Posted inଜାତୀୟ

ଟୁଇଟର୍‌ରେ ରାଜ୍ୟପାଳଙ୍କୁ ବ୍ଲକ୍‌ କଲେ ମୁଖ୍ୟମନ୍ତ୍ରୀ

କୋଲକତା,୩୧।୧: ପଶ୍ଚିମବଙ୍ଗ ରାଜ୍ୟପାଳ ଜଗଦୀପ ଧନଖର ଏବଂ ପଶ୍ଚିମବଙ୍ଗର ମମତା ବାନାର୍ଜୀ ସରକାରଙ୍କ ମଧ୍ୟରେ ତିକ୍ତତା ତୀବ୍ର ହୋଇଛି। ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ରାଜ୍ୟପାଳଙ୍କୁ ଟୁଇଟର୍‌ରେ ବ୍ଲକ୍‌ କରିଛନ୍ତି। ସେ ଏପରି ନିଷ୍ପତ୍ତି ନେଇ କହିଛନ୍ତି, ରାଜ୍ୟପାଳ ପ୍ରତିଦିନ ଟୁଇଟରରେ ଏପରି ଜିନିଷ ଟୁଇଟ କରନ୍ତି, ଯାହା ତାଙ୍କୁ ବ୍ୟଥିତ କରେ। ଟୁଇଟର୍‌ ସେ ଜଣେ ସୁପର ଗାର୍ଡ ଭଳି ଆଚରଣ କରନ୍ତି। ଏପରି ଦେଖି ସେ ଟୁଇଟର୍‌ରେ ତାଙ୍କୁ ବ୍ଲକ୍‌ କରିଛନ୍ତି। ସେ ରାଜ୍ୟପାଳଙ୍କ ନାଁରେ ଅନେକ ଅଭିଯୋଗ ଆଣି କହିଛନ୍ତି, ରାଜ୍ୟପାଳଙ୍କ ବିରୋଧରେ ଅନେକ ଥର କାର୍ଯ୍ୟାନୁଷ୍ଠାନ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଯୋଗେ ଦାବି କରିଛି, କିନ୍ତୁ କୌଣସି ପଦକ୍ଷେପ ନିଆଯାଇ ନାହିଁ। ଶେଷରେ ତାଙ୍କୁ ଏହି ନିଷ୍ପତ୍ତି ନେବାକୁ ପଡିଲା। ଅନ୍ୟପକ୍ଷରେ, ଟିଏମସି ସିଧାସଳଖ ରାଷ୍ଟ୍ରପତି ରାମ ନାଥ କୋବିନ୍ଦଙ୍କୁ ଜଗଦୀପ ଧନଖରଙ୍କୁ ବଙ୍ଗଳା ରାଜ୍ୟପାଳ ପଦରୁ ହଟାଇବାକୁ ଅନୁରୋଧ କରିଛି। ସୋମବାର ପାର୍ଲାମେଣ୍ଟରେ ବଜେଟ ଅଧିବେଶନ ଆରମ୍ଭରେ ରାଷ୍ଟ୍ରପତିଙ୍କ ସମ୍ବୋଧନ ପରେ ତୃଣମୂଳ କଂଗ୍ରେସର ଲୋକ ସଭା ଏମ୍‌ପି ସୁଦୀପ ବନ୍ଦୋପାଧ୍ୟାୟ ଏହି ଅନୁରୋଧ କରିଛନ୍ତି। ସୂଚନାଯୋଗ୍ୟ,ପଶ୍ଚିମବଙ୍ଗର ରାଜ୍ୟପାଳ ଜଗଦୀପ ଧନଖର ଏବଂ ମମତା ବାନାର୍ଜୀଙ୍କ ମଧ୍ୟରେ କଳହ ଲାଗି ରହିଛି। ରାଜ୍ୟପାଳ ନିକଟରେ ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ଏବଂ ବ୍ୟୁରୋକ୍ରାଟଙ୍କ ମନୋଭାବ ଉପରେ ପ୍ରଶ୍ନ ଉଠାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri