Posted inଜାତୀୟ

ମହିଳା ବିଧାୟକଙ୍କ ଗାଲ ଟାଣିଲେ ଏମ୍‌ପି: ଭିଡିଓ ଭାଇରାଲ

କୋଲକତା,୧୦ା୩: ପଶ୍ଚିମବଙ୍ଗ ନିର୍ବାଚନ ପାଇଁ ଆଉ କିଛି ଦିନ ବାକି ଅଛି। ଏଭଳି ପରିସ୍ଥିତିରେ ବିଭିନ୍ନ ଦଳ ପକ୍ଷରୁ ପରସ୍ପର ଆରୋପ-ପ୍ରତ୍ୟାରୋପ ଲାଗିରହିଛି। ଏଭଳି ପରିସ୍ଥିତିରେ ଆଉ ଏକ ରୋଚକ ମାମଲା ସାମ୍ନାକୁ ଆସିଛି। ଭାଜପା ଏମ୍‌ପି ଲକେଟ ଚାଟାର୍ଜୀ ତାଙ୍କ ଟୁଇଟର ଆକାଉଣ୍ଟରେ ଏକ ଭିଡିଓ ଶେୟାର କରି ତୃଣମୂଳ କଂଗ୍ରେସ ଏମ୍‌ପି କଲ୍ୟାଣ ବାନାର୍ଜୀଙ୍କୁ ଟାର୍ଗେଟ କରିଛନ୍ତି। ଏହି ଭିଡିଓରେ କଲ୍ୟାଣ ବାନାର୍ଜୀ ଖବରଦାତା ସମ୍ମିଳନୀରେ ଦଳର ଜଣେ ମହିଳା ବିଧାୟକଙ୍କ ଗାଲ ଟାଣୁଥିବା ନଜର ଆସିଛନ୍ତି। ଏହି ଘଟଣାର କେବେ ଘଟିଥିଲା ତାହା ସ୍ପଷ୍ଟ ହୋଇ ନାହିଁି। କିନ୍ତୁ ଲକେଟ ଚାଟାର୍ଜୀ ଦାବି କରିଛନ୍ତି ଯେ ଏଥିରେ ଦେଖାଯାଇଥିବା ବ୍ୟକ୍ତି ହେଉଛନ୍ତି ଟିଏମସି ଏମ୍‌ପି କଲ୍ୟାଣ ବାନାର୍ଜୀ। ଟିଏମସି ମହିଳା ସଶକ୍ତିକରଣ କରୁଛି, ଟିଏମସି ଏମ୍‌ପି କଲ୍ୟାଣ ବାନାର୍ଜୀ ଏବଂ ବିଦାୟ ନେଉଥିବା ବାନଙ୍କୁରା ମହିଳା ବିଧାୟକ ଟିକେଟ ନ ପାଇ ନିରାଶ, ଲଜ୍ଜିତ ବୋଲି ଭିଡିଓ ଶେୟାର କରି ଲକେଟ୍‌ କହିଛନ୍ତି।

ଏହି ଭିଡିଓ ଭାଇରାଲ ହେବା ପରେ ଭାଜପା ତୃଣମୂଳ କଂଗ୍ରେସ ଉପରେ ବର୍ଷିଛି। ଏହି ପରିପ୍ରେକ୍ଷୀରେ ଭାଜପା କହିଛି ଯେ ଗତ ୧୦ ବର୍ଷ ମଧ୍ୟରେ ପଶ୍ଚିମବଙ୍ଗରେ ବଳାତ୍କାର, ନିର୍ଯାତନା ଭଳି ମହିଳା ଅପରାଧ ଘଟଣା ବଢିଚାଲିଛି। ଏପରିକି ରାଜ୍ୟର ମମତା ସରକାର ଏନସିଆରବିରେ ମହିଳାଙ୍କ ପ୍ରତି ହୋଇଥିବା ଅପରାଧର ପରିସଂଖ୍ୟାନ ଦେଇନାହାଁନ୍ତି। ଏହି କାରଣରୁ ବିସ୍ତୃତ ରିପୋର୍ଟ ମଧ୍ୟ ପ୍ରସ୍ତୁତ ହୋଇନାହିଁ। ଅନ୍ୟପକ୍ଷରେ ପଶ୍ଚିମବଙ୍ଗରେ ଅନୁଷ୍ଠିତ ହେବାକୁ ଥିବା ବିଧାନସଭା ନିର୍ବାଚନରେ ତୃଣମୂଳ କଂଗ୍ରେସ ଏଥର ୫୦ ଜଣ ମହିଳାଙ୍କୁ ସ୍ଥାନ ଦେଇଛି। ନିକଟରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଧ୍ୟ ମହିଳାମାନଙ୍କ ସୁରକ୍ଷା ଏବଂ ମୁଦ୍ରାସ୍ଫୀତି ସମ୍ପର୍କରେ କୋଲକତାରେ ଏକ ରାଲି କରିଛନ୍ତି। ଏଥିରେ ତାଙ୍କ ସହିତ ବହୁ ସଂଖ୍ୟକ ମହିଳା ନଜର ଆସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri