Posted inଜାତୀୟ

ପଶ୍ଚିମବଙ୍ଗ ଭାଜପାରେ ଘରକଳି ପଦାରେ, ଶାହାଙ୍କ ଗସ୍ତ ପୂର୍ବରୁ ୧୫ ପଦାଧିକାରୀଙ୍କ ଇସ୍ତଫା…

କୋଲକାତା, ୨।୫ : ପଶ୍ଚିମବଙ୍ଗ ଭାଜପାରେ ଘରକଳି ବଢ଼ିବାରେ ଲାଗିଛି। ଏବେ ଏହା ପଦାରେ ପଡ଼ିଛି। ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ନିଜେ ବଙ୍ଗଳାରେ ଦଳର ମତଭେଦ ସମାଧାନର ଦାୟିତ୍ୱ ଗ୍ରହଣ କରିଛନ୍ତି ବୋଲି ଚର୍ଚ୍ଚା ହେଉଛି। ଶାହା ଆସନ୍ତା ମେ’ ୪ରେ ପଶ୍ଚିମବଙ୍ଗ ଗସ୍ତରେ ଯାଉଛନ୍ତି। ତାଙ୍କ ଗସ୍ତ ପାଇଁ ଏକ ସପ୍ତାହରୁ କମ ସମୟ ଥିବାବେଳେ କୋଲକାତାର ଉତ୍ତର ୨୪ ପରଗଣା ଜିଲାର ବାରାସାତ ସାଂଗଠନିକ କମିଟିର ୧୫ ଜଣ ପଦାଧିକାରୀଙ୍କ ଇସ୍ତଫା ଦେଇଛନ୍ତି।

ଦଳର ନେତାଙ୍କ ମଧ୍ୟରେ ଅସନ୍ତୋଷ ସାମ୍ନାକୁ ଆସିବା ପରେ ଭାଜପା ହାଇକମାଣ୍ଡ ରାଜ୍ୟ ୟୁନିଟକୁ ପାର୍ଟି ଭିତରେ ଥିବା ଆଭ୍ୟନ୍ତରୀଣ ବିବାଦର ଅନ୍ତ ଘଟାଇବାକୁ ଏବଂ ଶାହାଙ୍କ ଗସ୍ତ ପୂର୍ବରୁ  ଏକ ମିଳିତ ଭାବମୂର୍ତ୍ତି ଗଠନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।

ଉପନିର୍ବାଚନରେ ପରାଜୟ ପରେ ଦଳ ମଧ୍ୟରେ ମତଭେଦ ବଢ଼ିବାରେ ଲାଗିଛି। ଉପ-ନିର୍ବାଚନରେ ଆସାନସୋଲ ଲୋକସଭା ଆସନ ବଜାୟ ରଖିବାରେ ଦଳ ବିଫଳ ହୋଇଥିଲା। ରାଜ୍ୟ ସଚିବଙ୍କ ସମେତ ତିନିଜଣ ବିଧାୟକ ପଦରୁ ଇସ୍ତଫା ଦେଇଛନ୍ତି। ଏହା ବ୍ୟତୀତ ନଦିଆର ୧୪ ଟି ଜିଲାସ୍ତରୀୟ ପଦାଧିକାରୀ ଉପ-ନିର୍ବାଚନ ଫଳାଫଳର ୪୮ ଘଣ୍ଟା ମଧ୍ୟରେ ଇସ୍ତଫା ଦେଇଥିଲେ।

ଖବର ମୁତାବକ, ଉତ୍ତର ୨୪ ପରଗଣା ଜିଲ୍ଲାର ସମସ୍ତ ଅସନ୍ତୁଷ୍ଟ ସଦସ୍ୟ ଜିଲା ସଭାପତିଙ୍କ ପକ୍ଷପାତିତା ନେଇ ଅଭିଯୋଗ କରିଛନ୍ତି। ସେ ପୁରାତନ ତଥା ବିଶ୍ୱସ୍ତ କର୍ମୀମାନଙ୍କୁ ଅଣଦେଖା କରୁଥିବା ଅଭିଯୋଗ କରିଛନ୍ତି। ଅସନ୍ତୁଷ୍ଟ ଭାଜପାକର୍ମୀ ତାପସ ମିତ୍ର ଦଳ ବିରୋଧୀ କାର୍ଯ୍ୟକଳାପରେ ଲିପ୍ତ ଥିବା ଅଭିଯୋଗ କରିଛନ୍ତି।

