Posted inଜାତୀୟ

ବଦଳିବ ଓ୍ବେଷ୍ଟ୍‌ବେଙ୍ଗଲ ନାଁ, ବିଧାନସଭା ପ୍ରଥମ ଅଧିବେଶନରେ ଆସିବ ବିଲ୍‌, ସୂଚନା ଦେଇ କହିଲେ…

କୋଲକାତା,୭ା୧୦: ଓ୍ବେଷ୍ଟବେଙ୍ଗଲ ନାଁ ପରିବର୍ତ୍ତନ କରି ‘ପଶ୍ଚିମ ବଙ୍ଗ’ (Paschim Banga) ରଖାଯିବାକୁ ଯାଉଛି। ଏଥିପାଇଁ ବିଧାନସଭାର ପ୍ରଥମ ଅଧିବେଶନରେ ହିଁ ଏକ ନୂତନ ବିଲ ଆଗତ କରାଯିବ ବୋଲି ବୁଧବାର ରାଜ୍ୟ ଭାଜନା ସଭାପତି ସମିକ ଭଟ୍ଟାଚାର୍ଯ୍ୟ ସୂଚନା ଦେଇଛନ୍ତି।

‘ବେଙ୍ଗଲ’ କିମ୍ବା ‘ବଙ୍ଗ’ ନୁହେଁ, କେବଳ ‘ପଶ୍ଚିମ ବଙ୍ଗ’ ବ୍ୟବହାର ହେବ। ଏହି ସପ୍ତାହ ଆରମ୍ଭରୁ ହିଁ ଭଟ୍ଟାଚାର୍ଯ୍ୟ ସଙ୍କେତ ଦେଇଥିଲେ ଯେ ନାମ ପରିବର୍ତ୍ତନ ପ୍ରକ୍ରିୟା ଖୁବ ଶୀଘ୍ର ଆରମ୍ଭ ହେବାକୁ ଯାଉଛି। ଏଣିକି ଓ୍ବେଷ୍ଟ୍‌ ବେଙ୍ଗଲ (Paschim Banga) ନାଁକୁ ପରିବର୍ତ୍ତନ ହେବ। ଐତିହାସିକ ପରିଚୟ ସହ ଯୋଡ଼ିବାକୁ ବିଧାନସଭାରେ ଆସିବ ବିଲ। ଭାଜପା ରାଜ୍ୟ ସଭାପତି କହିଛନ୍ତି ଯେ, ଏହି ବିଲ ମାଧ୍ୟମରେ ରାଜ୍ୟର ସରକାରୀ ନାମକୁ ଏହାର ଐତିହାସିକ ପରିଚୟ ସହିତ ଯୋଡ଼ିବାକୁ ଲକ୍ଷ୍ୟ ରଖାଯାଇଛି।

ପ୍ରଥମ ଅଧିବେଶନରେ ହିଁ ଆମ ସରକାର ଏକ ବିଲ୍‌ ଆଣୁଛନ୍ତି ବୋଲି କହିଛନ୍ତି ସମିକ। ଏହାଦ୍ୱାରା ରାଜ୍ୟର ନାମ ଏହାର ଇତିହାସ ସହିତ ଅଙ୍ଗାଙ୍ଗୀ ଭାବେ ଜଡ଼ିତ ହୋଇ ରହିବ ଏବଂ ତାହା ହିଁ ଏହାର ନୂତନ ପରିଚୟ ହେବ ବୋଲି ସେ ପ୍ରକାଶ କରିଥିଲେ।

ଓ୍ବେଷ୍ଟ୍‌ବେଙ୍ଗଲର ନାମ ପରିବର୍ତ୍ତନ ପ୍ରସ୍ତାବର ଏକ ଦୀର୍ଘ ରାଜନୈତିକ ଇତିହାସ ରହିଛି। ଏହି ପ୍ରକ୍ରିୟା ପ୍ରଥମେ ୧୯୯୯ରେ ଆରମ୍ଭ ହୋଇଥିଲା, ଯେତେବେଳେ ବାମପନ୍ଥୀ ମେଣ୍ଟ (ଲେଫ୍ଟ ଫ୍ରଣ୍ଟ) ସରକାର ରାଜ୍ୟର ନୂତନ ନାମ ଭାବରେ ‘ପଶ୍ଚିମ ବଙ୍ଗ’ ରଖିବାକୁ ପ୍ରସ୍ତାବ ଦେଇଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସୋନିଆଙ୍କ ବହି ଲଞ୍ଚିଂ ପରେ ଯାଆ ମେନକାଙ୍କ ଭିଡିଓ ଭାଇରାଲ, କହିଲେ ସେ ମୋର ବନ୍ଧୁ ନୁହନ୍ତି…

ନୂଆଦିଲ୍ଲୀ,୧୮।୧୧: କଂଗ୍ରେସ ନେତା ସୋନିଆ ଗାନ୍ଧୀଙ୍କ ପୁସ୍ତକ ‘ବିଲଙ୍ଗିଗ: ଏ ଜର୍ନି ଅଫ ଲଭ’ ଲଞ୍ଚ ହୋଇସାରିଛି। ଏହି ପୁସ୍ତକରେ ସୋନିଆ ଗାନ୍ଧୀ ନିଜର ଗାନ୍ଧୀ ପରିବାରଠାରୁ…

ଗୁଜରାଟ ଛାଡ଼ିଲେ ବିଲ୍‌କିସ ବାନୋ

ଭଦୋଦରା,୧୮ା୧୧: ୨୦୦୨ ଗୁଜରାଟ ଦଙ୍ଗା ସମୟରେ ବିଲ୍‌କିସ ବାନୋଙ୍କୁ ବଳାତ୍କାର ଓ ତାଙ୍କ ପରିବାର ସଦସ୍ୟଙ୍କୁ ହତ୍ୟା ମାମଲାରେ ୨ ଦୋଷୀଙ୍କୁ ଜାମିନ ମିଳିବା ପରେ ଏଥିରେ…

ନିଜ ମହତ

ଜଣେ ବ୍ୟକ୍ତି ଯେତେ ଉଚ୍ଚସ୍ଥାନରେ ଥିଲେ ମଧ୍ୟ କାର୍ଯ୍ୟ ପ୍ରତି ସଚ୍ଚୋଟତା ନ ଥିଲେ ସେ ସମାଲୋଚନାଯୋଗ୍ୟ ହୋଇଥାଆନ୍ତି। ଭାରତର ପ୍ରଧାନ ବିଚାରପତି (ସିଜେଆଇ) ରାଷ୍ଟ୍ରପତିଙ୍କୁ ଶପଥ…

ଓଡ଼ିଶା ଛୁଇଁବ ବାତ୍ୟାର ବାହ୍ୟ ବଳୟ: ଏହି ଜିଲାରେ ପ୍ରବଳ ବର୍ଷା…

ଭୁବନେଶ୍ୱର,୧୮ା୧୧(ବନ୍ଦନା ସେଠୀ): ବଙ୍ଗୋପସାଗରରେ ଅତି ମନ୍ଥର ଗତିରେ ଘଣ୍ଟା ପ୍ରତି ୩ କି.ମି. ବେଗରେ ଆଗକୁ ବଢ଼ୁଛି ବାତ୍ୟା ‘ଅକ୍ୱାନ’। ବୁଧବାର ଏହା ଆହୁରି ଶକ୍ତିଶାଳୀ ହୋଇ…

ସନ୍ୟାସକୁ ନେଇ ଭାବୁକ ହେଲେ ଧୋନୀ, ସୋସିଆଲ ମିଡିଆରେ ଭିଡିଓ ଛାଡି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୭।୧୧: ଚେନ୍ନାଇ ସୁପର କିଙ୍ଗ୍ସ, ମହାନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ସନ୍ନ୍ୟାସର ଘୋଷଣା କରିସାରିଥିଲା। ଯାହାପରେ ସମସ୍ତେ ଧୋନୀଙ୍କ ସୋସିଆଲ ମିଡିଆ ପୋଷ୍ଟକୁ ଅପେକ୍ଷା କରି…

ଯୁବପିଢିଙ୍କ ପାଇଁ ବଡ଼ ଘୋଷଣା କଲେ ସୀତାରମଣ, Gen Z ପ୍ରସ୍ତୁତ କରିବେ ବଜେଟ୍‌

ନୂଆଦିଲ୍ଲୀ,୧୭।୧୧: କେନ୍ଦ୍ରୀୟ ବଜେଟ ୨୦୨୭-୨୮ ର ପ୍ରସ୍ତୁତି ଜୋରସୋରରେ ଚାଲିଛି ଏବଂ ଏଥର ବଜେଟ ନିର୍ମାଣ ପ୍ରକ୍ରିୟାରେ ଏକ ଐତିହାସିକ ପରିବର୍ତ୍ତନ ଦେଖିବାକୁ ମିଳିବ। ‘ଦି ଇକୋନୋମିକ…

ପ୍ରଶଂସକଙ୍କୁ ବଡ଼ ଝଟ୍‌କା: IPLରୁ ଅବସର ଘୋଷଣା କଲେ ଧୋନୀ, ମିଳିଲା ନୂଆ ଦାୟିତ୍ୱ

ନୂଆଦିଲ୍ଲୀ,୧୭।୧୧: ଏମଏସ ଧୋନୀ IPLରୁ ଅବସର ଘୋଷଣା କରିଛନ୍ତି। ସେ ଏବେ ଚେନ୍ନାଇ ସୁପର କିଙ୍ଗ୍ସ (CSK)ର ମେଣ୍ଟର ହୋଇଛନ୍ତି। ଧୋନୀ IPLରୁ ଅବସର ନେବା ସହ…

ସରକାରୀ କର୍ମଚାରୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବଢିଲା ମହଙ୍ଗା ଭତ୍ତା, ଜାଣନ୍ତୁ କେତେ…

ଭୁବନେଶ୍ୱର, ୧୭।୧୧: ରାଜ୍ୟ ସରକାର ନେଲେ ବଡ଼ ନିଷ୍ପତ୍ତି । ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ୩ ପ୍ରତିଶତ ବୃଦ୍ଧି ହୋଇଛି। ସମୁଦାୟ ମହଙ୍ଗା ଭତ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?