Posted inଜାତୀୟ

ପଶ୍ଚିମବଙ୍ଗର ତଦନ୍ତ ଉପରେ ସ୍ଥଗିତାଦେଶ

ନୂଆଦିଲ୍ଲୀ, ୧୮।୧୨: ପଶ୍ଚିମବଙ୍ଗ ସରକାରଙ୍କ ଦ୍ୱାରା ଗଠିତ ଜଷ୍ଟିସ୍‌ ଲୋକୁର କମିଶନ ଦ୍ୱାରା ପେଗାସସ୍‌ ଗୁପ୍ତଚରଗିରି ମାମଲାର ତଦନ୍ତ ଉପରେ ସୁପ୍ରିମକୋର୍ଟ ଶୁକ୍ରବାର ସ୍ଥଗିତାଦେଶ ଦେଇଛନ୍ତି। ଫଳରେ ମମତା ବାନାର୍ଜୀ ସରକାରଙ୍କୁ ଶକ୍ତ ଝଟ୍‌କା ଲାଗିଛି। ସର୍ବୋଚ୍ଚ ଅଦାଲତ ମାମଲାର ନିରପେକ୍ଷ ତଦନ୍ତ ଲାଗି ପୂର୍ବରୁ ନିର୍ଦ୍ଦେଶ ଦେଇଥିବାବେଳେ ରାଜ୍ୟ ସରକାର କମିଶନ ଗଠନ କରିବା ଘଟଣାରେ ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଏନ୍‌.ଭି. ରମନାଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ ଅସନ୍ତୋଷ ବ୍ୟକ୍ତ କରିଥିଲେ। ପଶ୍ଚିମବଙ୍ଗ ସରକାରଙ୍କ ତଦନ୍ତ କମିଶନ ଗଠନକୁ ଚ୍ୟାଲେଞ୍ଜ କରି ଏକ ଏନ୍‌ଜିଓ ପକ୍ଷରୁ ସର୍ବୋଚ୍ଚ ଅଦାଲତରେ ପିଟିଶନ ଦାଏର କରାଯାଇଥିଲା।
ଇସ୍ରାଏଲୀ ସ୍ପାଏଓ୍ବେର ପେଗାସସ୍‌ ବିବାଦର ନିରପେକ୍ଷ ତଦନ୍ତ ଲାଗି ସୁପ୍ରିମକୋର୍ଟ ଗତ ଅକ୍ଟୋବରରେ ବିଶେଷଜ୍ଞମାନଙ୍କର ଏକ କମିଟି ଗଠନ କରିଥିଲେ। କୌଣସି ବ୍ୟକ୍ତିବିଶେଷଙ୍କ ବିରୋଧରେ ଗୁପ୍ତଚରଗିରିକୁ ଅନୁମତି ଦିଆଯାଇପାରିବ ନାହିଁ ବୋଲି ଶୁଣାଣି ବେଳେ ସୁପ୍ରିମକୋର୍ଟ କହିଥିଲେ। ଏହି ସ୍ପାଏଓ୍ବେରକୁ ବ୍ୟବହାର କରାଯାଇ ବେଆଇନ ଭାବେ ଗୁପ୍ତଚର ବୃତ୍ତି କରାଯାଉଥିବା ଅଭିଯୋଗର ଅନୁଧ୍ୟାନ କରିବା ଲାଗି ପଶ୍ଚିମବଙ୍ଗ ସରକାର ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଏମ୍‌.ବି. ଲୋକୁରଙ୍କ ନେତୃତ୍ୱରେ ୨ ଜଣିଆ କମିଟି ଗଠନ କରିଥିଲେ। ସୁପ୍ରିମକୋର୍ଟ ଉକ୍ତ କମିଶନଙ୍କୁ ନୋଟିସ ଜାରି କରି ଏନ୍‌ଜିଓ ଗ୍ଲୋବାଲ ଭିଲେଜ ଫାଉଣ୍ଡେଶନ ଦାଖଲ କରିଥିବା ପିଟିଶନ ଉପରେ ଜବାବ ମାଗିଛନ୍ତି। ଏହା କ’ଣ ହେଉଛି ବୋଲି ସିଜେଆଇ ଜଷ୍ଟିସ୍‌ ରମନା ପଶ୍ଚିମବଙ୍ଗ ସରକାରଙ୍କ ଓକିଲ ଅଭିଷେକ ମନୁ ସିଙ୍ଗ୍‌ଭିଙ୍କୁ ପ୍ରଶ୍ନ କରିଥିଲେ। ପୂର୍ବ ଶୁଣାଣି ବେଳେ କିଛି କରିବ ନାହିଁ ବୋଲି ଲିଖିତ ଭାବେ ଜଣାଇ ଏବେ ତଦନ୍ତ କମିଶନ ଗଠନ କଲ କିପରି ବୋଲି ସିଜେଆଇ ପଚାରିଥିଲେ। ସୁପ୍ରିମକୋର୍ଟ ରାୟ ପ୍ରକାଶ ନ ପାଇବା ପର୍ଯ୍ୟନ୍ତ କିଛି ନ କରିବା ଲାଗି କମିଶନଙ୍କୁ କୁହାଯାଇଥିବା ସିଙ୍ଘ୍‌ଭି ଅଦାଲତଙ୍କୁ ଜଣାଇଥିଲେ।
ସୂଚନାଯୋଗ୍ୟ, ପେଗାସସ୍‌ ବ୍ୟବହାର କରାଯାଇ ଦେଶର ୨ ମନ୍ତ୍ରୀ, ୪୦ରୁ ଅଧିକ ଖବରଦାତା, ୩ ବିରୋଧୀ ଦଳ ନେତା, ଜଣେ ବିଚାରପତି, ସାମାଜିକ କର୍ମୀଙ୍କ ସମେତ ୩୦୦ରୁ ଊର୍ଦ୍ଧ୍ୱ ଲୋକଙ୍କ ମୋବାଇଲ ଫୋନ୍‌ ନମ୍ବର ଯାଞ୍ଚ ହୋଇଥିବା ଅନ୍ତର୍ଜାତୀୟ ଗଣମାଧ୍ୟମ ସଂଘ ପକ୍ଷରୁ ଏକାଧିକ ରିପୋର୍ଟରେ ଅଭିଯୋଗ କରାଯାଇଥିଲା। ସରକାର ଏହି ପ୍ରସଙ୍ଗରେ କେନ୍ଦ୍ର ସରକାର ସ୍ବଚ୍ଛତା ଅବଲମ୍ବନ କରୁ ନ ଥିବା ବିରୋଧୀ ଅଭିଯୋଗ କରିବା ସହ ସ୍ପଷ୍ଟୀକରଣ ମାଗିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିନା କାଗଜପତ୍ରରେ ଖୁଲମଖୁଲା ଚାଲାଣ ହେଉଥିଲା ବାଲି-ପଥର, ୧୧ ହାଇୱା ଜବତ ପରେ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ସାମୁଦ୍ରିକ ଝଡ଼, ସୁନାମି, ଭୂକମ୍ପ ପ୍ରବଣରୁ ସୁରକ୍ଷା ପାଇଁ ଜନବସତି ପାର୍ଶ୍ୱରେ ସୁଉଚ୍ଚ…

ଦସ୍ତଖତ କରିଥିଲେ ୯, ଗଲେ ୮: କଂଗ୍ରେସରେ ତେଜୁଛି ଗୋଷ୍ଠୀକନ୍ଦଳ

ଭୁବନେଶ୍ୱର, ୩।୪(ସୁନିତ୍‌ ମିଶ୍ର):୨୦୨୪ ସାଧାରଣ ନିର୍ବାଚନରେ ଓଡ଼ିଶାରେ କଂଗ୍ରେସର ମୋଟ୍‌ ୧୪ ଜଣ ବିଧାୟକ ବିଜୟୀ ହୋଇଥିଲେ। ସେଥିରୁ ଗତ ମାର୍ଚ୍ଚ ୧୬ ତାରିଖରେ ଅନୁଷ୍ଠିତ ରାଜ୍ୟ…

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ସୈନ୍ୟ ଆଡ୍ଡା ଧ୍ୱଂସ

କାବୁଲ,୩।୪: ଆଫଗାନ ସେନା ପାକିସ୍ତାନ-ଆଫଗାନିସ୍ତାନ ସୀମାରେ ଡୁରାଣ୍ଡ ରେଖା ପାର କରି ଖୋଷ୍ଟ-ଖୁରମ ସୀମା ନିକଟରେ ପାକିସ୍ତାନୀ ସାମରିକ ସ୍ଥାନ ଉପରେ ଏକ ବଡ଼ ଆକ୍ରମଣ କରିଛି।…

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri