Posted inଜାତୀୟ

ଖୋଲିବ ସେଲୁନ, ଚାଲିବ ବସ୍‌

କୋଲକାତା,୨୮।୬: ପଶ୍ଚିମବଙ୍ଗରେ କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି। ହେଲେ ଲୋକଙ୍କ ସ୍ବାସ୍ଥ୍ୟକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସୋମବାର ରାଜ୍ୟରେ କୋଭିଡ କଟକଣାକୁ ଜୁଲାଇ ୧୫ ପର୍ଯ୍ୟନ୍ତ ଆହୁରି ବୃଦ୍ଧି କରିଛନ୍ତି। ହେଲେ ସରକାର ଅନେକ କ୍ଷେତ୍ରରେ ସର୍ତ୍ତମୂଳକ ଗାଇଡଲାଇନ୍‌ ଜାରି କରିଛନ୍ତି। ପୂର୍ବରୁ ଜାରି ହୋଇଥିବା କୋଭିଡ୍‌ କଟକଣା ଜୁଲାଇ ୧ ତାରିଖରେ ଶେଷ ହେବ। ପରେ ନୂତନ ଗାଇଡ୍‌ଲାଇନ କାର୍ଯ୍ୟକାରୀ ହେବ।

ସରକାରଙ୍କ ନୂଆ ଗାଇଡ୍‌ଲାଇନ ଅନୁଯାୟୀ, ୧ ତାରିଖରୁ ରାଜ୍ୟରେ ଥିବା ସେଲୁନ, ଜିମ୍‌ ଏବଂ ବିୟୁଟି ପାର୍ଲର ୫୦ ପ୍ରତିଶତ କ୍ଷମତା ସହ ଖୋଲିବ। ସମସ୍ତ ସରକାରୀ ଓ ଘରୋଇ ଅଫିସଗୁଡିକ ୫୦ ପ୍ରତିଶତ କର୍ମଚାରୀଙ୍କୁ ନେଇ ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଖୋଲା ରହିଛି।

ବ୍ୟାଙ୍କ ଓ ଅନ୍ୟ ଆର୍ଥିକ କାରବାର କରୁଥିବା ସଂସ୍ଥା ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ଚାଳିବ । ଘରୋଇ ଓ ସରକାରୀ ବସ୍‌ କ୍ଷମତାର ୫୦ ପ୍ରତିଶତ ଲୋକଙ୍କୁ ନେଇ ଚାଲିବ। ହେଲେ ବସ୍‌ କର୍ମଚାରୀଙ୍କୁ କରୋନା ଟିକା ନେବାକୁ ବାଧ୍ୟତାମୂଳକ କରାଯାଇଛି। ପରିବା ଦୋକନ ସକାଳ ୬ଟାରୁ ଦିନ ୧୨ ଯାଏ ଖୋଲିବ। ଅନ୍ୟ ମାର୍କେଟଗୁଡିକ ପୂର୍ବାହ୍ନ ୧୧ଟାରୁ ରାତି ୮ଟା ପର୍ଯ୍ୟନ୍ତ ଖୋଲା ରହିବ ବୋଲି ଗାଇଡ୍‌ଲାଇନରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟା ସଙ୍କଟକୁ ନେଇ ଚିନ୍ତା ପ୍ରକଟ କଲେ ଧମେନ୍ଦ୍ର ପ୍ରଧାନ, ସମ୍ବଲପୁରବାସୀଙ୍କୁ…

ଭୁବନେଶ୍ୱର,୩୧।୭: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଏବେ ଓଡ଼ିଶାର ୬ ଜିଲାରେ ବନ୍ୟା ସଙ୍କଟ ସୃଷ୍ଟି କରିଥିବାବେଳେ ୯ ଜିଲାରେ ବିଶେଷ ପ୍ରଭାବ ପକାଇଛି।…

ମୋଦି-ଶାହାଙ୍କୁ ରାହୁଲଙ୍କ କଡ଼ା ବାର୍ତ୍ତା, Gen Zଙ୍କୁ ନେଇ କହିଦେଲେ ଏମିତି

ନୂଆଦିଲ୍ଲୀ,୩୧।୭: ଲୋକସଭାର ବିରୋଧୀ ଦଳନେତା ରାହୁଲ ଗାନ୍ଧୀ ପୁଣିଥରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ କଡ଼ା ସମାଲୋଚନା କରିଛନ୍ତି । ଶୁକ୍ରବାର ସେ…

ବର୍ଷାରେ ଭାଙ୍ଗିଲା ଝାଟିମାଟି ଘର: ସାହାରା ଖୋଜୁଛନ୍ତି ସମସ୍ତ ସରକାରୀ ଯୋଜନାରୁ ବଞ୍ଚିତ ସନ୍ତୋଷ

ନୂଆପଡା,୩୧ା୭ (ମକାରୁ ବେମାଲ): କୋମନା ବ୍ଲକ ଅନ୍ତର୍ଗତ ଜଡାମୁଣ୍ଡା ଗଁାର ସନ୍ତୋଷ ପ୍ରଧାନୀ (୬୮) ବର୍ଷ ବର୍ଷ ଧରି ଏକ ଝାଟିମାଟି ବାଉଁଶ ଓ ପଲିଥିନରେ ତିଆରି…

ଶ୍ରୀଲଙ୍କା ଗସ୍ତରେ ଏହି ୩ ଷ୍ଟାର ଖେଳାଳିଙ୍କ ପାଇଁ କର ବା ମର ପରିସ୍ଥିତି, ବିଫଳ ହେଲେ ଟିମ ଇଣ୍ଡିଆରୁ ବିଦାୟ!

ନୂଆଦିଲ୍ଲୀ, ୩୧।୭: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଅଗଷ୍ଟ ୧୫ରୁ ଦୁଇଟି ଟେଷ୍ଟ ମ୍ୟାଚର ସିରିଜ ଆରମ୍ଭ ହେଉଛି। ବିଶ୍ୱ ଟେଷ୍ଟ ଚାମ୍ପିଅନସିପ ଦୃଷ୍ଟିରୁ ଏହି ସିରିଜ…

ରାହାଣେଙ୍କ ଅବସର ପରେ କୋହଲିଙ୍କ ଭାବବିହ୍ବଳ ବାର୍ତ୍ତା, ପଢ଼ନ୍ତୁ କ’ଣ କହିଲେ…

ନୂଆଦିଲ୍ଲୀ, ୩୧।୭: କ୍ରିକେଟର ଅନୁଭବୀ ବ୍ୟାଟ୍ସମ୍ୟାନ ଅଜିଙ୍କ୍ୟ ରାହାଣେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେବା ପରେ ତାଙ୍କୁ କ୍ରମାଗତ ଭାବେ ଦିଗ୍ଗଜ ଖେଳାଳିମାନଙ୍କର ଶୁଭେଚ୍ଛା ମିଳୁଛି। ଏହି…

ନିଶା କାରବାରୀଙ୍କୁ ଝଟକା: ୨୭ କେଜି ଗଞ୍ଜେଇ ସହ ଜଣଙ୍କୁ ବାନ୍ଧିଲା ପୋଲିସ

ଭଞ୍ଜନଗର, ୩୧୭(ବାବୁଲା ପ୍ରଧାନ):ନିଶା କାରବାର ବିରୋଧରେ ଗଞ୍ଜାମ ପୋଲିସର କଡ଼ା ଅଭିଯାନ ଜାରି ରହିଥିବାବେଳେ ଭଞ୍ଜନଗର ପୋଲିସକୁ ମିଳିଛି ବଡ଼ ସଫଳତା। ଏକ ବେଆଇନ ଗଞ୍ଜେଇ ଚାଲାଣ…

ମୋଦିଙ୍କ ତ୍ୱଚା ଦେଶର ଭବିଷ୍ୟତ ଅପେକ୍ଷା ଅଧିକ ଉଜ୍ଜ୍ୱଳ: ଏମିତି କାହିଁକି କହିଲେ ଅଭିଜିତ୍‌ ଦୀପକେ

ନୂଆଦିଲ୍ଲୀ,୩୧।୭: ଲୋକ ସଭା ପରେ, ରାଜ୍ୟ ସଭା ଏବେ ପେପର ଲିକ ବିରୋଧୀ ସଂଶୋଧନ ବିଲ,୨୦୨୬କୁ ମଧ୍ୟ ଅନୁମୋଦନ କରିଛି। ରାଷ୍ଟ୍ରପତିଙ୍କ ସମ୍ମତି ପାଇବା ପରେ ଏହି…

ଅଭିଜିତ ଦୀପକେଙ୍କୁ ଭାଜପାରୁ ମିଳୁଛି ଧମକ, ଦଳରେ ଯୋଗ ନଦେଲେ….

ନୂଆଦିଲ୍ଲୀ,୩୧।୭: ସିଜେପି ନେତା ଅଭିଜିତ୍‌ ଦୀପକେ ଭାଜପା ବିରୋଧରେ ଗୁରୁତର ଅଭିଯୋଗ ଆଣିଛନ୍ତି। ଗଣମାଧ୍ୟମ ପ୍ରତିନିଧିଙ୍କ ପ୍ରଶ୍ନର ଉତ୍ତର ଦେଇ ସେ କହିଛନ୍ତି, ଭାଜପାରେ ଯୋଗଦେବା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri