Posted inଜାତୀୟ

ମମତାଙ୍କ କ୍ୟାବିନେଟରେ ଲାଗିଲା ମୋହର: ବିଶ୍ୱବିଦ୍ୟାଳୟର କୁଳାଧିପତି ହେବେ ମୁଖ୍ୟମନ୍ତ୍ରୀ

କୋଲକାତା,୬।୬: ପଶ୍ଚିମବଙ୍ଗରେ ସୋମବାର ଏକ ବଡ଼ ପରିବର୍ତ୍ତନ ହୋଇଛି। ଯାହାକୁ ମମତାଙ୍କ କ୍ୟାବିନେଟ ମଧ୍ୟ ମୋହର ଲଗାଇଥିବା ଜଣାପଡ଼ିଛି। ରାଜ୍ୟପାଳ ଜଗଦୀପ ଧନଖରଙ୍କ ବଦଳରେ ଏବେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ହେବେ ବିଶ୍ୱବିଦ୍ୟାଳୟର କୁଳାଧିପତି। ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ରାଜ୍ୟର ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟର କୁଳାଧିପତିି ଭାବେ ନିଯୁକ୍ତ କରିବା ପାଇଁ ଦିଆଯାଇଥିବା ଏକ ପ୍ରସ୍ତାବକୁ ପଶ୍ଚିମବଙ୍ଗ କ୍ୟାବିନେଟ ସୋମବାର ଅନୁମୋଦନ କରିଛି। ଏଥିସହ ରାଜ୍ୟପାଳଙ୍କୁ ବେସରକାରୀ ବିଶ୍ୱବିଦ୍ୟାଳୟର ‘ପରିଦର୍ଶକ’ ପଦରୁ ହଟାଯିବା ସହ ତାଙ୍କ ସ୍ଥାନରେ ରାଜ୍ୟର ଶିକ୍ଷାମନ୍ତ୍ରୀଙ୍କୁ ନିଯୁକ୍ତ କରିବାକୁ ଆଉ ଏକ ପ୍ରସ୍ତାବକୁ ମଧ୍ୟ କ୍ୟାବିନେଟ ମଞ୍ଜୁରୀ ପ୍ରଦାନ କରିଥିବା ଜଣାପଡ଼ିଛି। ମୁଖ୍ୟମନ୍ତ୍ରୀଙ୍କୁ କୃଷି ଏବଂ ସ୍ବାସ୍ଥ୍ୟ ବିଶ୍ୱବିଦ୍ୟାଳୟ ସମେତ ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟର କୁଳାଧିପତି ଭାବେ ନିଯୁକ୍ତ କରିବା ପାଇଁ କ୍ୟାବିନେଟ ସମ୍ମତି ପ୍ରଦାନ କରିଛି। ତେବେ ଜୁନ ୧୦ରୁ ଆରମ୍ଭ ହେବାକୁଥିବା ବିଧାନସଭାର ମୌସୁମୀ ଅଧିବେଶନରେ ଏହି ପ୍ରସ୍ତାବକୁ ବିଲ ଆକାରରେ ଉପସ୍ଥାପନ କରାଯିବ। ଅନ୍ୟପଟେ ଏହି ପ୍ରସ୍ତାବ ରାଜ୍ୟ ସଭାରେ ବିଲ ଭାବେ ପାରିତ ହେବା ଜରୁରୀ। କେବଳ ସେତିକି ନୁହେଁ, ସେଗୁଡିକ କାର୍ଯ୍ୟକାରୀ ହେବା ପୂର୍ବରୁ ରାଜ୍ୟପାଳଙ୍କ ସହମତି ନିଆଯିବା ମଧ୍ୟ ଆବଶ୍ୟକ। ସୂଚନାଯୋଗ୍ୟ, ମେ’ ୨୬ରେ ରାଜ୍ୟପାଳ ଧନଖରଙ୍କୁ ହଟାଇବା ଏବଂ ତାଙ୍କ ସ୍ଥାନରେ ମମତାଙ୍କୁ କୁଳାଧିପତି କରିବା ପାଇଁ ରାଜ୍ୟ କ୍ୟାବିନେଟ ଏକ ପ୍ରସ୍ତାବ ପାରିତ କରିଥିଲା। ବିଶ୍ୱବିଦ୍ୟାଳୟରେ କୁଳପତିଙ୍କ ନିଯୁକ୍ତିକୁ ନେଇ ରାଜ୍ୟ ସରକାର ଏବଂ ରାଜ୍ୟପାଳ ଜଗଦୀପ ଧନଖରଙ୍କ ମଧ୍ୟରେ ଚାଲିଥିବା ବିବାଦ ପରେ ଏହି ପଦକ୍ଷେପ ନିଆଯାଇଛି। ସୂଚନା ଅନୁଯାୟୀ, ରାଜ୍ୟପାଳ ଧନଖର ଏହାପୂର୍ବରୁ ତାଙ୍କ ସହମତି ବିନା ଅନେକ କୁଳପତିଙ୍କୁ ନିଯୁକ୍ତ କରିଥିବା ଅଭିଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦମଦାର ବିଜୟ ସହ ସିଜିନ୍‌ ଆରମ୍ଭ କଲା ରାଜସ୍ଥାନ ରୟାଲ

ଗୁଆହାଟୀ,୩୦।୩: ରାଜସ୍ଥାନ ରୟାଲ୍ସ ଏକ ଦମଦାର ବିଜୟ ସହିତ IPL 2026 ସିଜିନ ଆରମ୍ଭ କରିଛି। ଗୁଆହାଟୀରେ ଖେଳାଯାଇଥିବା ସେମାନଙ୍କର ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସମ୍ପୂର୍ଣ୍ଣ…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଚାଷୀ ଶୁଣିଲେ ହୋଇଯିବେ ଖୁସି

ନୂଆଦିଲ୍ଲୀ,୩୦।୩: ଦେଶରେ ଆଗାମୀ ଖରିଫ ଋତୁକୁ ନେଇ ଚାଷୀମାନେ କିଛି ଆଶ୍ୱସ୍ତି ପାଇଛନ୍ତି। କେନ୍ଦ୍ର ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପ୍ରଚୁର ପରିମାଣରେ ସାର ଗଚ୍ଛିତ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ଦିଗପହଣ୍ଡିରେ ଅସାମାଜିକ ଯୁବକଙ୍କ ଆତଙ୍କ: ଦେଶୀମଦ ପାଇଁ କରୁଛନ୍ତି ଚୋରି

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରରେ ଅସାମାଜିକ ଯୁବକଙ୍କ ଆତଙ୍କରାଜ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୁଞ୍ଜିକଂୟା ଛକ, ବଜାର ସାହି, ଜନତା ଲେନ, ମେଡିକାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri