Posted inଜାତୀୟ

‘ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କ ଆଚରଣ ଭୁଲ୍‌ ଥିଲା’

ନୂଆଦିଲ୍ଲୀ,୨୮ା୭: ନୂଆଦିଲ୍ଲୀରେ ନୀତି ଆୟୋଗର ନବମ ପରିଚାଳନା ପରିଷଦ ବୈଠକ ଶନିବାର ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଧ୍ୟକ୍ଷତା କରିଥିଲେ। କେନ୍ଦ୍ର ବଜେଟ୍‌ରେ ଭେଦଭାବ ଅଭିଯୋଗ କରି କିଛି ଅଣ-ଭାଜପା ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏହି ବୈଠକରେ ଅଂଶଗ୍ରହଣ କରି ନ ଥିଲେ। ଏହା ଉପରେ ଶିବସେନା (ୟୁବିଟି) ନେତା ସଞ୍ଜୟ ରାଓ୍ବତ ମଧ୍ୟ ପ୍ରତିକ୍ରିୟା ପ୍ରକାଶ କରି କହିଛନ୍ତି ଯେ, ଯେଉଁଭଳି ଭାବେ ବଜେଟ ପ୍ରସ୍ତୁତ କରାଯାଇଥିଲା, ନୀତି ଆୟୋଗ ମଧ୍ୟ ସେହି ଅନୁସାରେ କାମ କରିବ।

କହିରଖୁଛୁ, କେବଳ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏହି ବୈଠକରେ ବିରୋଧୀ ଦଳରୁ ଯୋଗ ଦେଇଥିଲେ, କିନ୍ତୁ ସେ ବୈଠକ ଅଧାରୁ ଉଠି ଆସିଥିଲେ। ସେ ଅଭିଯୋଗ କରିଛନ୍ତି ଯେ, ତାଙ୍କୁ ଏହି ବୈଠକରେ ଭାଷଣ ଦେବାର ସୁଯୋଗ ଦିଆଯାଇନାହିଁ। ମମତା ବାନାର୍ଜୀଙ୍କ ଅଭିଯୋଗକୁ କେନ୍ଦ୍ରମନ୍ତ୍ରୀ ଚିରାଗ ପାସଓ୍ବାନ ପ୍ରତିକ୍ରିୟା ଦେଇଛନ୍ତି। ସେ ମମତାଙ୍କ ଆଚରଣକୁ ଭୁଲ୍‌ ବୋଲି କହିଛନ୍ତି।

ଚିରାଗ କହିଛନ୍ତି, ନୀତି ଆୟୋଗ ବୈଠକରେ ମାଇକ୍‌ ବନ୍ଦ କରିଥିବାର ଅଭିଯୋଗ ମିଥ୍ୟା ଅଟେ। ମମତା ବୈଠକ ଅଧାରୁ ଉଠି ବାହାରକୁ ଯିବା ଭୁଲ୍‌ ଥିଲା। ଏହା ବିରୋଧୀ ଦଳରେ ଘଟୁଛି। ଅରାଜକତା ସୃଷ୍ଟି କରିବା ଏବଂ ନିଜ ପ୍ରତି ଧ୍ୟାନ ଦେବା ପାଇଁ ଏକ ସୁଚିନ୍ତିତ ରଣନୀତି ଯଦି କୌଣସି ରାଜ୍ୟ ଅନୁଭବ କରନ୍ତି ଯେ, ସେମାନଙ୍କ ପ୍ରତି ଭୁଲ କରାଯାଇଛି, ସେମାନେ ନୀତି ଆୟୋଗରେ ସେମାନଙ୍କର ସମସ୍ୟା ଉଠାଇ ପାରିବେ। ମାତ୍ର ବୈଠକ ଛାଡ଼ି ଚାଲିଯିବା ଅଶୋଭନୀୟ ଅଟେ  ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ ହେଲେ ଆଦିତ୍ୟ: ଖେଳିଗଲା ଖୁସିର ଲହରୀ

ଗୁଡାରି, ୨୧/୯ (ପ୍ରମୋଦ କୁମାର ପତି): ସ୍ଥାନୀୟ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଆଦିତ୍ୟ ନାରାୟଣ ଗୌଡ଼ ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?