Posted inଜାତୀୟ

‘ଇଣ୍ଡିଆ’ ବୈଠକ ପୂର୍ବରୁ ପରସ୍ପରକୁ ଭେଟିଲେ ମମତା, କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୧୮।୧୨: ୨୦୨୪ ଲୋକ ସଭା ନିର୍ବାଚନକୁ ଦୃଷ୍ଟିରେ ରଖି ବିରୋଧୀଦଳ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ମଙ୍ଗଳବାର ବିରୋଧୀ ମେଣ୍ଟ ‘ଇଣ୍ଡିଆ’ର ଏକ ବୈଠକ ଡକାଯାଇଛି। ଏହାର ଗୋଟିଏ ଦିନ ପୂର୍ବରୁ ସୋମବାର ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବଂ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲଙ୍କ ମଧ୍ୟରେ ଏକ ସାକ୍ଷାତ ହୋଇଛି।

ନ୍ୟୁଜ ଏଜେନ୍ସି ପିଟିଆଇ ଅନୁଯାୟୀ, ଏହି ସାକ୍ଷାତ ଟିଏମସି ଏମ୍‌ପି ଅଭିଷେକ ବାନାର୍ଜୀଙ୍କ ଦିଲ୍ଲୀସ୍ଥିତ ସାଉଥ୍‌ ଏଭିନ୍ୟୁ ଆବାସରେ ଅନୁଷ୍ଠିତ ହୋଇଛି। ଏହି ବୈଠକ ପ୍ରାୟ ୪୫ ମିନିଟ ଧରି ଚାଲିଥିଲା କିନ୍ତୁ ମୁଖ୍ୟମନ୍ତ୍ରୀ କେଜ୍‌ରିୱାଲ ବୈଠକ ପରେ ଗଣମାଧ୍ୟମକୁ କୌଣସି ପ୍ରତିକ୍ରିୟା ନ ଦେଇ ସିଧାସଳଖ ଚାଲିଯାଇଥିଲେ। ଅନ୍ୟପଟେ, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ପୁଣିଥରେ ସୋମବାର ଦିଲ୍ଲୀ ମଦ ଦୁନୀତି ମାମଲାରେ କେଜ୍‌ରିୱାଲଙ୍କୁ ପଚରାଉଚରା ପାଇଁ ସମନ ଜାରି କରିଛି।

ସୂଚନାଯୋଗ୍ୟ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ତଥା ଟିଏମସି ମୁଖ୍ୟ ମମତା ବାନାର୍ଜୀ ଡିସେମ୍ବର ୧୭ରୁ ତାଙ୍କର ଚାରି ଦିନିଆ ଗସ୍ତରେ ଦିଲ୍ଲୀରେ ଅଛନ୍ତି। ଇଣ୍ଡିଆ ବୈଠକ ଯୋଗଦେବା ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବା ପାଇଁ ସେ ଦିଲ୍ଲୀ ଆସିଥିବା ସୂଚନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri