Posted inଜାତୀୟ

କାଉନସିଲ୍‌ ନିର୍ବାଚନରେ ଜିତିଲେ ମମତା ବାର୍ନାଜୀ; ଭାଜପାକୁ କଲେ ଚିତ୍‌ପଟାଙ୍ଗ, ଦିଲ୍ଲୀରେ ପଡିଲା ଚହଳ…

ନୂଆଦିଲ୍ଲୀ,୧୯।୮: ପ୍ରଥମେ ବିଧାନସଭା ନିର୍ବାଚନରେ ​​ପରାଜୟ, ପରେ ବିଧାୟକମାନଙ୍କ ବିଦ୍ରୋହ ଏବଂ ଶେଷରେ କିଛି ସାଂସଦ ମଧ୍ୟ ସାଥ୍ ଛାଡ଼ିବା ଏସବୁ ପରିସ୍ଥିତିର ସାମ୍ନା କରିଛି ମମତା ବାନାର୍ଜୀଙ୍କ ଦଳ ତୃଣମୂଳ କଂଗ୍ରେସ (TMC)। ମାତ୍ର ବର୍ତ୍ତମାନ TMC ପାଇଁ କିଛି ଆଶ୍ୱସ୍ତିଜନକ ଖବର ଆସିଛି। ପଶ୍ଚିମବଙ୍ଗ ବାର କାଉନସିଲ୍ ଉପରେ TMC ନିଜର ପ୍ରଭାବ ବଜାୟ ରଖିଛି ଏବଂ ଏଠାରେ ୨୩ଟି ସିଟ୍ ମଧ୍ୟରୁ ୧୫ଟିରେ ବିଜୟଲାଭ କରିଛି।
ପଶ୍ଚିମବଙ୍ଗରେ ବିଜୟ ହାସଲ କରିଥିବା ବିଜେପି ଏହି ନିର୍ବାଚନରେ ​​ମାତ୍ର ୩ଟି ସିଟ୍‌ରେ ସନ୍ତୁଷ୍ଟ ରହିବାକୁ ପଡ଼ିଛି। ମୋଟ ୨୩ଟି ଆସନରୁ TMC ୧୫ଟି, ବିଜେପି ୩ଟି, ବାମମୋର୍ଚ୍ଚା (Left Front) ୩ଟି ଏବଂ କଂଗ୍ରେସ ୨ଟି ସିଟ୍ ଜିତିଛି। ଏଥିରେ ୫ଟି ଆସନ ମହିଳାମାନଙ୍କ ପାଇଁ ସଂରକ୍ଷିତ ଥିଲା, ଯେଉଁଥିରୁ ୪ଟିରେ TMC ଏବଂ ଗୋଟିଏରେ କଂଗ୍ରେସ ବିଜୟୀ ହୋଇଛି। କୁହାଯାଉଛି ଯେ ଯେଉଁ ପ୍ରାର୍ଥୀମାନେ ଜିତିଛନ୍ତି, ସେମାନଙ୍କୁ ମମତା ବାନାର୍ଜୀଙ୍କ ସୁପାରିଶ କ୍ରମେ ନିର୍ବାଚନରେ ​​ଓହ୍ଲାଯାଇଥିଲା।
ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ, ବାର କାଉନସିଲ୍ ମହିଳା ପ୍ରାର୍ଥୀମାନଙ୍କ ମଧ୍ୟରୁ ଆଉ ଦୁଇଜଣ ମହିଳା ସଦସ୍ୟଙ୍କୁ ମନୋନୀତ କରିବ। ଏହି ମନୋନୟନ ପରେ ପଶ୍ଚିମବଙ୍ଗ ବାର କାଉନସିଲ୍ର ମୋଟ ସଦସ୍ୟ ସଂଖ୍ୟା ୨୫କୁ ବୃଦ୍ଧି ପାଇବ। ଏହି ନିର୍ବାଚନରେ ​​ମୋଟ ୭୫ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱ କରିଥିଲେ। TMC ୨୩ ଜଣ, BJP ୨୨ ଜଣ ଏବଂ ବାମମୋର୍ଚ୍ଚା ୧୨ ଜଣ ପ୍ରାର୍ଥୀ ଓହ୍ଲାଇଥିଲା। ଏହା ବ୍ୟତୀତ ୧୮ ଜଣ ସ୍ୱାଧୀନ ପ୍ରାର୍ଥୀ ମଧ୍ୟ ମୈଦାନରେ ଥିଲେ।
ବିଜେପି ଗତ ନିର୍ବାଚନର ନିଜର ୩ଟି ଆସନର ସଂଖ୍ୟା ବଜାୟ ରଖିଥିବାବେଳେ କଂଗ୍ରେସ ମଧ୍ୟ ନିଜର ୨ଟି ଆସନ ବଞ୍ଚାଇ ରଖିବାରେ ସଫଳ ହୋଇଛି। ତେବେ ବାମମୋର୍ଚ୍ଚାର ଗତ ନିର୍ବାଚନର ୪ଟି ଆସନରୁ କମି ଏଥର ୩ଟିକୁ ଖସିଆସିଛି।

Enter your email to get our daily news in your inbox.

All Right Reserved By Dharitri.Com

ଆଗକୁ ପଞ୍ଚାୟତ ନିର୍ବାଚନ: ଜିତିବା ପାଇଁ ଭାଜପା କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ରାଜ୍ୟ ପ୍ରଭାରୀ ଡି. ପୁରନ୍ଦେଶ୍ୱରୀ

ଭୁବନେଶ୍ୱର,୪ା୧୦: ରାଜ୍ୟରେ ଆଗକୁ ଆସୁଛି ପଞ୍ଚାୟତ ନିର୍ବାଚନ। ଗ୍ରାମାଞ୍ଚଳରେ ଦଳର ସଂଗଠନକୁ ଆହୁରି ସୁଦୃଢ଼ କରିବା ଏବଂ ନିର୍ବାଚନୀ ମଇଦାନରେ ସଫଳତା ହାସଲ କରିବା ପାଇଁ ଭାରତୀୟ…

ଏମ.ଏସ. ଧୋନିଙ୍କ ଯୋଗୁ ଟିମ ଇଣ୍ଡିଆ ତୃତୀୟ ଦିନିକିଆ ମ୍ୟାଚ ହାରିଗଲା; ଐତିହାସିକ ବିଜୟ ପରେ ଏକ ବଡ଼ ରହସ୍ୟ ଖୁଲାସା କଲେ…

ନୂଆଦିଲ୍ଲୀ,୪।୧୦: ଶନିବାର ନୂଆ ଚଣ୍ଡିଗଡ଼ରେ ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟାଚରେ ଭାରତୀୟ କ୍ରିକେଟ ଦଳ ୱେଷ୍ଟଇଣ୍ଡିଜ ଠାରୁ ପରାଜିତ ହୋଇଛି। ଶାଇ ହୋପଙ୍କ ଚମତ୍କାର ଶତକ ବଳରେ…

IND vs WI:‘ବର୍ତ୍ତମାନ ପରୀକ୍ଷା-ନିରୀକ୍ଷା କରିବାର ସମୟ ନୁହେଁ’ ରୋହିତ ଶର୍ମା, ବିରାଟ କୋହଲିଙ୍କୁ ନେଇ ବଡ଼ କଥା କହିଲେ ଶୁବମନ ଗିଲ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳର ଦୁଇ ପ୍ରମୁଖ ଖେଳାଳି ରୋହିତ ଶର୍ମା ଏବଂ ବିରାଟ କୋହଲିଙ୍କୁ ନେଇ, ବିଶେଷକରି ଆସନ୍ତା ବର୍ଷ ହେବାକୁ ଥିବା ଦିନିକିଆ ବିଶ୍ୱକପରେ…

ଡବଲ ପର୍ସନାଲିଟିର ଶିକାର ହୋଇଛନ୍ତି ବୈଭବ ସୂର୍ଯ୍ୟବଂଶୀ! ଶ୍ରେୟସ ଆୟର ଖୋଲିଲେ ବିସ୍ଫୋରକ ବ୍ୟାଟରଙ୍କ ରାଜ

ନୂଆଦିଲ୍ଲୀ,୪।୧୦: ଯୁବ ଭାରତୀୟ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀ ତାଙ୍କର ଧୂଆଁଧାର ବ୍ୟାଟିଂ ପାଇଁ ଜଣାଶୁଣା; ଯେତେବେଳେ ସେ ଲୟକୁ ଆସନ୍ତି, ସେତେବେଳେ ତାଙ୍କ ପ୍ରଭାବ ସାରା ବିଶ୍ୱରେ…

Chanakya Niti: ସ୍ତ୍ରୀଙ୍କ ପାଖରେ ସବୁବେଳେ ସ୍ବାମୀ ଏହି ୫ କଥା ଲୁଚାଇ ରଖିବା ଜରୁରୀ, ନଚେତ୍‌…

ସଫଳ ଏବଂ ସୁଖମୟ ଜୀବନ ବିତାଇବା ପାଇଁ ଆଚାର୍ଯ୍ୟ ଚାଣକ୍ୟଙ୍କ ନୀତି ଅତ୍ୟନ୍ତ ମାର୍ଗଦର୍ଶକ ସାବ୍ୟସ୍ତ ହୋଇଥାଏ। ନିଜର ଆତ୍ମସମ୍ମାନ, ସମ୍ପର୍କ ଏବଂ ସାମାଜିକ ପ୍ରତିଷ୍ଠାକୁ ବଜାୟ…

ଶେଖ ହାସିନା କେବେ ବାଂଲାଦେଶ ଫେରିବେ? ଉତ୍ତର ଦେଲା ଭାରତ

ନୂଆଦିଲ୍ଲୀ/ଢାକା,୪।୧୦: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ପ୍ରତ୍ୟାବର୍ତ୍ତନ ସମ୍ବନ୍ଧୀୟ ପ୍ରଶ୍ନର ଉତ୍ତର ଦେଇ ଭାରତ କହିଛି ଯେ ତାଙ୍କ ଫେରିବା ପାଇଁ କୌଣସି ନିର୍ଦ୍ଦିଷ୍ଟ ସମୟସୀମା…

ଆଟଲାଣ୍ଟିକ ମହାସାଗର ଉପରେ ରହସ୍ୟଜନକ ଭାବେ ନିଖୋଜ ହେଲା ବିମାନ, ସାମ୍ନାକୁ ଆସିଲା ପାଇଲଟ୍‌ଙ୍କ ଶେଷ କଲ୍‌

ନୂଆଦିଲ୍‌ଲୀ,୪।୧୦: ଆଟଲାଣ୍ଟିକ ମହାସାଗର ଉପରେ ଉଡ଼ାଣ ଭରୁଥିବା ଏକ ବିମାନ ନିଖୋଜ ହୋଇଯାଇଛି, ଯାହା ଏକ ମେଡିକାଲ ଜେଟ ଅର୍ଥାତ ଏୟାର ଆମ୍ୱୁଲାନ୍ସ ଅଟେ। ଏଥିରେ ୬…

ଅଧରାତିରେ ଭାରତରେ ଭୂକମ୍ପ ଝଟ୍‌କା: ୨ ରାଜ୍ୟକୁ ଦୋହଲାଇଦେଲା…

ନୂଆଦିଲ୍‌ଲୀ,୪।୧୦: ଭାରତ, ଇଣ୍ଡୋନେସିଆ ଏବଂ ମିଆଁମାରର ଅନେକ ସହରରେ ଗତ ବିଳମ୍ୱିତ ରାତିରୁ ଆଜି ସକାଳ ପର୍ଯ୍ୟନ୍ତ ଭୂକମ୍ପର ଝଟକା ଅନୁଭୂତ ହୋଇଛି। ଜାତୀୟ ଭୂକମ୍ପ ବିଜ୍ଞାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?