ଇସ୍ତଫା ଦେଇଥିବା ଜଣେ ପଦାଧିକାରୀ ଶ୍ୟାମଲ ରାୟ କହିଛନ୍ତି, ସେ ତାଙ୍କ ନିକଟତର ଲୋକଙ୍କୁ ପ୍ରାଥମିକତା ଦେଉଛନ୍ତି। ଏହା ବ୍ୟତୀତ ସେ ତୃଣମୂଳ କଂଗ୍ରେସ ନେତାଙ୍କ ସହ ମଧ୍ୟ ଜଡିତ ଅଛନ୍ତି ଏବଂ ନିର୍ବାଚନରେ ବିରୋଧୀ ଦଳ ପ୍ରାର୍ଥୀଙ୍କୁ ସହାୟତା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

West Asia Conflict: ‘ପରିସ୍ଥିତି କରୋନା ପରି ହେବାକୁ ଯାଉଛି’ – ଯୁଦ୍ଧ ଲଢୁଥିବା ଦେଶଗୁଡ଼ିକ ଏହାର ପ୍ରଭାବକୁ ଅନୁଭବ କରୁନାହାଁନ୍ତି

ମସ୍କୋ,୨୬।୩: ରୁଷିଆ ରାଷ୍ଟ୍ରପତି ପୁଟିନ ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ ଏହି ସଂଘର୍ଷର ପ୍ରଭାବ ପୂର୍ବାନୁମାନ…

ଦୁଃସାହସ! ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ଭାଷା କହିଲାଣି ପାକିସ୍ତାନ! ଇସାକ ଦାରଙ୍କ ବୟାନକୁ ନେଇ ନିଆଁବାଣ ଇରାନ

ଇସଲାମାବାଦ,୨୬।୩: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇସାକ ଦାର ଗୁରୁବାର (୨୬ ମାର୍ଚ୍ଚ, ୨୦୨୬) କହିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ପରୋକ୍ଷ ଶାନ୍ତି ଆଲୋଚନା ଚାଲିଛି।…

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…

ରୋହିତ ଶର୍ମା-ବିରାଟ କୋହଲି ଆଗାମୀ ଗୋଟିଏ ବର୍ଷ ମଧ୍ୟରେ କେତେ ମ୍ୟାଚ ଖେଳିବେ, ସିଡ୍ୟୁଲ ଜାରିକଲା BCCI

ନୂଆଦିଲ୍ଲୀ,୨୬।୩: ଆଗାମୀ ବର୍ଷ ପାଇଁ ଟିମ ଇଣ୍ଡିଆର ଘରୋଇ ସିରିଜ ସୂଚୀ ପ୍ରକାଶ ପାଇଛି। ଅଷ୍ଟ୍ରେଲିଆ, ୱେଷ୍ଟଇଣ୍ଡିଜ, ଶ୍ରୀଲଙ୍କା ଏବଂ ଜିମ୍ବାୱେ ଆଗାମୀ ୧୨ ମାସ ବା…

IPL 2026: ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ଘୋଷଣା କଲା BCCI, ୧୨ ସହରରେ ମୁକାବିଲା, ମାର୍ଚ୍ଚ ୨୮ରୁ ଆରମ୍ଭ ହେବ…

ନୂଆଦିଲ୍ଲୀ,୨୬।୩: କ୍ରିକେଟ ପ୍ରେମୀଙ୍କ ଅପେକ୍ଷାର ଅନ୍ତ। ବିସିସିଆଇ (BCCI) ପକ୍ଷରୁ ଆଇପିଏଲ ୨୦୨୬ (IPL 19th Season)ର ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି। ଆସନ୍ତାମାର୍ଚ୍ଚ ୨୮ ତାରିଖରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri