Posted inଜାତୀୟ

ପଶ୍ଚିମବଙ୍ଗ ନିର୍ବାଚନ: କଂଗ୍ରେସ-ବାମଦଳ-ଆଇଏସ୍‌ଏଫ୍‌ ଆସନ ଭାଗବଣ୍ଟା

କୋଲକାତା,୩।୩: ଆଗକୁ ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନ। ଏନେଇ କଂଗ୍ରେସ, ବାମଦଳ ଏବଂ ଆଇଏସ୍‌ଏଫ୍‌ ମେଣ୍ଟ ମଧ୍ୟରେ ଆସନ ଭାଗବଣ୍ଟା ଚୂଡ଼ାନ୍ତ ହୋଇଛି। ରାଜ୍ୟର ୨୯୪ ବିଧାନସଭା ଆସନ ମଧ୍ୟରୁ ବାମଦଳକୁ ୧୬୫, କଂଗ୍ରେସକୁ ୯୨ ଏବଂ ଇଣ୍ଡିଆନ୍‌ ସେକ୍ୟୁଲାର୍‌ ଫ୍ରଣ୍ଟ (ଆଇଏସ୍‌ଏଫ୍‌)କୁ ୩୭ ଆସନ ମିଳିଛି। ମାର୍ଚ୍ଚ ୮ରେ ପ୍ରାର୍ଥୀ ତାଲିକା ଘୋଷଣା କରାଯିବାର ସମ୍ଭାବନା ରହିଛି। ରାଜ୍ୟରେ ୮ ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହେବ। ପ୍ରଥମ ପର୍ଯ୍ୟାୟରେ ମାର୍ଚ୍ଚ ୨୭ରେ ୩୦ ବିଧାନସଭା ଆସନ ପାଇଁ ମତଦାନ କରାଯିବ। ସେହିପରି ଏପ୍ରିଲ୍‌ ୧ରେ ଦ୍ୱିତୀୟ ପର୍ଯ୍ୟାୟରେ ୩୦ ଆସନରେ ଭୋଟଦାନ ହେବ। ତୃତୀୟ ପର୍ଯ୍ୟାୟ ୩୧ ବିଧାନସଭା ଆସନରେ ମତଦାନ ଏପ୍ରିଲ୍‌ ୬ରେ ଅନୁଷ୍ଠିତ ହେବ। ୧୦ ଏପ୍ରିଲ୍‌ରେ ଚତୁର୍ଥ ପର୍ଯ୍ୟାୟରେ ୪୪ ଆସନରେ ମତଦାନ କରାଯିବ। ୧୭ ଏପ୍ରିଲ୍‌ରେ ପଞ୍ଚମ ପର୍ଯ୍ୟାୟରେ ୪୫ ଆସନ ପାଇଁ ଭୋଟ ଅନୁଷ୍ଠିତ ହେବ। ସେହିପରି ୨୨ ଏପ୍ରିଲ୍‌ରେ ଷଷ୍ଠ ପର୍ଯ୍ୟାୟରେ ୪୩ ବିଧାନସଭା ଆସନ ଲାଗି ମତଦାନ ହେବ। ସପ୍ତମ ପର୍ଯ୍ୟାୟରେ ୨୬ ଏପ୍ରିଲ୍‌ରେ ୩୬ ଆସନରେ ଭୋଟିଂ କରାଯିବ। ଅଷ୍ଟମ ତଥା ଅନ୍ତିମ ପର୍ଯ୍ୟାୟରେ ୨୯ ଏପ୍ରିଲ୍‌ରେ ୩୫ ବିଧାନସଭା ଆସନରେ ମତଦାନ ଅନୁଷ୍ଠିତ ହେବ। ନିର୍ବାଚନ ଫଳାଫଳ ଘୋଷଣା ମେ ୨ରେ ହେବ। ସମ୍ପ୍ରତି ରାଜ୍ୟ ବିଧାନସଭାରେ ତୃଣମୂଳ କଂଗ୍ରେସ ପାଖରେ ୨୧୧ ଜଣ ସଦସ୍ୟ ଥିବାବେଳେ କଂଗ୍ରେସର ୪୪ ଜଣ ସଦସ୍ୟ ରହିଛନ୍ତି। ସେହପରି ବାମଦଳର ୨୬, ଭାଜପାର ୩ ଏବଂ ୧୦ ଜଣ ନିର୍ଦ୍ଦଳୀୟ ସଦସ୍ୟ ରହିଛନ୍ତି। ରାଜ୍ୟରେ ସରକାର ଗଠନ ପାଇଁ ମ୍ୟାଜିକ୍‌ ନମ୍ବର ୧୪୮ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦକ୍ଷିଣ ଆଫ୍ରିକାରେ ଗୁଳିକାଣ୍ଡ: ୨୭ ମୃତ

କେପ୍‌ ଟାଉନ୍‌,୨୮ା୯: ଦକ୍ଷିଣ ଆଫ୍ରିକୀୟ ସହରରେ ୨ଟି ଗୁଳିକାଣ୍ଡ ଘଟଣାରେ ଅନୂ୍ୟନ ୨୭ ଜଣଙ୍କ ମୃତ୍ୟୁ ହୋଇଛି। ପ୍ରଥମ ଘଟଣା ଶନିବାର ରାତିରେ ଜୋହାନ୍ସବର୍ଗ ନିକଟରେ ଥିବା…

ୟୁଏନ୍‌ଜିଏରେ ପାକିସ୍ତାନକୁ ନିନ୍ଦାକଲେ ଜୟଶଙ୍କର, କହିଲେ କ୍ରମାଗତ ଆତଙ୍କବାଦ ଚଳାଉଥିବା ଦେଶର…

ଜାତିସଂଘ,୨୮ା୯(ପି.ଟି.): ଜାତିସଂଘ ସାଧାରଣ ସଭା (ୟୁଏନ୍‌ଜିଏ)ରେ ଶନିବାର ଭାରତ ପାକିସ୍ତାନକୁ କଡ଼ା ସମାଲୋଚନା କରିଛି। ଆତଙ୍କବାଦକୁ ସ୍ବାଭାବିକ ରୂପ ଦେବା ଏବଂ ଏହାର ପ୍ରଭାବରୁ ରକ୍ଷା ପାଇବା…

ବାରଣ୍ଡାରେ ଚାଲିଛି ରୋଷେଇ, ମଧ୍ୟାହ୍ନଭୋଜନ ପାଇଁ ରାସ୍ତା ପାର ହେଉଛନ୍ତି ପିଲା

ନୟାଗଡ଼,୨୮ା୯(ଲୋକନାଥ ମିଶ୍ର): ଗୁଣାତ୍ମକ ଶିକ୍ଷାଦାନ ପାଇଁ ସରକାର ବିପୁଳ ଅର୍ଥ ଖର୍ଚ୍ଚ କରୁଥିଲେ ମଧ୍ୟ ଅନେକ ସ୍ଥାନରେ ଅସଜଡା ଭିତ୍ତିଭୂମିରେ ପରିବର୍ତ୍ତନ ଆସୁନାହିଁ। ଏପରି କି ଶୈକ୍ଷିକ…

କିଡ୍‌ନୀ ଖରାପ ହେଲେ ଆରମ୍ଭରୁ ଦେଖାଦିଏ ଏସବୁ ଲକ୍ଷଣ…

ଆମ ଶରୀରର ଏକ ମୁଖ୍ୟ ଓ ଦରକାରୀ ଅଙ୍ଗ ହେଉଛି କିଡ୍‌ନୀ। ଶରୀରରେ ପ୍ରଭାବିତ ହେଉଥିବା ରକ୍ତକୁ ଏହା ବିଶୋଧନ କରି, ଅଦରକାରୀ ତତ୍ତ୍ୱକୁ ନିଷ୍କାସନ କରିଥାଏ।…

ସାବାଡ଼ ହେବେ ଅମାନିଆ: ଗାଜଲବାଡ଼ି ଘାଟିରେ ଲାଗିବ ଓଭରହେଡ୍‌ ବ୍ୟାରିଅର, ଭାରୀଯାନ ଚଳାଚଳ କଲେ…

ଦାରିଙ୍ଗବାଡ଼ି,୨୮ା୯(ଅରୁଣ ସାହୁ): କନ୍ଧମାଳ ଓ ଗଞ୍ଜାମ ଜିଲାକୁ ସଂଯୋଗ କରୁଥିବା ଗାଜଲବାଡ଼ି ଘାଟି ରାସ୍ତାର କନ୍ଧମାଳ ଜିଲା ସୀମାନ୍ତ ବାଇମାଲା ଏବଂ ଗଞ୍ଜାମ ଜିଲା ସୋରଡ଼ା ବ୍ଲକ…

ଏଇ ଭାରତରେ

ଝାଡ଼ଖଣ୍ଡର ଚିତ୍ରଶିଳ୍ପୀ ପ୍ରକାଶ ଶାହ ମେଟାଲ, ପ୍ଲାଷ୍ଟିକ ଏବଂ ଶିଳ୍ପଜାତ ବର୍ଜ୍ୟକୁ ଆକର୍ଷଣୀୟ ପବ୍ଲିକ ଆର୍ଟରେ ପରିଣତ କରୁଛନ୍ତି। ସେ ସାହିବଗଞ୍ଜରେ ଓ୍ବେଷ୍ଟ ଟୁ ଓ୍ବଣ୍ଡର ପାର୍କ…

ରକ୍ତତୀର୍ଥ ଇରମ

ସାରା ଦେଶରେ ସ୍ବାଧୀନତା ପାଇଁ ଯେଉଁ ଆନ୍ଦୋଳନ ଆରମ୍ଭ ହେଲା ସେଥିରେ ଅନେକ ହଜାର କ୍ରାନ୍ତିକାରୀ ଯୋଗଦେଇ କାରାବରଣ କରିଥିଲେ। ଓଡ଼ିଶାରେ ଏହି ଆନ୍ଦୋଳନର ନେତୃତ୍ୱ ନେଇଥିଲେ…

ରାଷ୍ଟ୍ର ନିର୍ମାଣ ପ୍ରତି ସମର୍ପିତ ଜଣେ ମହାପୁରୁଷ

ଖୁବ୍‌ ସୁନ୍ଦର ଉକ୍ତିଟିଏ ଅଛି, ”ବୃକ୍ଷ କବହୁଁ ନହିଁ ଫଲ ଭଖୈ, ନଦୀ ନ ସଂଚୈ ନୀର୍‌। ପରମାରଥ କେ କାରନେ, ସାଧୁନ ଧରା ଶରୀର।“ ଏହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?