Posted inଜାତୀୟ

ପଶ୍ଚିମବଙ୍ଗରେ ଇମାମ-ପୁରୋହିତଙ୍କର ବଢିବ ଦରମା

କୋଲକାତା,୨୨।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସୋମବାର ରାଜ୍ୟର ମସଜିଦରେ ଥିବା ଇମାମ ଓ ମନ୍ଦିରରେ ଥିବା ପୁରୋହିତଙ୍କ ଦରମା ବଢାଇବାକୁ ଘୋଷଣା କରିଛନ୍ତି। ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ କୋଲକାତାର ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଇନଡୋର ଷ୍ଟାଡିୟମରେ ଇମାମ (ମୁସଲିମ ଧର୍ମଗୁରୁ) ଏବଂ ମୁଆଜିନ (ଆଜାନର ଡାକରା ଦେଉଥିବା) ଙ୍କ ଏକ ସମ୍ମିଳନୀରେ ଯୋଗ ଦେଇ ସେଠାରେ ଏହି ନିଷ୍ପତ୍ତି ବିଷୟରେ ବୁଝାଇଥିଲେ।
ମୁଖ୍ୟମନ୍ତ୍ରୀ କହିଛନ୍ତି, ‘ୱାକଫ ବୋର୍ଡ ଇମାମ ଏବଂ ମୁଏଜିନଙ୍କୁ ଭତ୍ତା ପ୍ରଦାନ କରେ। ଆମର କ୍ଷମତା ସୀମିତ ଅଟେ। ମୁଁ ଅନୁରୋଧ କରିବି ଯେ ସେମାନଙ୍କର ମାସିକ ଭତ୍ତା ୫୦୦ ଟଙ୍କା ବୃଦ୍ଧି କରାଯାଉ। ସେ ଆହୁରି ମଧ୍ୟ କହିଛନ୍ତି ଯେ ଆମେ ପୁରୋହିତମାନଙ୍କର ମାସିକ ଦରମା ୫୦୦ ଟଙ୍କା ମଧ୍ୟ ବୃଦ୍ଧି କରୁଛୁ।
ଇଣ୍ଡିଆ ଏକ୍ସପ୍ରେସର ରିପୋର୍ଟ ଅନୁଯାୟୀ, ମମତା ବାନାର୍ଜୀଙ୍କ ଘୋଷଣା ପରେ ବର୍ତ୍ତମାନ ରାଜ୍ୟରେ ଥିବା ଇମାମମାନେ ମାସିକ ୩୦୦୦ ଟଙ୍କା ଏବଂ ମୁଆଜିନମାନଙ୍କୁ ମାସିକ ୧୫୦୦ଟଙ୍କା ଦରମା ମିଳିବ। ହିନ୍ଦୁ ଧର୍ମର ପୁରୋହିତମାନେ ମଧ୍ୟ ପ୍ରତି ମାସରେ ୧୫୦୦ ଟଙ୍କା ପାଇବେ। ପଶ୍ଚିମବଙ୍ଗର ଇମାମମାନେ ଦୀର୍ଘ ଦିନ ଧରି ମାସିକ ଭତ୍ତା ବୃଦ୍ଧି କରିବାକୁ ଦାବି କରିଆସୁଛନ୍ତି। ୨୦୧୨ରେ ରାଜ୍ୟରେ ଥିବା ଇମାମମାନଙ୍କ ପାଇଁ ମାନଦେୟ ସ୍ଥିର କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚାଲିଥିଲା ରିସେପସନର ଆୟୋଜନ, ବିବାହର ଚତୁର୍ଥ ଦିନରେ କନିଆଁ ଫେରାର: ବୈଶିଙ୍ଗା ଅଞ୍ଚଳରେ ଚର୍ଚ୍ଚା…

ବୈଶିଙ୍ଗା,୧୦|୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମହେଶପୁର ଗ୍ରାମରେ ଏକ ଅଭାବନୀୟ ତଥା ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଘରେ ବନ୍ଧୁମିଳନ ବା ରିସେପସନ୍…

ଏହି ଦିନ ମିଳିବ ସୁଭଦ୍ରା ୫ମ କିସ୍ତି, ନୂଆ ହିତାଧିକାରୀ ପାଇବେ ଏକକାଳୀନ…

ଭୁବନେଶ୍ୱର,୧୦ା୭(ସୁଚିସ୍ମିତା ସାହୁ): ଆସନ୍ତା ରାକ୍ଷୀ ପୂର୍ଣ୍ଣିମାରେ ସୁଭଦ୍ରା ଯୋଜନାର ୫ମ କିସ୍ତି ପ୍ରଦାନ କରିବେ ରାଜ୍ୟ ସରକାର। ଏହାକୁ ସୁଚାରୁରୂପେ ସମ୍ପନ୍ନ କରିବା ପାଇଁ ଶୁକ୍ରବାର ଲୋକସେବା…

ପାଠ୍ୟପୁସ୍ତକ ତ୍ରୁଟି ପ୍ରତିବାଦ: ଶୁଖୁଆ ଓ ଝାଲମୁଢି ଧରି ବରଗଡ଼ରେ ବିଜେଡିର ‘ଶିକ୍ଷା ବଞ୍ଚାଅ’ ଆନ୍ଦୋଳନ

ବରଗଡ଼,୧୦।୭(ପ୍ରେମାନନ୍ଦ ଖମାରୀ)- ପାଠ୍ୟପୁସ୍ତକରେ ହୋଇଥିବା ଗୁରୁତର ତ୍ରୁଟିକୁ ନେଇ ବରଗଡ଼ରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଏକ ଅଭିନବ ପ୍ରତିବାଦ ଦେଖିବାକୁ ମିଳିଛି। ଶୁକ୍ରବାର ଛାତ୍ର…

ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟ ସମ୍ମୁଖରେ ଦିନ: ଦ୍ୱିପ୍ରହରରେ ଗାଡ଼ି ଡିକି ଭାଙ୍ଗି ଦେଢ଼ ଲକ୍ଷ ଟଙ୍କା ଲୁଟ

ଛତ୍ରପୁର, ୧୦।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟ ସମ୍ମୁଖରେ ଦିନ ଦ୍ୱିପ୍ରହରରେ ଏକ ଦୁଃସାହସିକ ଲୁଟ୍ ଘଟଣା ଘଟିଛି। ଦୁର୍ବୃତ୍ତମାନେ…

ସୃଷ୍ଟି ହେଲା ଆଉ ଏକ ଘୂର୍ଣ୍ଣିବଳୟ, ୭ ଦିନ ଯାଏ ପ୍ରବଳ ବର୍ଷା; ଜାରି ହେଲା ଓ୍ବାର୍ନିଂ

ଭୁବନେଶ୍ୱର, ୧୦ା୭ (ବନ୍ଦନା ସେଠୀ) – ଗାଙ୍ଗେଟିକ ୱେଷ୍ଟବେଙ୍ଗଲ ଓ ତା’ ପାଖାପାଖି ବାଂଲାଦେଶ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ସମୁଦ୍ରପତନଠାରୁ ୪.୫ ରୁ ୫.୮…

ଇନ୍ଦ୍ରାବତୀରୁ ଖରିଫ ପାଇଁ ଜଳ ସେଚନର ଶୁଭାରମ୍ଭ

ଜୟପାଟଣା,୧୦।୭(ଓମ ପ୍ରକାଶ ବୈଠାରୁ): ଇନ୍ଦ୍ରାବତୀ ଜଳ ବିଦ୍ୟୁତ ପ୍ରକଳ୍ପ ମଙ୍ଗଳପୁର ବ୍ୟାରେଜରୁ ଶୁକ୍ରବାର ସକାଳରୁ ଚଳିତ ପାଇଁ ଖରିଫ ଜଳ ସେଚନ ର ଶୁଭାରମ୍ଭ ହୋଇ ଯାଇଛି।ଏଥିରେ…

ଧରିତ୍ରୀ ପ୍ରଭାବ: ରାସ୍ତାରୁ ହଟିଲା ବିପଜ୍ଜନକ ଚାମ୍ବର

ଥୁଆମୂଳ ରାମପୁର, ୧୦ା୭ (ଦୁର୍ଗା କୀର୍ତ୍ତି): ଧରିତ୍ରୀରେ ଖବର ପ୍ରକାଶ ପରେ ଥୁଆମୂଳ ରାମପୁର ବ୍ଲକ ସଦର ମହକୁମା ମୁଖ୍ୟ ରାସ୍ତାରେ ବିପଦସଙ୍କୁଳ ଅବସ୍ଥାରେ ଥିବା ଦୁଇଟି…

ବିଦେଶୀ ମଦ ଦୋକାନକୁ ନେଇ ତେଜୁଛି ଅସନ୍ତୋଷ

ଲାଞ୍ଜିଗଡ଼, ୧୦ା୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ରୁ ମୁନିଗୁଡ଼ାକୁ ସଂଯୋଗ କରୁଥିବା ମୁଖ୍ୟରାସ୍ତା କଡ଼ରେ ଲଟେରି ମାଧ୍ୟମରେ ଖୋଲାଯାଇଥିବା ଠିପି ବନ୍ଦ ବିଦେଶୀ ମଦ ଦୋକାନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri