Posted inଜାତୀୟ

‘ନିଆଁ ସହ ଖେଳ ନାହିଁ’: ଶାହଙ୍କୁ ମମତାଙ୍କ ଜବାବ

କୋଲକାତା,୬ ।୫: ପଶ୍ଚିମବଙ୍ଗରେ ଶାସକ ତ୍ରୁଣ ମୂଳ କଂଗ୍ରେସ(ଟିଏମ୍‌ସି) ଓ ଭାରତୀୟ ଜନତା ପାର୍ଟି(ଭାଜପା) ମଧ୍ୟରେ କଥା କଟାକଟି ଲାଗି ରହିଛି । ଗୁରୁବାର ସ୍ୱରଷ୍ଟ୍ରମନ୍ତ୍ରୀ ଅମିତ ଶାହ ସିଏଏ ଓ ରାଜ୍ୟର ଆଇନ ବ୍ୟବସ୍ଥାକୁ ନେଇ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଉପରେ ଖୁବ୍ ବର୍ଷିଛନ୍ତି । ଆଉ ତୁରନ୍ତ ଏହାର ଜବାବ ରଖିଛନ୍ତି ଦିଦି । ମମତା କହିଛନ୍ତି ଭାଜପା କେବଳ କଥା କହି ଜାଣିଛି ।
ସିଏଏକୁ ନେଇ ମମତା କହିଛନ୍ତି ଏହି ବିଲ୍ ଲ୍ୟାପ୍ସ ହୋଇଯାଇଛି । ଏହି ବିଲ୍‌କୁ ପାର୍ଲାମେଣ୍ଟରେ କାହିଁକି ଅଣାଯାଉନି ବୋଲି ସେ ପ୍ରଶ୍ନ କରିଛନ୍ତି । ମୁଁ ଚାହୁଁନି ନାଗରିକଙ୍କ ଅଧିକାର ଉପରେ ଅଙ୍କୁଶ ଲଗାଯାଉ । ଆମକୁ ସମସ୍ତଙ୍କ ସହ ରହିବାର ଅଛି, ଏକତା ଆମର ଶକ୍ତି ବୋଲି ଦିଦି କହିଛନ୍ତି । ମମତା ଆହୁରି ମଧ୍ୟ କହିଛନ୍ତି ଶାହ ବଙ୍ଗାଳି ଓ ହିନ୍ଦି ଭାଷାଭାଷି ସମ୍ପ୍ରଦାୟ ମଧ୍ୟରେ ହିନ୍ଦୁ ଓ ମୁସଲମାନ ମଧ୍ୟରେ ଭେଦଭାବ କରିବା ଜାଣିଛନ୍ତି । ଦେଶର ଲୋକତାନ୍ତ୍ରିକ ଢାଞ୍ଚାକୁ ଧ୍ୱଂସ କରିବାକୁ କିଛି ନ କରନ୍ତୁ, ନିଆଁ ସହ ନ ଖେଳନ୍ତୁ ଲୋକେ ଏହାର କଡା ଜବାବ ଦେବେ ।
ସୂଚନାଯୋଗ୍ୟ, ଏହା ପୂର୍ବରୁ ସିଲିଗୁଡିରେ ଏକ ଜନସଭାକୁ ଉଦବୋଧନ ଦେଇ ଶାହ କହିଥିଲେ ଟିଏମ୍‌ସି ଭୁଲ କଥା ପ୍ରଚାର କରୁଛି ଯେ ସିଏଏ ଏଠାରେ ଲାଗୁ ହେବ ନାହିଁ । ହେଲେ କରୋନା ଶେଷ ହେବା ପରେ ପରେ ହିଁ ଏଠାରେ ସିଏଏ ଲାଗୁ ହେବ ବୋଲି ଶାହ କହିଛନ୍ତି । ଏହାଦ୍ୱାରା ପଶ୍ଚିମବଙ୍ଗରେ ଅନୁପ୍ରବେଶ ବନ୍ଦ ହେବ ବୋଲି ଶାହା କହିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଗିଲ୍‌ଙ୍କ ଅଧିନାୟକତ୍ୱକୁ ନେଇ ଗମ୍ଭୀରଙ୍କ ବଡ଼ ବୟାନ, ବୋଲରଙ୍କ…

ନୂଆଦିଲ୍ଲୀ,୨।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଦ୍ୱିତୀୟ ଦିନିକିଆରେ ୪୦୬ ରନ୍‌ର ବଡ଼ ଲକ୍ଷ୍ୟକୁ ହାସଲ କରି ଭାରତ ଚମତ୍କାର ବିଜୟ ହାସଲ କରିଛି। ଏହି ମ୍ୟାଚ୍‌ରେ ଶୁବମନ ଗିଲ୍‌ଙ୍କ…

ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି, ଆଜିଠୁ ଆନ୍ଦୋଳନକୁ ଓହ୍ଲାଇବ CJP

ମୁମ୍ବାଇ, ୨।୧୦(ପି.ଟି.): ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ପ୍ରକ୍ରିୟାରେ ବ୍ୟାପକ ଅନିୟମିତତା ସାମ୍ନାକୁ ଆସିବା ପରେ ମୁଖ୍ୟ ନିର୍ବାଚନ ଆୟୁକ୍ତ (ସିଇସି) ଜ୍ଞାନେଶ କୁମାରଙ୍କ ତୁରନ୍ତ ଇସ୍ତଫା…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?