୍ରମୋସନ ବଢିବ ଧନ

ସୂର୍ଯ୍ୟ ଗ୍ରହ ୧୭ ସେପ୍ଟେମ୍ୱର ୨୦୨୬, ଗୁରୁବାର ସକାଳ ୭ଟା ୫୮ ମିନିଟରେ କନ୍ୟା ରାଶିରେ ଗୋଚର କରିବେ। ଏହା କନ୍ୟା ସଂକ୍ରାନ୍ତି ହେବ। ଏହାର ପ୍ରଭାବରେ…

‘ଭାରତରେ ଦେହ ବ୍ୟବସାୟ ଆଇନଗତ ହେବା ଉଚିତ,’ ପୁନମ ପାଣ୍ଡେ କୁହନ୍ତି, ମୋର କାମୁକ ଭିଡିଓ ଗୁଡ଼ିକ ଦେଶ ତଥା ବିଶ୍ୱକୁ…

ମୁମ୍ବାଇ,୬।୯: ପ୍ରସିଦ୍ଧ ମଡେଲ ଏବଂ ଅଭିନେତ୍ରୀ ପୁନମ ପାଣ୍ଡେ ତାଙ୍କ ଡ୍ରେସିଂ ସେନ୍ସ ଏବଂ ବୟାନ ପାଇଁ ପ୍ରାୟତଃ ଶିରୋନାମାରେ ରହିଥାନ୍ତି। ସମ୍ପ୍ରତି, ବେଶ୍ୟାବୃତ୍ତି ବା ଦେହ…

ସୁନିତା-କୋମଲ ବିବାଦ ଉପରେ ନୀରବତା ଭାଙ୍ଗିଛନ୍ତି ଗୋବିନ୍ଦା, ଇସାରାରେ କହିଲେ ଖୁବ ବଡ଼ କଥା

ମୁମ୍ବାଇ,୬।୯: ପତ୍ନୀ ସୁନିତା ଆହୁଜାଙ୍କ ସହ ସମ୍ପର୍କରେ ମତଭେଦ ଏବଂ ଅଭିନେତ୍ରୀ କୋମଲ ରାଣୀଙ୍କ ସହ ତଥା କଥିତ ସମ୍ପର୍କର ଗୁଜବ ସମ୍ପର୍କରେ ଖବର ଆସିବା ପରେ…

ବରଗଡ଼ରେ ନୂଆଖାଇ ଲଗ୍ନ ଧାର୍ଯ୍ୟ, ଏହି ମୁହୂର୍ତ୍ତରେ ଶୁଭବେଳା…

ବରଗଡ଼,୬ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମଦେବୀ ସମଲେଶ୍ୱରୀଙ୍କ ପୀଠରେ ରବିବାର ନୂଆଖାଇ ଲଗ୍ନ ନିରୂପଣ କରାଯାଇଛି। ବିଧି ଓ ପରମ୍ପରା ଅନୁଯାୟୀ ଆସନ୍ତା ୧୪ ତାରିଖ ନିଶାର୍ଦ୍ଧ…

ସ୍ତ୍ରୀଙ୍କୁ ସନ୍ଦେହ ଚକ୍ଷୁରେ ଦେଖୁଥିଲେ ସ୍ବାମୀ, ନିର୍ମମ ଭାବେ ହତ୍ୟା କରିବା ପରେ…

ସମ୍ବଲପୁର,୬ା୯(ପ୍ରମୋଦ ବହିଦାର): ସମ୍ବଲପୁର ଟାଉନ ଥାନା ଅନ୍ତର୍ଗତ ସେନ ପାର୍କ ନିକଟସ୍ଥ ପ୍ରାଣୀ ଚିକିତ୍ସାଳୟ ସମ୍ମୁଖରେ ଏକ ଅଭାବନୀୟ ତଥା ବର୍ବରୋଚିତ ହତ୍ୟାକାଣ୍ଡ ଘଟିଯାଇଛି। ଚରିତ୍ର ଉପରେ…

ଯେଉଁ କାମ ପାଇଁ ଦିନେ ଯୁବକଙ୍କୁ ପରିହାସ କରୁଥିଲେ ଲୋକେ, ଆଜି ବିଦେଶରୁ ଆସିଲା ଚାକିରି ଅଫର, ପୂରା କାହାଣୀ ଜାଣିଲେ…

ଭାରତରେ ନଦୀଗୁଡ଼ିକର ଦୁର୍ଦ୍ଦଶା କହିଲେ ନ ସରେ। ସରକାରୀ ପ୍ରୟାସ ସତ୍ତ୍ୱେ ନଦୀଗୁଡ଼ିକର ଅବସ୍ଥା ସୁଧାର ହୋଇନାହିଁ। ସମ୍ପ୍ରତି ମଧ୍ୟପ୍ରଦେଶର ରାଜଗଡ଼ ଜିଲାର ଜଣେ ୨୦ ବର୍ଷୀୟ…

Video: ମେଟ୍ରୋରେ ଯାତ୍ରା କଲେ ପ୍ରଧାନମନ୍ତ୍ରୀ ମୋଦି, ପିଲାମାନଙ୍କ ସହିତ ଆଲୋଚନା ସମୟରେ ତାଙ୍କ ସଂସଦୀୟ କ୍ଷେତ୍ର କାଶୀକୁ ମନେ ପକାଇଲେ, ଯାହାକୁ ନେଇ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୬।୯: ଦିଲ୍ଲୀ ମେଟ୍ରୋରେ ଯାତ୍ରା କରୁଥିବା ଯାତ୍ରୀମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ, ଶନିବାର (ସେପ୍ଟେମ୍ବର 5, 2026) ସାରେ, ସେମାନଙ୍କ ସହିତ ଯାତ୍ରା କରୁଥିବା ଦେଖି ଖୁସିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri