Posted inଜାତୀୟ

ସିସିଟିଭି ଲଗାଇବାରେ ମନ୍ଥରତାକୁ ନେଇ ପଶ୍ଚିମବଙ୍ଗ ସରକାରଙ୍କୁ ଭର୍ତ୍ସନା

ନୂଆଦିଲ୍ଲୀ,୧।୧୦: ପଶ୍ଚିମବଙ୍ଗର ସରକାରୀ ମେଡିକାଲ କଲେଜଗୁଡ଼ିକରେ ସିସିଟିଭି ଲଗାଇବା, ପାଇଖାନା ଓ ଅଲଗା ରେଷ୍ଟିଂ ରୁମ୍‌ ନିର୍ମାଣରେ ବିଳମ୍ବକୁ ନେଇ ସୁପ୍ରିମକୋର୍ଟ ସୋମବାର ଅସନ୍ତୋଷ ପ୍ରକାଶ କରିଛନ୍ତି। ସର୍ବୋଚ୍ଚ ଅଦାଲତ ଏଥିପାଇଁ ପଶ୍ଚିମବଙ୍ଗ ସରକାରଙ୍କୁ ଭର୍ତ୍ସନା କରିବା ସହ ଅକ୍ଟୋବର ୧୫ ସୁଦ୍ଧା ଏହି ସମସ୍ତ କାର୍ଯ୍ୟ ଶେଷ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। କୋଲକାତା ଆର୍‌.ଜି. କର ହସ୍ପିଟାଲରେ ମହିଳା ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ମାମଲାକୁ ସୁପ୍ରିମକୋର୍ଟ ନିଜଆଡ଼ୁ ଶୁଣାଣି ପାଇଁ ଗ୍ରହଣ କରିଥିଲେ। କୌଣସି ସ୍ଥାନରେ କାର୍ଯ୍ୟ ଅଧାରୁ ଅଧିକ ଶେଷ ହୋଇ ନ ଥିବା ପ୍ରଧାନ ବିଚାରପତି ଡି.ଓ୍ବାଇ. ଚନ୍ଦ୍ରଚୂଡ଼ଙ୍କ ଅଧ୍ୟକ୍ଷତାରେ ଜଷ୍ଟିସ୍‌ ଜେ.ବି. ପର୍‌ଡିଓ୍ବାଲା ଏବଂ ମନୋଜ ମିଶ୍ରାଙ୍କୁ ନେଇ ଗଠିତ ଖଣ୍ଡପୀଠ କହିଛନ୍ତି। କାର୍ଯ୍ୟରେ ମନ୍ଥରତା ପାଇଁ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି କି ବୋଲି ଖଣ୍ଡପୀଠ ପଶ୍ଚିମବଙ୍ଗ ସରକାରଙ୍କ ଓକିଲ ରାକେଶ ଦ୍ୱିବେଦୀଙ୍କୁ ପ୍ରଶ୍ନ କରିଥିଲେ। ୬,୧୭୮ଟି ସିସିଟିଭି କ୍ୟାମେରା ଲାଗିବାକୁ ଥିବାବେଳେ ମାତ୍ର ୨୬ ପ୍ରତିଶତ ସମ୍ପୂର୍ଣ୍ଣ ହୋଇଛି ଏବଂ ଅକ୍ଟୋବର ୧୦ ସୁଦ୍ଧା ଅବଶିଷ୍ଟ ଲାଗିଯିବ ବୋଲି ଦ୍ୱିବେଦୀ କହିଥିଲେ। ସୋସିଆଲ ମିଡିଆରେ ମୃତା ଡାକ୍ତରଙ୍କ ନାମ ଓ ଫଟୋ ବାରମ୍ବାର ପ୍ରକାଶ ପାଉଥିବା ଆଇନଜୀବୀ ବ୍ରିନ୍ଦା ଗ୍ରୋଭର ଅଦାଲତଙ୍କୁ ଜଣାଇଥିଲେ। ନାମ ଓ ଫଟୋ ହଟାଇବା ପାଇଁ ଅଦାଲତ ପୂର୍ବରୁ ନିର୍ଦ୍ଦେଶ ଦେଇଥିବାବେଳେ କାର୍ଯ୍ୟକାରୀ କରିବା ଦାୟିତ୍ୱ ଆଇନ ପ୍ରବର୍ତ୍ତନକାରୀ ସଂସ୍ଥାର ବୋଲି ଖଣ୍ଡପୀଠ କହିଥିଲେ। ପୀଡ଼ିତାଙ୍କ ନାମ ଓ ଫଟୋ ହଟାଇବା ପାଇଁ ଓ୍ବିକିପିଡିଆକୁ ନିର୍ଦ୍ଦେଶ ଦିଆଯାଇଥିବାବେଳେ ଏହା ସବୁ ସୋସିଆଲ ମିଡିଆ ପାଇଁ ଉଦ୍ଦିଷ୍ଟ ବୋଲି ଅଦାଲତ ସ୍ପଷ୍ଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମଥର ପ୍ରଧାନମନ୍ତ୍ରୀଙ୍କୁ ଭେଟି ଏମିତି ଅପିଲ କରିଦେଲେ ବିଜୟ, ଦେଖିକି ରହିଗଲେ …

ନୂଆଦିଲ୍ଲୀ,୨୮।୫: ତାମିଲନାଡୁରେ କ୍ଷମତା ଗ୍ରହଣ କରିବା ପରେ, ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ବୁଧବାର ପ୍ରଥମ ଥର ପାଇଁ ଜାତୀୟ ରାଜଧାନୀ ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ…

ଗାଁ ମୁହାଁ ହାତୀ: ଭୟରେ ଗାଁ ଲୋକେ

ବାଙ୍କୀ,୨୮/୫(ଶୁଭେନ୍ଦୁ ମହାପାତ୍ର): କଟକ ଜିଲା ବାଙ୍କୀ ଉପଖଣ୍ଡ ଜାତ ମୁଣ୍ଡିଆଠାରେ କାଲି ରାତିରୁ ୪ ଟିକିଆ ହାତୀପଲ ବୁଲୁଥିବା ଦେଖି ଅଞ୍ଚଳବାସୀ ଭାୟଭୀତ ଅବସ୍ଥାରେ ଅଛନ୍ତି ।…

ପ୍ରଦ୍ୟୁମ୍ନଙ୍କୁ ମନ୍ତ୍ରୀ ପଦ ଦେବାକୁ ବଢ଼ୁଛି ଅନୁରୋଧ: ଗଞ୍ଜାମରୁ ୨ ଜଣକୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ମିଳିବା ସମ୍ଭାବନା

ଭଞ୍ଜନଗର,୨୮।୫(ବାବୁଲା ପ୍ରଧାନ): ଦୀର୍ଘ ୧୦ ମାସର ନୀରବତା ପରେ ପୁଣି ରାଜ୍ୟ ମନ୍ତ୍ରୀମଣ୍ଡଳରେ ଖାଲିଥିବା ୬ ମନ୍ତ୍ରୀ ପଦବୀ ପୂରଣ ସହ କିଛି ପୁରୁଣା ମନ୍ତ୍ରୀଙ୍କ ପଦବୀ…

ଇରାନ ଉପରେ ବଡ଼ ଆକ୍ରମଣ କଲା ଆମେରିକା: ଖସାଇଲା ଡ୍ରୋନ୍‌

ଓ୍ବାଶିଂଟନ୍‌,୨୮।୫: ଆମେରିକୀୟ ସେନା ପୁଣି ଥରେ ଇରାନରେ ବଡ଼ ଧରଣର ସାମରିକ ଆକ୍ରମଣ କରିଛି। ଆମେରିକୀୟ ଅଧିକାରୀଙ୍କ ଅନୁଯାୟୀ, ଏହି ରାତାରାତି ଆକ୍ରମଣ ସେହି ସାମରିକ ଘାଟିଗୁଡ଼ିକୁ…

କାଳବୈଶାଖୀର ପ୍ରଭାବରେ ଉଡିଲା ଛପର: ୧୪ ଘଣ୍ଟା ହେଲା ବିଦ୍ୟୁତ-ମୋବାଇଲ ସେବା ଅଚଳ

ଦାରିଙ୍ଗବାଡି, ୨୮।୫ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ କାଳ ବୈଶାଖୀର ପ୍ରଭାବରେ ପ୍ରଭାବିତ ହୋଇଛି। ବ୍ଲକ ଅଞ୍ଚଳର ସିମନବାଡି ସମେତ କିରିକୁଟି, ତିଲୋରୀ, ବୁଡ଼ାଗୁଡା,…

ବିଧାୟିକାଙ୍କ ଫଣ୍ଡକୁ ଖର୍ଚ୍ଚ କରିବାରେ ବ୍ଲକ ପ୍ରଶାସନର ବିଳମ୍ବ: ବିଜେଡି କର୍ମୀଙ୍କୁ ଅଣଦେଖା

କେସିଙ୍ଗା,୨୮।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ନର୍ଲା ନିର୍ବାଚନ ମଣ୍ଡଳୀର ବିଧାୟିକା ମନୋରମା ମହାନ୍ତି କେସିଙ୍ଗା ବ୍ଳକ ଗସ୍ତକରି ନିଜ ନିର୍ବାଚନ ମଣ୍ଡଳୀ ଅଧୀନରେ ଥିବା କେସିଙ୍ଗା ବ୍ଳକର…

ବିମାନ ଯାତ୍ରୀଙ୍କୁ ଝଟ୍‌କା! ୨୨% ଘରୋଇ ଉଡ଼ାଣ ବନ୍ଦ କଲା ଏୟାର ଇଣ୍ଡିଆ

ନୂଆଦିଲ୍ଲୀ,୨୮ା୫: ଇନ୍ଧନ ମୂଲ୍ୟ ଅତ୍ୟଧିକ ବୃଦ୍ଧି ଯୋଗୁ କ୍ଷତିରେ ଚାଲୁଥିବା ଏୟାର ଇଣ୍ଡିଆ ଏହାର ଘରୋଇ ବିମାନ ଉଡ଼ାଣ ଅସ୍ଥାୟୀ ଭାବେ ୨୨ ପ୍ରତିଶତ ହ୍ରାସ କରିଛି।…

ରାସ୍ତା ନ ଥିବାରୁ ୩ କିମି ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ ମହିଳା: ପ୍ରଶଂସା ସାଉଁଟିଲେ ଆମ୍ବୁଲାନ୍ସ କର୍ମଚାରୀ

କେସିଙ୍ଗା/ଖପ୍ରାଖୋଲ,୨୮/୫(ତୁମେଶ୍ୱର ସାହୁ/ଅଭୟ ତ୍ରିପାଠୀ): ଖପ୍ରାଖୋଲ ବ୍ଳକ ଅନ୍ତର୍ଗତ ଜାନିପଡା ପାହାଡ଼ ପାଖରେ ରହୁଥିବା ରୋହିତ ଧରୂଆଙ୍କ ସ୍ତ୍ରୀ ସୀମା ମାଝୀଙ୍କ ଗର୍ଭଯନ୍ତ୍ରଣା ହେଉଥିବାରୁ ତାଙ୍କୁ ଡାକ୍ତରଖାନା ଆଣିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri