ରାଜ୍ୟ ସରକାରୀ କର୍ମଚାରୀଙ୍କ ବଲ୍ଲେ ବଲ୍ଲେ! କେନ୍ଦ୍ର କର୍ମଚାରୀଙ୍କ ଭଳି ବଢିବ ମହଙ୍ଗା ଭତ୍ତା

ନୂଆଦିଲ୍ଲୀ,୨୯ା୭: ପଶ୍ଚିମବଙ୍ଗର ହଜାର ହଜାର ସରକାରୀ କର୍ମଚାରୀଙ୍କ ପାଇଁ ଏକ ଖୁବ୍‌ ଭଲ ଖବର ସାମ୍ନାକୁ ଆସିଛି। ରାଜ୍ୟର ମୁଖ୍ୟମନ୍ତ୍ରୀ ମହଙ୍ଗା ଭତ୍ତା (DA) କୁ ନେଇ ଏକ ବଡ଼ ଅପଡେଟ୍‌ ଦେଇଛନ୍ତି। ବଙ୍ଗଳାର ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ସୂଚନା ଦେଇ କହିଛନ୍ତି ଯେ, ସରକାରୀ କର୍ମଚାରୀମାନଙ୍କୁ ଦୁର୍ଗାପୂଜା ପୂର୍ବରୁ ମହଙ୍ଗା ଭତ୍ତା ପ୍ରଦାନ କରାଯିବ। ଏହା ସହିତ ସେ କହିଛନ୍ତି ଯେ କେନ୍ଦ୍ର ସରକାରଙ୍କ କର୍ମଚାରୀମାନଙ୍କୁ ଯେତିକି ମହଙ୍ଗା ଭତ୍ତା ଦିଆଯାଉଛି, ଜଲ୍‌ଦି ରାଜ୍ୟ ସରକାରୀ କର୍ମଚାରୀମାନଙ୍କୁ ମଧ୍ୟ ସେତିକି ମିଳିବ। ସେ କହିଛନ୍ତି ଯେ ଏହି ପାର୍ଥକ୍ୟକୁ ଦୂର କରିବା ପାଇଁ ଟିକିଏ ସମୟ ଲାଗିପାରେ। ଆସନ୍ତୁ ଜାଣିବା ମହଙ୍ଗା ଭତ୍ତାକୁ ନେଇ ସେ କି ପ୍ରକାର ସୂଚନା ଦେଇଛନ୍ତି…

ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ରାଜ୍ୟ ସରକାରଙ୍କ କର୍ମଚାରୀମାନଙ୍କୁ ଦୁର୍ଗାପୂଜା ପୂର୍ବରୁ ୨୦ ପ୍ରତିଶତ ଅତିରିକ୍ତ ମହଙ୍ଗା ଭତ୍ତା (ଡିଏ) ଏବଂ ଅକ୍ଟୋବର ମାସର ଦରମା ପ୍ରଦାନ କରାଯିବ ବୋଲି କହିଛନ୍ତି। ଅଧିକାରୀ କହିଛନ୍ତି ଯେ, ସେ କେନ୍ଦ୍ର ଏବଂ ରାଜ୍ୟ ସରକାରୀ କର୍ମଚାରୀଙ୍କ ମଧ୍ୟରେ ଥିବା ମହଙ୍ଗା ଭତ୍ତା (ଡିଏ) ର ପାର୍ଥକ୍ୟକୁ କମ୍‌ କରିବା ପାଇଁ ପ୍ରତିଶ୍ରୁତିବଦ୍ଧ। ସେ ଆହୁରି ମଧ୍ୟ କହିଛନ୍ତି ଯେ କିଛି ଦିନ ପୂର୍ବରୁ ଗଠିତ ସପ୍ତମ ବେତନ କମିଶନଙ୍କ ସୁପାରିଶକୁ ଲାଗୁ କରାଯିବ। ପଶ୍ଚିମବଙ୍ଗ ପୋଲିସ ମୁଖ୍ୟାଳୟ ‘ଭବାନୀ ଭବନ’ରେ ଆୟୋଜିତ ଏକ କାର୍ଯ୍ୟକ୍ରମକୁ ସମ୍ବୋଧିତ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ମୁଁ ଅର୍ଥ ସଚିବ ଏବଂ ଅର୍ଥମନ୍ତ୍ରୀଙ୍କୁ ଅକ୍ଟୋବର ମାସର ଦରମା ଦୁର୍ଗାପୂଜା ପୂର୍ବରୁ ପ୍ରଦାନ କରିବାକୁ କହିଛି। ଏହା ସହିତ, ପୂଜା ମାସରେ ଅତିରିକ୍ତ ୨୦ ପ୍ରତିଶତ ମହଙ୍ଗା ଭତ୍ତା ପ୍ରଦାନ କରିବାକୁ ମୁଁ ସେମାନଙ୍କୁ ନିର୍ଦ୍ଦେଶ ଦେଇଛି।

ରାଜ୍ୟ ସରକାରଙ୍କ କର୍ମଚାରୀମାନଙ୍କୁ ସାଧାରଣତଃ ପ୍ରତ୍ୟେକ ମାସର ଶେଷ କାର୍ଯ୍ୟଦିବସରେ ଦରମା ମିଳିଥାଏ। ଯଦି ଏହି ନିଷ୍ପତ୍ତି ଲାଗୁ ହୁଏ, ତେବେ କର୍ମଚାରୀମାନଙ୍କୁ ଏହି ବର୍ଷ ଅକ୍ଟୋବର ମଝିରେ ହେବାକୁ ଥିବା ଦୁର୍ଗାପୂଜା ଉତ୍ସବର ଯଥେଷ୍ଟ ପୂର୍ବରୁ ଦରମା ମିଳିଯିବ। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ରାଜ୍ୟ ସରକାରଙ୍କ ବଜେଟ୍‌ରେ କରାଯାଇଥିବା ଘୋଷଣା ଅନୁଯାୟୀ ଅତିରିକ୍ତ ୨୦ ପ୍ରତିଶତ ମହଙ୍ଗା ଭତ୍ତା ଅକ୍ଟୋବରରୁ କାର୍ଯ୍ୟକାରୀ ହେବ। ସେ କହିଛନ୍ତି ଯେ କେନ୍ଦ୍ର ଏବଂ ରାଜ୍ୟ ମଧ୍ୟରେ ଡିଏ (DA) ରେ ୪୨ ପ୍ରତିଶତର ପାର୍ଥକ୍ୟ ରହିଛି। ଆମେ ଏହି ପାର୍ଥକ୍ୟକୁ ରାତାରାତି ଶେଷ କରିପାରିବୁ ନାହିଁ, ଏଥିପାଇଁ ସମୟ ଲାଗିବ। ପୂର୍ବରୁ ଆଇପିଏସ୍ (IPS) ରାଙ୍କରୁ ତଳ କର୍ମଚାରୀଙ୍କ ପ୍ରତି ଯଥେଷ୍ଟ ଧ୍ୟାନ ଦିଆଯାଇ ନଥିବା ଦର୍ଶାଇ ଅଧିକାରୀ କହିଛନ୍ତି ଯେ, ପୋଲିସ କର୍ମଚାରୀମାନଙ୍କୁ ମଧ୍ୟ ରାଜ୍ୟ ସରକାରଙ୍କ ଅନ୍ୟ କର୍ମଚାରୀଙ୍କ ଭଳି ବିଗତ କିଛି ବର୍ଷ ହେବ ଆର୍ଥିକ ସମସ୍ୟାର ସାମ୍ନା କରିବାକୁ ପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଢାବା କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ

ବୈଶିଙ୍ଗା,୧୨।୯(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅଧୀନ ୧୮ ନମ୍ବର ଜାତୀୟ ରାଜପଥ ଗଡଦେଉଳିଆ ସ୍ଥିତ ଏକ ଢ଼ାବାରେ ଶନିବାର ସନ୍ଧ୍ୟାରେ ୪ଜଣ ଦୁର୍ବୃତ୍ତ ପଶି…

ଝିଅ ଘରକୁ ବୁଲିବାକୁ ଯାଇଥିଲେ, କଳାକନା ବୁଲାଇଲେ ଦୁର୍ବୃତ୍ତ

ବୈଶିଙ୍ଗା,୧୨।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡଦେଉଳିଆ ଗ୍ରାମର ଜନୈକ ବ୍ୟକ୍ତି ତାଙ୍କ ଝିଅ ଘରକୁ ବୁଲିବାକୁ ଯାଇଥିବା ବେଳେ ଦୁର୍ବୃତ୍ତମାନେ ଘରେ ପଶି…

ବାଇକ୍‌କୁ ପିଟିଲା ବାଇକ୍‌: ୨ ଛାତ୍ରଙ୍କ ସମେତ ୪ ଗୁରୁତର

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ନିକଟରେ ଶନିବାର ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ଯୁକ୍ତ ୩ରେ ପଢୁଥିବା ୨ ଛାତ୍ରଙ୍କ ସମେତ…

ଦୁର୍ଘଟଣାରେ ଆହତ ବୃଦ୍ଧଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଆଜି ମୃତଦେହ ଜବତ କରି…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମ ନିକଟ ମୁଖ୍ୟରାସ୍ତାରେ ଏକ ବାଇକ୍‌ ଧକ୍କାରେ ସାନଖେମୁଣ୍ଡି ବ୍ଲକ ଗୌତମୀ ଗ୍ରାମର…

ଗୁଣିଆ ସନ୍ଦେହରେ ବାନ୍ଧିକି ରଖିଲେ, ଭିଡିଓ ଭାଇରାଲ

ପାତ୍ରପୁର,୧୨।୯(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ବି ନୂଆଗାଁ ଗ୍ରାମରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ପରିସ୍ଥିତି ଦେଖିବାକୁ ମିଳିଛି l ଗ୍ରାମର କେଉଟ…

ଭଦ୍ରକରୁ ଅପହରଣ କରି ୫ ଲକ୍ଷ ଟଙ୍କାର ମୁଣ୍ଡ ଜାମିନ ରଖିଥିଲେ ଅପହରଣକାରୀ, ଆଉ ତା’ ପରେ…

ହାଟଡିହୀ,୧୨ା୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ପୋଲିସ ପାଇଁ ଅପହରଣର ଶିକାର ହୋଇଥିବା ୩ ଜଣଙ୍କ ଜୀବନ ବଞ୍ଚିଯାଇଛି। ପୋଲିସର ହସ୍ତକ୍ଷେପ ପରେ ଅପହରଣ ଶିକାର ହୋଇ ୫…

ଜୀବନ ସଂଘର୍ଷରେ ହାରିଗଲେ ଚାଷୀ

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ଗ୍ରାମର ଜଣେ ଚାଷୀ ସାପ କାମୁଡ଼ାରେ ଗୁରୁତର ହୋଇ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଚିକିତ୍ସାଧୀନ ଥିବା…

କାର୍‌ରେ ଚାଲାଣ ହେଉଥିଲା ଗଞ୍ଜେଇ, ଯାଞ୍ଚ ସମୟରେ ମହାରାଷ୍ଟ୍ରର ୨ ଅଭିଯୁକ୍ତଙ୍କୁ ଧରି…

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ପଞ୍ଚାୟତ ଟୋଲଗେଟ ନିକଟରେ ପୋଲିସ ବ୍ଲକିଂ କରି ଯାଞ୍ଚ କରିବା ସମୟରେ ଗୋଟିଏ କାର୍‌ରୁ ୪୨ କେଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?