Posted inଜାତୀୟ

‘ଦେଶର ସ୍ଥିତି ଏବେ ଠିକ୍‌ ନାହିଁ’

ନୂଆଦିଲ୍ଲୀ,୩।୫: ଇଦ୍‌-ଉଲ୍‌-ଫିତର୍‌ ଅବସରରେ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ରାଜ୍ୟବାସୀଙ୍କୁ ସମ୍ବୋଧିତ କରିଛନ୍ତି। ଏହି ସମୟରେ ସେ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି। କୋଲକତାର ରେଡ ରୋଡରେ ଉପସ୍ଥିତ ଲୋକଙ୍କୁ ସମ୍ବୋଧିତ କରି ସେ କହିଛନ୍ତି, ଦେଶର ଅବସ୍ଥା ଭଲ ନାହିଁ। ଦେଶରେ ବିଚ୍ଛିନ୍ନତାବାଦୀ ରାଜନୀତି ଚାଲିଛି। ହିନ୍ଦୁ ଓ ମୁସଲମାନମାନଙ୍କ ମଧ୍ୟରେ ଝଗଡା ସୃଷ୍ଟି କରାଯାଉଛି। ଆମେ ତୁମକୁ କାନ୍ଦୁଥିବାର ଦେଖିପାରିବୁ ନାହୁଁ। ଭୟଭୀତ ନୁହେଁ, ଏକାଠି ଲଢିବାକୁ ପଡ଼ିବ। ଶାନ୍ତି ବିଷୟରେ ଲୋକଙ୍କୁ କହିବାକୁ ପଡିବ। ପଶ୍ଚିମବଙ୍ଗରେ ସର୍ବାଧିକ ଏକତା ରହିଛି।
ଏହାପୂର୍ବରୁ ମମତା ବାନାର୍ଜୀ ଟୁଇଟ କରି ମୁସଲମାନ ଭଉଣୀ ଏବଂ ଭାଇମାନଙ୍କୁ ଶୁଭକାମନା ଜଣାଇଛନ୍ତି। ସମସ୍ତଙ୍କ ସୁଖ, ଶାନ୍ତି, ସମୃଦ୍ଧତା ଏବଂ ଉତ୍ତମ ସ୍ବାସ୍ଥ୍ୟ କାମନା କରି ସେ ଲେଖିଛନ୍ତି, ଆମର ଏକତା ଏବଂ ସୌହାର୍ଦ୍ଦ୍ୟର ବନ୍ଧନ ଦୃଢ ହେବା ପାଇଁ ପ୍ରାର୍ଥନା କର। ଆଲ୍ଲା ସମସ୍ତଙ୍କୁ ଆଶୀର୍ବାଦ କରନ୍ତୁ।
ସୂଚନାଯୋଗ୍ୟ, ଆଜି ସାରା ଦେଶରେ ଇଦ୍‌-ଉଲ୍‌-ଫିିତର ଶାନ୍ତିପୂର୍ଣ୍ଣ ପରିବେଶରେ ପାଳନ କରାଯାଉଛି। ମୁସଲମାନ ସମ୍ପ୍ରଦାୟର ଲୋକମାନେ ସକାଳୁ ନମାଜ ପାଠ କରିଛନ୍ତି। ଏଥିପାଇଁ ବିଭିନ୍ନ ସହରରେ ପ୍ରଶାସନ ଦ୍ୱାରା ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ଅତିରିକ୍ତ ତହସିଲଦାରଙ୍କୁ ୩ବର୍ଷ କାରାଦଣ୍ଡ, ଜାଣନ୍ତୁ କାରଣ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ): ବରଗଡର ପୂର୍ବତନ ଅତିରିକ୍ତ ତହସିଲଦାର ଗୋବିନ୍ଦ ଦଣ୍ଡସେନା ଏକ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ଗୁରୁବାର ଭିଜିଲାନ୍ସ ସ୍ବତନ୍ତ୍ର ବିଚାରପତି ଦଣ୍ଡସେନାଙ୍କ…

ଭଞ୍ଜନଗରରେ ଚାଞ୍ଚଲ୍ୟ: ୪ ବର୍ଷର ଶିଶୁକନ୍ୟାକୁ ବଳାତ୍କାର ଉଦ୍ୟମ, ଅଭିଯୁକ୍ତ ବାପାଙ୍କୁ ମାଂସ ପାଇଁ ପଠାଇ ଝିଅକୁ…

ଭଞ୍ଜନଗର,୧୩ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ଏକ ଘୃଣ୍ୟ ଘଟଣା ଘଟିଛି। ଜଣେ ୪୦ ବର୍ଷର ବିବାହିତ ଯୁବକ ତାଙ୍କ ସାଙ୍ଗର ୪ ବର୍ଷର…

‘ମୁଁ ବି RSSକୁ ସୁରକ୍ଷା ଦେବି…’, ରାହୁଲ ଗାନ୍ଧୀଙ୍କ ଏମିତି ବୟାନକୁ ନେଇ ଉଠିଲାଣି ରାଜନୈତିକ ଝଡ଼!

ନୂଆଦିଲ୍ଲୀ,୧୩।୮: ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଦ୍ୱାରା ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆରଏସଏସ) ସମ୍ପର୍କରେ ଦିଆଯାଇଥିବା ଏକ ବିବୃତ୍ତି ଏକ ନୂତନ ରାଜନୈତିକ…

ଅଟୋ ଦୁର୍ଘଟଣାରେ ରବୀନ୍ଦ୍ରଙ୍କ ମୃତ୍ୟୁ, ସହାୟତାର ହାତ ବଢ଼ାଇଲେ ଉପଜିଲାପାଳ

ଗୁଣପୁର,୧୩ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ରାମନାଗୁଡ଼ା ନିକଟସ୍ଥ ପରୀକ୍ଷିତି ଠାରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଅପରାହ୍ନ ସମୟରେ ଏକ ଦ୍ରୁତ ଗତିରେ…

କାହିଁକି ଭାଜପାରେ ସାମିଲ ହେଲେ ହରଭଜନ? ନିଜେ କହିଲେ ଏହା ପଛ ବଡ଼ କାରଣ

ନୂଆଦିଲ୍ଲୀ,୧୩।୮: ହରଭଜନ ସିଂହ ଅଭିଯୋଗ କରିଛନ୍ତି ଯେ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ରୀଡ଼ାକୁ ପ୍ରୋତ୍ସାହନ ଦେବାରେ କୌଣସି ଆଗ୍ରହ ଦେଖାଇ ନଥିଲେ ଏବଂ ତାଙ୍କୁ କେବେ ନିଯୁକ୍ତି ମଧ୍ୟ…

ଖାର୍ଗେଙ୍କ ମଞ୍ଚର ‘ଶୁଦ୍ଧିକରଣ’କୁ ନେଇ ଗର୍ଜିଲେ ପ୍ରିୟଙ୍କା ଗାନ୍ଧୀ, ଦେଶବ୍ୟାପୀ ସତ୍ୟାଗ୍ରହ କରିବ କଂଗ୍ରେସ

ନୂଆଦିଲ୍ଲୀ,୧୩।୮: ଉତ୍ତରାଖଣ୍ଡର ହଲଦ୍ୱାନୀରେ କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ‘ବିଜୟ ଶଙ୍ଖନାଦ’ ରାଲିରେ ଯେଉଁ ମଞ୍ଚରେ ଭାଷଣ ଦେଇଥିଲେ, ସେହି ମଞ୍ଚର ‘ଶୁଦ୍ଧିକରଣ’କୁ ନେଇ ବିବାଦ…

ହରସିମରତ କୌର ବାଦଲଙ୍କୁ ଫୋନ କଲେ ମୋଦି, ପଚାରି ବୁଝିଲେ…

ନୂଆଦିଲ୍ଲୀ,୧୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶିରୋମଣି ଅକାଳୀ ଦଳ (SAD) ମୁଖ୍ୟ ସୁଖବୀର ସିଂହ ବାଦଲଙ୍କ ଉପରେ ଆକ୍ରମଣ ପରେ ତାଙ୍କ ସ୍ବାସ୍ଥ୍ୟବସ୍ଥା ପଚାରି ବୁଝିଛନ୍ତି। ସୂତ୍ର…

ଚିଲିକା ହତ୍ୟା ମାମଲାର ପର୍ଦ୍ଦାଫାଶ କଲା ପୋଲିସ, ଜାଣନ୍ତୁ ହତ୍ୟା ପଛର ବଡ଼ ରହସ୍ୟ…

କୃଷ୍ଣପ୍ରସାଦ,୧୩।୮(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ କୁମାରପୁର ଚିଲିକା ହ୍ରଦରେ ଗତ ୧୧ ତାରିଖରେ ଘଟିଥିବା ନାବାଳକ ହତ୍ୟା ଘଟଣାରେ ପୁରୀ ପୋଲିକୁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri