Posted inଜାତୀୟ

ପଞ୍ଚାୟତ ନିର୍ବାଚନ ପୂର୍ବରୁ ମଧ୍ୟାହ୍ନ ଭୋଜନରେ ଚିକେନ-ଫଳ ପରସିବାକୁ ନେଇ ରାଜନୀତି ସରଗରମ

କୋଲକାତା,୬ ।୧: ପଶ୍ଚିମବଙ୍ଗ ସରକାର ପଞ୍ଚାୟତ ନିର୍ବାଚନ ପୂର୍ବରୁ ଏକ ବଡ ନିଷ୍ପତ୍ତି ନେଇଛନ୍ତି । ସରକାର ଜାନୁୟାରୀରୁ ଏପ୍ରିଲ ପର୍ଯ୍ୟନ୍ତ ମଧ୍ୟାହ୍ନ ଭୋଜନରେ ଚିକେନ ଓ ମୌସୁମୀ ଫଳ ଦେବାକୁ ସ୍ଥିର କରିଛନ୍ତି । ଏଥିପାଇଁ ୩୭୧ କୋଟି ଟଙ୍କା ମଞ୍ଜୁର କରାଯାଉଛି । ଅଧିସୂଚନା ଅନୁଯାୟୀ, ପ୍ରଧାନମନ୍ତ୍ରୀ ପୋଷଣ ଯୋଜନା ଅନୁଯାୟୀ, ଏବେ ମଧ୍ୟାହ୍ନ ଭୋଜନରେ ଚାଉଳ, ଆଳୁ, ସୋୟାବିନ ଓ ଅଣ୍ଡା ଦିଆଯାଉଛି । ଏବେ ଏହା ସହ ୪ ମାସ ପର୍ଯ୍ୟନ୍ତି ପ୍ରତି ସପ୍ତାହରେ ଚିକେନ ଓ ମୌସୁମ ଫଳ ଦିଆଯିବ ।
ଉଚ୍ଚ ଶିକ୍ଷା ବିଭାଗର ଜଣେ ଅଧିକାରୀ କହିଛନ୍ତି ଏପ୍ରିଲ ପରେ ଏହା ଚାଲୁ ରହିବ ନା ନାହିଁ ଏ ନିଷ୍ପତ୍ତି ପରେ ନିଆଯିବ । ଜାନୁୟାରୀ ୩ରେ ଜାରି ହୋଇଥିବା ଅଧିସୂଚନା ଅନୁଯାୟୀ, ପ୍ରତ୍ୟେକ ଛାତ୍ରଙ୍କୁ ଅତିରିକ୍ତ ପୋଷଣ ପ୍ରଦାନ କରିବାକୁ ପ୍ରତି ସପ୍ତାହରେ ଅଧିକ ୨୦ଟଙ୍କା ଖର୍ଚ୍ଚ କରାଯିବ । ଏହି ପ୍ରକ୍ରିୟା ୧୬ ସପ୍ତାହ ପର୍ଯ୍ୟନ୍ତ ଚାଲିବ ।
ପଶ୍ଚିମବଙ୍ଗ ସରକାରଙ୍କ ଏହି ନିଷ୍ପତ୍ତିକୁ ନେଇ ଏବେ ଭାରତୀୟ ଜନତା ପାର୍ଟି(ଭାଜପା) ପ୍ରଶ୍ନ ଉଠାଇଛି । ଭାଜପା ପ୍ରଶ୍ନ କରିଛି ଯେ ଚଳିତ ବର୍ଷ ହେବାକୁ ଯାଉଥିବା ପଞ୍ଚାୟତ ନିର୍ବାଚନ ପୂର୍ବରୁ କାହିଁକି ସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି । ଆସନ୍ତା ବର୍ଷ ବି ଦେଶରେ ଲୋକ ସଭା ନିର୍ବାଚନ ହେବାକୁ ଯାଉଛି । ତୃଣମୂଳ କଂଗ୍ରେସ କହିଛି ବିରୋଧି ପ୍ରତିକଥାରେ ରାଜନୀତି କରୁଛି ।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri